< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 16 >

1 ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ।
On the fifteenth day of the second month after they had left the land of Egypt, the whole congregation of Israel set out from Elim and came to the Desert of Sin, which is between Elim and Sinai.
2 ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।
And there in the desert they all grumbled against Moses and Aaron.
3 ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”
“If only we had died by the LORD’s hand in the land of Egypt!” they said. “There we sat by pots of meat and ate our fill of bread, but you have brought us into this desert to starve this whole assembly to death!”
4 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।
Then the LORD said to Moses, “Behold, I will rain down bread from heaven for you. Each day the people are to go out and gather enough for that day. In this way I will test whether or not they will follow My instructions.
5 ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।”
Then on the sixth day, when they prepare what they bring in, it will be twice as much as they gather on the other days.”
6 ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟାକାଳରେ ଜାଣିବ।
So Moses and Aaron said to all the Israelites, “This evening you will know that it was the LORD who brought you out of the land of Egypt,
7 ପୁଣି, ପ୍ରାତଃକାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର?”
and in the morning you will see the LORD’s glory, because He has heard your grumbling against Him. For who are we that you should grumble against us?”
8 ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”
And Moses added, “The LORD will give you meat to eat this evening and bread to fill you in the morning, for He has heard your grumbling against Him. Who are we? Your grumblings are not against us but against the LORD.”
9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।’”
Then Moses said to Aaron, “Tell the whole congregation of Israel, ‘Come before the LORD, for He has heard your grumbling.’”
10 ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
And as Aaron was speaking to the whole congregation of Israel, they looked toward the desert, and there in a cloud the glory of the LORD appeared.
11 ପୁଣି, ସଦାପ୍ରଭୁ ମୋଶାଙ୍କୁ କହିଲେ,
Then the LORD said to Moses,
12 “ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ‘ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।’”
“I have heard the grumbling of the Israelites. Tell them, ‘At twilight you will eat meat, and in the morning you will be filled with bread. Then you will know that I am the LORD your God.’”
13 ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
That evening quail came and covered the camp, and in the morning there was a layer of dew around the camp.
14 ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।
When the layer of dew had evaporated, there were thin flakes on the desert floor, as fine as frost on the ground.
15 ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କʼଣ ଅଟେ?” ଯେହେତୁ ତାହା କʼଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।
When the Israelites saw it, they asked one another, “What is it?” For they did not know what it was. So Moses told them, “It is the bread that the LORD has given you to eat.
16 ଏ ବିଷୟରେ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଭୋଜନ ଶକ୍ତି ବୁଝି ତାହା ସଂଗ୍ରହ କର; ତୁମ୍ଭମାନଙ୍କ ପ୍ରତ୍ୟେକ ଜଣ ଆପଣା ଆପଣା ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ୟାନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣରେ ତାହା ସଂଗ୍ରହ କର।’”
This is what the LORD has commanded: ‘Each one is to gather as much as he needs. You may take an omer for each person in your tent.’”
17 ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।
So the Israelites did this. Some gathered more, and some less.
18 ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।
When they measured it by the omer, he who gathered much had no excess, and he who gathered little had no shortfall. Each one gathered as much as he needed to eat.
19 ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃକାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”
Then Moses said to them, “No one may keep any of it until morning.”
20 ତଥାପି ସେମାନେ ମୋଶାଙ୍କର କଥା ନ ମାନି କେହି କେହି ପ୍ରଭାତ ପର୍ଯ୍ୟନ୍ତ କିଛି କିଛି ରଖିଲେ; ମାତ୍ର ତହିଁରେ ପୋକ ଜନ୍ମିଲା ଓ ଦୁର୍ଗନ୍ଧ ହେଲା। ଏଣୁ ମୋଶା ସେମାନଙ୍କ ଉପରେ କ୍ରୋଧ କଲେ।
But they did not listen to Moses; some people left part of it until morning, and it became infested with maggots and began to smell. So Moses was angry with them.
21 ଏହିରୂପେ ପ୍ରତିଦିନ ପ୍ରାତଃକାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।
Every morning each one gathered as much as was needed, and when the sun grew hot, it melted away.
22 ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍‍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।
On the sixth day, they gathered twice as much food—two omers per person —and all the leaders of the congregation came and reported this to Moses.
23 ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”
He told them, “This is what the LORD has said: ‘Tomorrow is to be a day of complete rest, a holy Sabbath to the LORD. So bake what you want to bake, and boil what you want to boil. Then set aside whatever remains and keep it until morning.’”
24 ତହିଁରେ ସେମାନେ ମୋଶାଙ୍କର ଆଜ୍ଞାନୁସାରେ ପ୍ରଭାତ ପର୍ଯ୍ୟନ୍ତ ତାହା ରଖିଲେ, ଆଉ ତାହା ଦୁର୍ଗନ୍ଧ ହେଲା ନାହିଁ, କି ତହିଁରେ କୌଣସି ପୋକ ଜନ୍ମିଲା ନାହିଁ।
So they set it aside until morning as Moses had commanded, and it did not smell or contain any maggots.
25 ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।
“Eat it today,” Moses said, “because today is a Sabbath to the LORD. Today you will not find anything in the field.
26 ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”
For six days you may gather, but on the seventh day, the Sabbath, it will not be there.”
27 ତଥାପି ସପ୍ତମ ଦିନରେ ମଧ୍ୟ କେହି କେହି ତାହା ସଂଗ୍ରହ କରିବାକୁ ଗଲେ, ମାତ୍ର କିଛି ପାଇଲେ ନାହିଁ।
Yet on the seventh day some of the people went out to gather, but they did not find anything.
28 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?
Then the LORD said to Moses, “How long will you refuse to keep My commandments and instructions?
29 ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”
Understand that the LORD has given you the Sabbath; that is why on the sixth day He will give you bread for two days. On the seventh day, everyone must stay where he is; no one may leave his place.”
30 ତେବେ ଲୋକମାନେ ସପ୍ତମ ଦିନରେ ବିଶ୍ରାମ କଲେ।
So the people rested on the seventh day.
31 ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।
Now the house of Israel called the bread manna. It was white like coriander seed and tasted like wafers made with honey.
32 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ‘ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।’”
Moses said, “This is what the LORD has commanded: ‘Keep an omer of manna for the generations to come, so that they may see the bread I fed you in the wilderness when I brought you out of the land of Egypt.’”
33 ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”
So Moses told Aaron, “Take a jar and fill it with an omer of manna. Then place it before the LORD to be preserved for the generations to come.”
34 ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ-ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।
And Aaron placed it in front of the Testimony, to be preserved just as the LORD had commanded Moses.
35 ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।
The Israelites ate manna forty years, until they came to a land where they could settle; they ate manna until they reached the border of Canaan.
36 ଏକ ଓମର ଐଫାର ଦଶମାଂଶ।
(Now an omer is a tenth of an ephah.)

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 16 >