< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 14 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
RAB Musa'ya, “İsrailliler'e söyle, dönsünler” dedi, “Pi-Hahirot yakınlarında, Migdol ile deniz arasında, Baal-Sefon'un karşısında deniz kıyısında konaklasınlar.
2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଫେରି ପୀହହୀରୋତର ପୂର୍ବ ଦିଗରେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଛାଉଣି ସ୍ଥାପନ କର; ତୁମ୍ଭେମାନେ ବାଲ-ସଫୋନ ଆଗରେ, ଅର୍ଥାତ୍, ତାହାର ସମ୍ମୁଖରେ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କର।
3 ତହିଁରେ ଫାରୋ ଇସ୍ରାଏଲ-ସନ୍ତାନଗଣ ବିଷୟରେ କହିବ, ‘ସେମାନେ ଦେଶ ମଧ୍ୟରେ ଧନ୍ଦଳା ହୋଇ ରହିଅଛନ୍ତି ଓ ପ୍ରାନ୍ତର ସେମାନଙ୍କ ପଥ ରୁଦ୍ଧ କରିଅଛି।’
Firavun şöyle düşünecek: ‘İsrailliler ülkede şaşkın şaşkın dolaşıyorlardır, çöl onları kuşatmıştır.’
4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
Firavunu inatçı yapacağım. Onların peşine düşecek. Böylece firavunla ordusunu yenerek yücelik kazanacağım. Mısırlılar bilecek ki, ben RAB'bim.” İsrailliler söyleneni yaptılar.
5 ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”
Halkın kaçtığı Mısır Firavunu'na bildirilince, firavunla görevlileri onlara ilişkin düşüncelerini değiştirdiler: “Biz ne yaptık?” dediler, “İsrailliler'i salıvermekle kölelerimizi kaybetmiş olduk!”
6 ତହୁଁ ରାଜା ଆପଣା ରଥ ପ୍ରସ୍ତୁତ କରାଇଲେ ଓ ଆପଣା ଲୋକମାନଙ୍କୁ ସଙ୍ଗରେ ନେଲେ।
Firavun savaş arabasını hazırlattı, ordusunu yanına aldı.
7 ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
Seçme altı yüz savaş arabasının yanısıra, Mısır'ın bütün savaş arabalarını sorumlu sürücüleriyle birlikte yanına aldı.
8 ଆଉ ସଦାପ୍ରଭୁ ମିସରୀୟ ରାଜା ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଇସ୍ରାଏଲ-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ; ସେତେବେଳେ ଇସ୍ରାଏଲ ସନ୍ତାନମାନେ ଊର୍ଦ୍ଧ୍ୱ ହସ୍ତରେ ଯାତ୍ରା କରୁଥିଲେ।
RAB Mısır Firavunu'nu inatçı yaptı. Firavun zafer havası içinde ilerleyen İsrailliler'in peşine düştü.
9 ତହୁଁ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
Mısırlılar firavunun bütün atları, savaş arabaları, atlıları, askerleriyle onların ardına düştüler ve deniz kıyısında, Pi-Hahirot yakınlarında, Baal-Sefon'un karşısında konaklarken onlara yetiştiler.
10 ଆଉ ଫାରୋ ନିକଟବର୍ତ୍ତୀ ହୁଅନ୍ତେ, ଇସ୍ରାଏଲ-ସନ୍ତାନଗଣ ଅନାଇ ଆପଣାମାନଙ୍କ ପଶ୍ଚାତ୍ ପଶ୍ଚାତ୍ ଆଗମନକାରୀ ମିସରୀୟମାନଙ୍କୁ ଦେଖି ଅତିଶୟ ଭୀତ ହେଲେ, ପୁଣି, ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ ଡାକ ପକାଇଲେ।
Firavun yaklaşırken, İsrailliler Mısırlılar'ın arkalarından geldiğini görünce dehşete kapılarak RAB'be feryat ettiler.
11 ପୁଣି, ମୋଶାଙ୍କୁ କହିଲେ, “ମିସରରେ କବର ନ ଥିଲା ବୋଲି କି ପ୍ରାନ୍ତରରେ ତୁମ୍ଭେ ଆମ୍ଭମାନଙ୍କୁ ମାରିବାକୁ ଆଣିଲ? ଆମ୍ଭମାନଙ୍କ ସଙ୍ଗରେ ଏରୂପ ବ୍ୟବହାର କରି ଆମ୍ଭମାନଙ୍କୁ ମିସରରୁ କାହିଁକି ବାହାର କରି ଆଣିଲ?
Musa'ya, “Mısır'da mezar mı yoktu da bizi çöle ölmeye getirdin?” dediler, “Bak, Mısır'dan çıkarmakla bize ne yaptın!
12 ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”
Mısır'dayken sana, ‘Bırak bizi, Mısırlılar'a kulluk edelim’ demedik mi? Çölde ölmektense Mısırlılar'a kulluk etsek bizim için daha iyi olurdu.”
13 ତହୁଁ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଭୟ କର ନାହିଁ, ସୁସ୍ଥିର ହୁଅ; ସଦାପ୍ରଭୁ ଆଜି କିପରି ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ତାହା ଦେଖ; ତୁମ୍ଭେମାନେ ଆଜି ଯେପରି ମିସରୀୟମାନଙ୍କୁ ଦେଖୁଅଛ, ସେପରି ଅନନ୍ତକାଳ ପର୍ଯ୍ୟନ୍ତ ଆଉ କେବେ ଦେଖିବ ନାହିଁ।
Musa, “Korkmayın!” dedi, “Yerinizde durup bekleyin, RAB bugün sizi nasıl kurtaracak görün. Bugün gördüğünüz Mısırlılar'ı bir daha hiç görmeyeceksiniz.
14 ସଦାପ୍ରଭୁ ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।”
RAB sizin için savaşacak, siz sakin olun yeter.”
15 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭଙ୍କୁ କାହିଁକି ଡାକୁଅଛ? ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ସେମାନେ ଅଗ୍ରସର ହେଉନ୍ତୁ।
RAB Musa'ya, “Niçin bana feryat ediyorsun?” dedi, “İsrailliler'e söyle, ilerlesinler.
16 ପୁଣି, ତୁମ୍ଭେ ଆପଣା ଯଷ୍ଟି ଉଠାଅ ଓ ସମୁଦ୍ର ଉପରେ ହସ୍ତ ବିସ୍ତାର କରି ତାହା ଦୁଇ ଭାଗ କର; ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ପ୍ରବେଶ କରିବେ।
Sen değneğini kaldır, elini denizin üzerine uzat. Sular yarılacak ve İsrailliler kuru toprak üzerinde yürüyerek denizi geçecekler.
17 ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
Ben Mısırlılar'ı inatçı yapacağım ki, artlarına düşsünler. Firavunu, bütün ordusunu, savaş arabalarını, atlılarını yenerek yücelik kazanacağım.
18 ଆଉ ଫାରୋ, ତାହାର ରଥ ଓ ତାହାର ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସରୀୟ ଲୋକମାନେ ଜାଣିବେ।”
Firavun, savaş arabaları ve atlılarından ötürü yücelik kazandığım zaman, Mısırlılar bilecek ki, ben RAB'bim.”
19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
İsrail ordusunun önünde yürüyen Tanrı'nın meleği yerini değiştirip arkaya geçti. Önlerindeki bulut sütunu da yerini değiştirip arkalarına, Mısır ve İsrail ordularının arasına geldi. Gece boyunca bulut bir yanı karartıyor, öbür yanı aydınlatıyordu. Bu yüzden, bütün gece iki taraf birbirine yaklaşamadı.
20 ସେହି ମେଘସ୍ତମ୍ଭ ମିସରୀୟ ଦଳ ଓ ଇସ୍ରାଏଲୀୟ ଦଳ ମଧ୍ୟକୁ ଆସିଲା, ପୁଣି, ମେଘ ଓ ଅନ୍ଧକାର ହେଲେ ହେଁ ତାହା ରାତ୍ରିକୁ ଆଲୋକମୟ କଲା; ଏଥିପାଇଁ ସମସ୍ତ ରାତ୍ରି ଏକ ଦଳ ଅନ୍ୟ ଦଳ ନିକଟକୁ ଆସି ପାରିଲେ ନାହିଁ।
21 ଏଥିଉତ୍ତାରେ ମୋଶା ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସମସ୍ତ ରାତ୍ରି ପ୍ରବଳ ପୂର୍ବୀୟ ବାୟୁ ଦ୍ୱାରା ସମୁଦ୍ରକୁ ପଶ୍ଚାତ୍ ହଟାଇ ଶୁଷ୍କ କଲେ ଓ ଜଳ ଦୁଇ ଭାଗ ହେଲା।
Musa elini denizin üzerine uzattı. RAB bütün gece güçlü doğu rüzgarıyla suları geri itti, denizi karaya çevirdi. Sular ikiye bölündü,
22 ତହିଁରେ ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ, ପୁଣି, ସେମାନଙ୍କ ଦକ୍ଷିଣରେ ଓ ବାମରେ ଜଳ ପ୍ରାଚୀର ତୁଲ୍ୟ ହେଲା।
İsrailliler kuru toprak üzerinde yürüyerek denizi geçtiler. Sular sağlarında, sollarında onlara duvar oluşturdu.
23 ଏଥିଉତ୍ତାରେ ମିସରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ଓ ଅଶ୍ୱାରୂଢ଼ ଲୋକ ସମସ୍ତେ ଦୌଡ଼ି ସେମାନଙ୍କ ପଛେ ପଛେ ସମୁଦ୍ରରେ ପ୍ରବେଶ କଲେ।
Mısırlılar artlarından geliyordu. Firavunun bütün atları, savaş arabaları, atlıları denizde onları izliyordu.
24 ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
Sabah nöbetinde RAB ateş ve bulut sütunundan Mısır ordusuna baktı ve onları şaşkına çevirdi.
25 ସେ ସେମାନଙ୍କ ରଥର ଚକ୍ର ବାହାର କରି ପକାନ୍ତେ, ସେମାନେ ଅତି କଷ୍ଟରେ ରଥ ଚଳାଇଲେ; ତହିଁରେ ମିସରୀୟ ଲୋକମାନେ କହିଲେ, “ଆସ, ଆମ୍ଭେମାନେ ଇସ୍ରାଏଲ ସମ୍ମୁଖରୁ ପଳାଇ ଯାଉ; କାରଣ ସଦାପ୍ରଭୁ ସେମାନଙ୍କର ସପକ୍ଷ ହୋଇ ମିସରୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି।”
Arabalarının tekerleklerini çıkardı; öyle ki, arabalarını zorlukla sürdüler. Mısırlılar, “İsrailliler'den kaçalım!” dediler, “Çünkü RAB onlar için bizimle savaşıyor.”
26 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କର; ତହିଁରେ ମିସରୀୟମାନଙ୍କ, ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଉପରେ ପୁନର୍ବାର ଜଳ ଆସିବ।”
RAB Musa'ya, “Elini denizin üzerine uzat” dedi, “Sular Mısırlılar'ın, savaş arabalarının, atlılarının üzerine dönsün.”
27 ତହୁଁ ମୋଶା ସମୁଦ୍ର ଉପରେ ହସ୍ତ ବିସ୍ତାର କଲେ, ଆଉ ପ୍ରଭାତ ସମୟକୁ ସମୁଦ୍ର ପୁନର୍ବାର ସମାନ ହେବାକୁ ଲାଗିଲା; ତହୁଁ ମିସରୀୟମାନେ ଉଜାଣି ପଳାୟନ କରନ୍ତେ, ସଦାପ୍ରଭୁ ସମୁଦ୍ର ମଧ୍ୟରେ ସେମାନଙ୍କୁ ନିକ୍ଷେପ କଲେ।
Musa elini denizin üzerine uzattı. Sabaha karşı deniz olağan haline döndü. Mısırlılar sulardan kaçarken RAB onları denizin ortasında silkip attı.
28 ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
Geri dönen sular savaş arabalarını, atlıları, İsrailliler'in peşinden denize dalan firavunun bütün ordusunu yuttu. Onlardan bir kişi bile sağ kalmadı.
29 ମାତ୍ର ଇସ୍ରାଏଲ-ସନ୍ତାନଗଣ ଶୁଷ୍କ ପଥରେ ସମୁଦ୍ର ମଧ୍ୟଦେଇ ଗମନ କଲେ; ପୁଣି, ଜଳ ସେମାନଙ୍କ ବାମ ଓ ଦକ୍ଷିଣରେ ପ୍ରାଚୀର ତୁଲ୍ୟ ହେଲା।
Ama İsrailliler denizi kuru toprakta yürüyerek geçmişlerdi. Sular sağlarında, sollarında onlara duvar oluşturmuştu.
30 ଏହି ପ୍ରକାରେ ସେହି ଦିନ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲଙ୍କୁ ରକ୍ଷା କଲେ ଓ ଇସ୍ରାଏଲ ମିସରୀୟମାନଙ୍କୁ ସମୁଦ୍ର ତୀରରେ ମୃତ ଦେଖିଲେ।
RAB o gün İsrailliler'i Mısırlılar'ın elinden kurtardı. İsrailliler deniz kıyısında Mısırlılar'ın ölülerini gördüler.
31 ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।
RAB'bin Mısırlılar'a gösterdiği büyük gücü gören İsrail halkı RAB'den korkup O'na ve kulu Musa'ya güvendi.