< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15 >

1 ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
是に於てモーセおよびイスラエルの子孫この歌をヱホバに謡ふ云く我ヱホバを歌ひ頌ん彼は高らかに高くいますなり彼は馬とその乗者を海になげうちたまへり
2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
わが力わが歌はヱホバなり彼はわが救拯となりたまへり彼はわが神なり我これを頌美ん彼はわが父の神なり我これを崇めん
3 ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।
ヱホバは軍人にして其名はヱホバなり
4 ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।
彼パロの戰車とその軍勢を海に投すてたまふパロの勝れたる軍長等は紅海に沈めり
5 ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।
大水かれらを掩ひて彼等石のごとくに淵の底に下る
6 ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ; ହେ ସଦାପ୍ରଭୁ, ତୁମ୍ଭର ଦକ୍ଷିଣ ହସ୍ତ ଶତ୍ରୁକୁ ଚୂର୍ଣ୍ଣ କରେ,
ヱホバよ汝の右の手は力をもて榮光をあらはすヱホバよ汝の右の手は敵を碎く
7 ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।
汝の大なる榮光をもて汝は汝にたち逆ふ者を滅したまふ汝怒を發すれば彼等は藁のごとくに焚つくさる
8 ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।
汝の鼻の息によりて水積かさなり浪堅く立て岸のごとくに成り大水海の中に凝る
9 ଶତ୍ରୁ କହିଲା: ‘ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।’
敵は言ふ我追て追つき掠取物を分たん我かれらに因てわが心を飽しめん我劍を抜んわが手かれらを亡さんと
10 ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।
汝氣を吹たまへば海かれらを覆ひて彼等は猛烈き水に鉛のごとくに沈めり
11 ହେ ସଦାପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କିଏ? ତୁମ୍ଭ ସମାନ ପବିତ୍ରତାରେ ଆଦରଣୀୟ, ପ୍ରଶଂସାରେ ଭୟାନକ ଓ ଆଶ୍ଚର୍ଯ୍ୟକ୍ରିୟାକାରୀ କିଏ?
ヱホバよ神の中に誰か汝に如ものあらん誰か汝のごとく聖して榮あり讃べくして威ありて奇事を行なふ者あらんや
12 ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା।
汝その右の手を伸たまへば地かれらを呑む
13 ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।
汝はその贖ひし民を恩惠をもて導き汝の力をもて彼等を汝の聖き居所に引たまふ
14 ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।
國々の民聞て慄へペリシテに住む者畏懼を懐く
15 ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି।
エドムの君等駭きモアブの剛者戰慄くカナンに住る者みな消うせん
16 ତ୍ରାସ ଓ ଆଶଙ୍କା ସେମାନଙ୍କ ଉପରେ ପଡ଼ୁଅଛି; ହେ ସଦାପ୍ରଭୁ, ଯେପର୍ଯ୍ୟନ୍ତ ତୁମ୍ଭ ଲୋକମାନେ ଚାଲିଯାଇ ନାହାନ୍ତି, ଯେପର୍ଯ୍ୟନ୍ତ ତୁମ୍ଭ କ୍ରୀତ ଲୋକମାନେ ଚାଲିଯାଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭ ବାହୁ ବଳ ଦ୍ୱାରା ସେମାନେ ପ୍ରସ୍ତର ନ୍ୟାୟ ସ୍ତବ୍ଧ ହୋଇ ରହିଅଛନ୍ତି।
畏懼と戰慄かれらに及ぶ汝の腕の大なるがために彼らは石のごとくに默然たりヱホバよ汝の民の通り過るまで汝の買たまひし民の通り過るまで然るべし
17 ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
汝民を導きてこれを汝の產業の山に植たまはんヱホバよ是すなはち汝の居所とせんとて汝の設けたまひし者なり主よ是汝の手の建たる聖所なり
18 ସଦାପ୍ରଭୁ ଯୁଗାନୁକ୍ରମେ ଅନନ୍ତକାଳ ରାଜତ୍ୱ କରିବେ।”
ヱホバは世々限なく王たるべし
19 କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।
斯パロの馬その車および騎兵とともに海にいりしにヱホバ海の水を彼等の上に流れ還らしめたまひしがイスラエルの子孫は海の中にありて旱地を通れり
20 ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।
時にアロンの姉なる預言者ミリアム鼗を手にとるに婦等みな彼にしたがひて出で鼗をとり且踊る
21 ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
ミリアムすなはち彼等に和へて言ふ汝等ヱホバを歌ひ頌よ彼は高らかに高くいますなり彼は馬とその乗者を海に擲ちたまへりと
22 ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।
斯てモーセ紅海よりイスラエルを導きてシユルの曠野にいり曠野に三日歩みたりしが水を得ざりき
23 ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା।
彼ら遂にメラにいたりしがメラの水苦くして飮ことを得ざりき是をもて其名はメラ(苦)と呼る
24 ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା?”
是に於て民モーセにむかひて呟き我儕何を飮んかと言ければ
25 ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,
モーセ、ヱホバに呼はりしにヱホバこれに一本の木を示したまひたれば即ちこれを水に投いれしに水甘くなれり彼處にてヱホバ民のために法度と法律をたてたまひ彼處にてこれを試みて
26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
言たまはく汝もし善く汝の神ヱホバの聲に聽したがひヱホバの口に善と見ることを爲しその誡命に耳を傾けその諸の法度を守ば我わがエジプト人に加へしところのその疾病を一も汝に加へざるべし其は我はヱホバにして汝を醫す者なればなりと
27 ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।
斯て彼等エリムに至れり其處に水の井十二棕櫚七十本あり彼處にて彼等水の傍に幕張す

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 15 >