< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Ndipo Bwana akamwambia Mose,
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍‍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍‍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।
“Waambie Waisraeli wageuke nyuma na wapige kambi karibu na Pi-Hahirothi, kati ya Migdoli na bahari. Watapiga kambi kando ya bahari, mkabala na Baal-Sefoni.
3 ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’
Farao atafikiri kwamba, ‘Hao Waisraeli wanatangatanga katika nchi kwa kuchanganyikiwa, nalo jangwa limewafungia.’
4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
Nami nitaufanya moyo wa Farao mgumu, naye atawafuatilia. Lakini nitajipatia utukufu kwa ajili yangu mwenyewe kupitia Farao na jeshi lake lote, nao Wamisri watajua kuwa mimi ndimi Bwana.” Kwa hiyo Waisraeli wakafanya hivyo.
5 ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”
Mfalme wa Misri alipoambiwa kuwa Waisraeli wamekimbia, Farao na maafisa wake wakabadili nia zao kuhusu Waisraeli, wakasema, “Tumefanya nini? Tumewaachia Waisraeli waende zao na tumeukosa utumishi wao!”
6 ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।
Kwa hiyo akaandaliwa gari lake la vita, naye akaenda pamoja na jeshi lake.
7 ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
Akachukua magari bora mia sita, pamoja na magari mengine yote ya Misri, pamoja na maafisa wa magari hayo yote.
8 ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।
Bwana akaufanya mgumu moyo wa Farao, mfalme wa Misri, kwa hiyo akawafuatia Waisraeli, waliokuwa wakiondoka Misri kwa ujasiri.
9 ତହୁଁ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
Nao Wamisri, yaani farasi wote wa Farao na magari ya vita, wapanda farasi na vikosi vya askari, wakawafuatia Waisraeli, wakawakuta karibu na Pi-Hahirothi, mkabala na Baal-Sefoni walipokuwa wamepiga kambi kando ya bahari.
10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍‍ ପଶ୍ଚାତ୍‍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
Farao alipokaribia, Waisraeli wakainua macho yao, wakawaona Wamisri wakija nyuma yao. Wakashikwa na hofu, wakamlilia Bwana.
11 ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?
Wakamwambia Mose, “Je, ni kwamba hayakuwako makaburi huko Misri hata umetuleta tufe huku jangwani? Umetufanyia nini kututoa Misri?
12 ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”
Hatukukuambia tulipokuwa huko Misri, tuache tuwatumikie Wamisri? Ingekuwa vyema zaidi kwetu kuwatumikia Wamisri kuliko kufa jangwani!”
13 ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।
Mose akawajibu Waisraeli, “Msiogope. Simameni imara, nanyi mtauona wokovu Bwana atakaowapatia leo. Hao Wamisri mnaowaona leo kamwe hamtawaona tena.
14 ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”
Bwana atawapigania ninyi, nanyi mnatakiwa kutulia tu.”
15 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
Ndipo Bwana akamwambia Mose, “Kwa nini wewe unanililia? Waambie Waisraeli waendelee mbele.
16 ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
Inua fimbo yako na unyooshe mkono wako juu ya bahari ili kuyagawa maji, hivyo kwamba Waisraeli wapate kupita mahali pakavu baharini.
17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
Nitaifanya mioyo ya Wamisri kuwa migumu kusudi waingie baharini wakiwafuatia. Nami nitajipatia utukufu kupitia Farao pamoja na jeshi lake lote, kupitia magari yake ya vita na wapanda farasi wake.
18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”
Nao Wamisri watajua kwamba Mimi ndimi Bwana nitakapojipatia utukufu kupitia Farao, magari yake ya vita na wapanda farasi wake.”
19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍‍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
Ndipo malaika wa Mungu, aliyekuwa akisafiri mbele ya jeshi la Israeli, akaondoka akakaa nyuma yao. Pia ile nguzo ya wingu ikaondoka hapo mbele yao na kusimama nyuma,
20 ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
ikakaa kati ya majeshi ya Misri na Israeli. Usiku kucha wingu likaleta giza upande mmoja na nuru kwa upande mwingine, kwa hiyo hakuna aliyemkaribia mwenzake usiku kucha.
21 ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍‍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
Ndipo Mose akanyoosha mkono wake juu ya bahari, naye Bwana akayasukuma maji ya bahari nyuma kwa upepo mkali wa mashariki usiku ule wote na kupafanya nchi kavu. Maji yakagawanyika,
22 ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
nao Waisraeli wakapita baharini mahali pakavu, maji yakiwa ukuta upande wao wa kuume na upande wao wa kushoto.
23 ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
Wamisri wakawafuatia ndani ya bahari, pamoja na farasi wote wa Farao, magari ya vita na wapanda farasi.
24 ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
Karibia mapambazuko, Bwana akaliangalia jeshi la Wamisri kutoka ile nguzo ya moto na ya wingu, akalifadhaisha.
25 ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
Mungu akayaondoa magurudumu ya magari yao, kwa hivyo wakayaendesha kwa shida. Nao Wamisri wakasema, “Tuachane na Waisraeli! Bwana anawapigania dhidi ya Misri.”
26 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”
Ndipo Bwana akamwambia Mose, “Nyoosha mkono wako juu ya bahari ili maji yarudiane yawafunike Wamisri, magari yao ya vita na wapanda farasi wao.”
27 ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।
Mose akanyoosha mkono wake juu ya bahari, wakati wa mapambazuko bahari ikarudiana na kuwa kama kawaida. Wamisri wakajaribu kuyakimbia maji, lakini Bwana akawasukumia ndani ya bahari.
28 ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
Maji yakarudiana na kuyafunika magari ya vita na wapanda farasi pamoja na jeshi lote la Farao lililokuwa limewafuata Waisraeli ndani ya bahari. Hakuna hata mmoja wao aliyenusurika.
29 ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
Lakini Waisraeli wakapita baharini mahali pakavu, ukiwepo ukuta wa maji upande wao wa kuume na upande wao wa kushoto.
30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
Siku ile Bwana akawaokoa Waisraeli kutoka mikononi mwa Wamisri, nao Waisraeli wakawaona Wamisri wamelala ufuoni mwa bahari wakiwa wamekufa.
31 ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।
Basi Waisraeli walipoona uwezo mkubwa Bwana aliodhihirisha dhidi ya Wamisri, watu wakamwogopa Bwana na wakaweka tumaini lao kwake na kwa Mose mtumishi wake.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14 >