< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 17 >

1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନିରୂପିତ ସକଳ ଉତ୍ତରଣ-ସ୍ଥାନ ଦେଇ ରଫୀଦୀମରେ ଛାଉଣି ସ୍ଥାପନ କଲେ; ମାତ୍ର ସେ ସ୍ଥାନରେ ଲୋକମାନଙ୍କର ପାନ କରିବାକୁ ଜଳ ନ ଥିଲା।
ויסעו כל עדת בני ישראל ממדבר סין למסעיהם על פי יהוה ויחנו ברפידים ואין מים לשתת העם׃
2 ଏଥିପାଇଁ ଲୋକମାନେ ମୋଶାଙ୍କ ସଙ୍ଗରେ ବିବାଦ କରି କହିଲେ, “ଆମ୍ଭମାନଙ୍କୁ ଜଳ ଦିଅ, ଆମ୍ଭେମାନେ ପାନ କରିବୁ।” ତହିଁରେ ମୋଶା କହିଲେ, “ତୁମ୍ଭେମାନେ ମୋʼ ସଙ୍ଗରେ କାହିଁକି ବିବାଦ କର? କାହିଁକି ସଦାପ୍ରଭୁଙ୍କୁ ପରୀକ୍ଷା କର?”
וירב העם עם משה ויאמרו תנו לנו מים ונשתה ויאמר להם משה מה תריבון עמדי מה תנסון את יהוה׃
3 ସେତେବେଳେ ଲୋକମାନେ ସେହି ସ୍ଥାନରେ ଜଳାଭାବ ହେତୁ ତୃଷାକୂଳ ହୋଇ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କ ସନ୍ତାନମାନଙ୍କୁ ଓ ପଶୁଗଣକୁ ପିପାସାରେ ମାରିବା ନିମନ୍ତେ ମିସରଠାରୁ ଆଣିଅଛ?”
ויצמא שם העם למים וילן העם על משה ויאמר למה זה העליתנו ממצרים להמית אתי ואת בני ואת מקני בצמא׃
4 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ଲୋକମାନଙ୍କ ନିମନ୍ତେ କʼଣ କରିବି? ସେମାନେ ମୋତେ ପଥର ପକାଇ ମାରିବାକୁ ପ୍ରାୟ ଉଦ୍ୟତ।”
ויצעק משה אל יהוה לאמר מה אעשה לעם הזה עוד מעט וסקלני׃
5 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯଦ୍ଦ୍ୱାରା ନୀଳ ନଦୀକୁ ଆଘାତ କରିଥିଲ, ସେହି ଯଷ୍ଟି ହସ୍ତରେ ଘେନି ଇସ୍ରାଏଲର କେତେକ ପ୍ରାଚୀନଙ୍କ ସଙ୍ଗେ ଇସ୍ରାଏଲ ଲୋକମାନଙ୍କ ଆଗେ ଆଗେ ଯାଅ।
ויאמר יהוה אל משה עבר לפני העם וקח אתך מזקני ישראל ומטך אשר הכית בו את היאר קח בידך והלכת׃
6 ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
הנני עמד לפניך שם על הצור בחרב והכית בצור ויצאו ממנו מים ושתה העם ויעש כן משה לעיני זקני ישראל׃
7 ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।”
ויקרא שם המקום מסה ומריבה על ריב בני ישראל ועל נסתם את יהוה לאמר היש יהוה בקרבנו אם אין׃
8 ସେହି ସମୟରେ ଅମାଲେକ ଆସି ରଫୀଦୀମରେ ଇସ୍ରାଏଲ ସହିତ ଯୁଦ୍ଧ କଲେ।
ויבא עמלק וילחם עם ישראל ברפידם׃
9 ତହିଁରେ ମୋଶା ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଲୋକ ମନୋନୀତ କରି ଅମାଲେକ ସହିତ ଯୁଦ୍ଧ କରିବାକୁ ଯାଅ; ଆସନ୍ତାକାଲି ମୁଁ ଆପଣା ହସ୍ତରେ ପରମେଶ୍ୱରଙ୍କ ଯଷ୍ଟି ଘେନି ପର୍ବତ ଶୃଙ୍ଗରେ ଠିଆ ହେବି।”
ויאמר משה אל יהושע בחר לנו אנשים וצא הלחם בעמלק מחר אנכי נצב על ראש הגבעה ומטה האלהים בידי׃
10 ତହୁଁ ମୋଶାଙ୍କ ଆଜ୍ଞାନୁସାରେ ଯିହୋଶୂୟ ଅମାଲେକ ସହିତ ଯୁଦ୍ଧ କଲେ, ପୁଣି, ମୋଶା ଓ ହାରୋଣ, ହୂର ପର୍ବତ ଶୃଙ୍ଗରେ ଆରୋହଣ କଲେ।
ויעש יהושע כאשר אמר לו משה להלחם בעמלק ומשה אהרן וחור עלו ראש הגבעה׃
11 ପୁଣି, ମୋଶା ଆପଣା ହସ୍ତ ଊର୍ଦ୍ଧ୍ୱକୁ ଟେକିଥିବା ସମୟରେ ଇସ୍ରାଏଲ ଜୟୀ ହେଲେ ଓ ସେ ଆପଣା ହସ୍ତ ନୁଆଁଇଥିବା ସମୟରେ ଅମାଲେକ ଜୟୀ ହେଲେ।
והיה כאשר ירים משה ידו וגבר ישראל וכאשר יניח ידו וגבר עמלק׃
12 ମାତ୍ର ମୋଶାଙ୍କର ହସ୍ତ ଭାରୀ ହେଲା; ଏହେତୁ ସେମାନେ ଖଣ୍ଡିଏ ପ୍ରସ୍ତର ଆଣି ତାହା ତଳେ ରଖନ୍ତେ, ମୋଶା ତହିଁ ଉପରେ ବସିଲେ, ପୁଣି, ହାରୋଣ ଓ ହୂର ଜଣେ ଏପାଖେ ଆଉ ଜଣେ ସେପାଖେ ତାଙ୍କର ହାତ ଟେକି ଧରିଲେ; ତହିଁରେ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ତାଙ୍କର ହସ୍ତ ସ୍ଥିର ରହିଲା।
וידי משה כבדים ויקחו אבן וישימו תחתיו וישב עליה ואהרן וחור תמכו בידיו מזה אחד ומזה אחד ויהי ידיו אמונה עד בא השמש׃
13 ଏଣୁ ଯିହୋଶୂୟ ଅମାଲେକକୁ ଓ ତାହାର ଲୋକମାନଙ୍କୁ ଖଡ୍ଗଧାରରେ ପରାସ୍ତ କଲେ।
ויחלש יהושע את עמלק ואת עמו לפי חרב׃
14 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”
ויאמר יהוה אל משה כתב זאת זכרון בספר ושים באזני יהושע כי מחה אמחה את זכר עמלק מתחת השמים׃
15 ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ “ଯିହୋବାଃ-ନିଃଷି” ରଖିଲେ।
ויבן משה מזבח ויקרא שמו יהוה נסי׃
16 ପୁଣି, ସେ ସଦାପ୍ରଭୁଙ୍କ ଧ୍ୱଜାରେ ହସ୍ତ ଦେଇ କହିଲେ, “ପୁରୁଷାନୁକ୍ରମେ ଅମାଲେକ ସହିତ ସଦାପ୍ରଭୁଙ୍କର ଯୁଦ୍ଧ ହେବ।”
ויאמר כי יד על כס יה מלחמה ליהוה בעמלק מדר דר׃

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 17 >