< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 18 >

1 ଏଥିଉତ୍ତାରେ ପରମେଶ୍ୱର ମୋଶାଙ୍କ ନିମନ୍ତେ ଓ ଆପଣା ଲୋକ ଇସ୍ରାଏଲ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି, ବିଶେଷରେ ସଦାପ୍ରଭୁ ଇସ୍ରାଏଲ ବଂଶକୁ ମିସରଠାରୁ କିପରି ବାହାର କରି ଆଣିଅଛନ୍ତି, ଏହିସବୁ କଥା ମୋଶାଙ୍କର ଶ୍ୱଶୁର ମିଦୀୟନୀୟ ଯାଜକ ଯିଥ୍ରୋ ଶୁଣିବାକୁ ପାଇଲେ।
Jethro, the priest of Midian, Moses' father-in-law, heard of all that God had done for Moses and for Israel his people. He heard that Yahweh had brought Israel out of Egypt.
2 ତହିଁରେ ମୋଶାଙ୍କର ଶ୍ୱଶୁର ସେହି ଯିଥ୍ରୋ ଆପଣା ଗୃହକୁ ପ୍ରେରିତା ମୋଶାଙ୍କର ଭାର୍ଯ୍ୟା ସିପ୍ପୋରାକୁ ଓ ତାହାର ଦୁଇ ପୁତ୍ରଙ୍କୁ ସଙ୍ଗରେ ନେଲେ।
Jethro, Moses' father-in-law, took Zipporah, Moses' wife, after he had sent her home,
3 ସେହି ଦୁଇ ପୁତ୍ର ମଧ୍ୟରେ ଜଣକର ନାମ ଗେର୍ଶୋମ, କାରଣ ସେ କହିଥିଲେ, “ମୁଁ ପରଦେଶରେ ପ୍ରବାସୀ ହେଲି।”
and her two sons; the name of the one son was Gershom, for Moses had said, “I have been a foreigner in a foreign land.”
4 ପୁଣି, ଅନ୍ୟର ନାମ ଇଲୀୟେଜର, କାରଣ ସେ କହିଥିଲେ, “ମୋʼ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”
The name of the other was Eliezer, for Moses had said, “My ancestor's God was my help. He rescued me from Pharaoh's sword.”
5 ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର ଯିଥ୍ରୋ, ମୋଶାଙ୍କର ସେହି ଦୁଇ ପୁତ୍ର ଓ ଭାର୍ଯ୍ୟାକୁ ସଙ୍ଗରେ ଘେନି ପ୍ରାନ୍ତରରେ ମୋଶାଙ୍କ ନିକଟକୁ, ଅର୍ଥାତ୍‍, ପରମେଶ୍ୱରଙ୍କ ପର୍ବତର ଯେଉଁ ସ୍ଥାନରେ ସେ ଛାଉଣି ସ୍ଥାପନ କରିଥିଲେ, ସେହି ସ୍ଥାନକୁ ଆସିଲେ।
Jethro, Moses' father-in-law, came with Moses' sons and his wife to Moses in the wilderness where he was camped at the mountain of God.
6 ପୁଣି, ସେ ମୋଶାଙ୍କୁ ଜଣାଇଲେ, “ତୁମ୍ଭର ଶ୍ୱଶୁର ଯିଥ୍ରୋ, ମୁଁ ଓ ତୁମ୍ଭର ଭାର୍ଯ୍ୟା, ତାହା ସହିତ ତୁମ୍ଭର ଦୁଇ ପୁତ୍ର, ଆମ୍ଭେ ସମସ୍ତେ ତୁମ୍ଭ ନିକଟକୁ ଆସିଅଛୁ।”
He said to Moses, “I, your father-in-law Jethro, am coming to you with your wife and her two sons.”
7 ସେତେବେଳେ ମୋଶା ଆପଣା ଶ୍ୱଶୁର ସହିତ ସାକ୍ଷାତ କରିବାକୁ ବାହାରକୁ ଯାଇ ତାଙ୍କୁ ପ୍ରଣାମ ଓ ଚୁମ୍ବନ କଲେ; ପୁଣି, ପରସ୍ପର ମଙ୍ଗଳ ବାର୍ତ୍ତା ପଚାରିଲା ଉତ୍ତାରେ ସେମାନେ ତମ୍ବୁରେ ପ୍ରବେଶ କଲେ।
Moses went out to meet his father-in-law, bowed down, and kissed him. They asked about each other's welfare and then went into the tent.
8 ଏଥିଉତ୍ତାରେ ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ଫାରୋଙ୍କ ପ୍ରତି ଓ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ପଥରେ ସେମାନଙ୍କ ପ୍ରତି ଯେସବୁ କ୍ଳେଶ ଘଟିଅଛି ଓ ସଦାପ୍ରଭୁ ଯେପ୍ରକାରେ ସେମାନଙ୍କୁ ଉଦ୍ଧାର କରିଅଛନ୍ତି, ଏହିସବୁ ବୃତ୍ତାନ୍ତ ମୋଶା ଆପଣା ଶ୍ୱଶୁରଙ୍କୁ ଜଣାଇଲେ।
Moses told his father-in-law all that Yahweh had done to Pharaoh and the Egyptians for Israel's sake, about all the hardships that had come to them along the way, and how Yahweh had rescued them.
9 ତହିଁରେ ସଦାପ୍ରଭୁ ମିସରୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରି ଯେସବୁ ମଙ୍ଗଳ ପ୍ରଦାନ କରିଅଛନ୍ତି, ତହିଁ ନିମନ୍ତେ ଯିଥ୍ରୋ ଅତି ଆହ୍ଲାଦିତ ହେଲେ।
Jethro rejoiced over all the good that Yahweh had done for Israel, in that he had rescued them from the hand of the Egyptians.
10 ପୁଣି, ଯିଥ୍ରୋ କହିଲେ, “ଯେଉଁ ସଦାପ୍ରଭୁ ମିସରୀୟମାନଙ୍କର ଓ ଫାରୋଙ୍କର ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି, ଆଉ ମିସରୀୟମାନଙ୍କ ଅଧୀନତାରୁ ଲୋକମାନଙ୍କୁ ଉଦ୍ଧାର କରିଅଛନ୍ତି, ସେ ଧନ୍ୟ।
Jethro said, “May Yahweh be praised, for he has rescued you from the hand of the Egyptians and from the hand of Pharaoh, and delivered the people from the hand of the Egyptians.
11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।”)
Now I know that Yahweh is greater than all the gods, because when the Egyptians treated the Israelites arrogantly, God rescued his people.”
12 ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।
Jethro, Moses' father-in-law, brought a burnt offering and sacrifices for God. Aaron and all the elders of Israel came to eat a meal before God with Moses' father-in-law.
13 ତହିଁ ଆରଦିନ ମୋଶା ଲୋକମାନଙ୍କର ବିଚାର କରିବାକୁ ବସନ୍ତେ, ଲୋକମାନେ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ସମ୍ମୁଖରେ ଠିଆ ହୋଇ ରହିଲେ।
On the next day Moses sat down to judge the people. The people stood around him from morning until evening.
14 ସେତେବେଳେ ମୋଶା ଲୋକମାନଙ୍କ ବିଷୟରେ ଯାହା ଯାହା କଲେ, ତାଙ୍କର ଶ୍ୱଶୁର ତାହା ଦେଖି କହିଲେ, “ତୁମ୍ଭେ ଲୋକମାନଙ୍କ ପ୍ରତି ଏ କିରୂପ ବ୍ୟବହାର କରୁଅଛ? ତୁମ୍ଭେ କାହିଁକି ଏକାକୀ ବସ ଓ ସମସ୍ତ ଲୋକ ପ୍ରଭାତଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ତୁମ୍ଭ ଚାରିଆଡ଼େ କାହିଁକି ଠିଆ ହୋଇ ରହନ୍ତି?”
When Moses' father-in-law saw all that he did for the people, he said, “What is this that you are doing with the people? Why is it that you sit alone and all the people stand about you from morning until evening?”
15 ତହିଁରେ ମୋଶା ଆପଣା ଶ୍ୱଶୁରଙ୍କୁ କହିଲେ, “ଲୋକମାନେ ପରମେଶ୍ୱରଙ୍କ ବିଚାର ବୁଝିବା ପାଇଁ ମୋʼ ପାଖକୁ ଆସନ୍ତି
Moses said to his father-in-law, “The people come to me to ask for God's direction.
16 ଓ ସେମାନଙ୍କର କୌଣସି ବିବାଦ ହେଲେ, ମୋʼ ପାଖକୁ ଆସନ୍ତି; ତହିଁରେ ମୁଁ ବାଦୀ ଓ ପ୍ରତିବାଦୀ ମଧ୍ୟରେ ବିଚାର କରେ, ପୁଣି, ପରମେଶ୍ୱରଙ୍କ ବିଧି ଓ ବ୍ୟବସ୍ଥାସବୁ ସେମାନଙ୍କୁ ଜ୍ଞାତ କରାଏ।”
When they have a dispute, they come to me. I decide between one person and another, and I teach them God's statutes and laws.”
17 ଏଥିଉତ୍ତାରେ ମୋଶାଙ୍କର ଶ୍ୱଶୁର କହିଲେ, “ତୁମ୍ଭର ଏହି କର୍ମ ଭଲ ନୁହେଁ।
Moses' father-in-law said to him, “What you are doing is not very good.
18 ତୁମ୍ଭେ ଓ ତୁମ୍ଭ ସଙ୍ଗୀ ଏହି ଲୋକମାନେ ଦୁହେଁ ନିଶ୍ଚୟ କ୍ଷୀଣ ହୋଇଯିବ; କାରଣ ଏ କାର୍ଯ୍ୟ ତୁମ୍ଭ ନିମନ୍ତେ ଅତି ଭାରୀ; ତୁମ୍ଭେ ଏକାକୀ ଏହା ସାଧନ କରି ନ ପାର।
You will surely wear yourselves out, you and the people who are with you. This burden is too heavy for you. You are not able to do it by yourself.
19 ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।
Listen to me. I will give you advice, and God will be with you, because you are the people's representative to God, and you bring their disputes to him.
20 ପୁଣି, ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କର ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।
You must teach them his statutes and laws. You must show them the way to walk and the work to do.
21 ଆହୁରି, ତୁମ୍ଭେ ଏହି ଲୋକମାନଙ୍କ ମଧ୍ୟରୁ କର୍ମକ୍ଷମ, ଅର୍ଥାତ୍‍, ପରମେଶ୍ୱରଙ୍କ ପ୍ରତି ଭୟକାରୀ, ସତ୍ୟବାଦୀ ଓ ଅନ୍ୟାୟ ଲାଭ ଘୃଣାକାରୀ ଲୋକଙ୍କୁ ମନୋନୀତ କର; ପୁଣି, ସେମାନଙ୍କୁ ଲୋକମାନଙ୍କ ଉପରେ ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କର।
Furthermore, you must choose capable men from all the people, men who honor God, men of truth who hate unjust gain. You must put them over people, to be leaders in charge of thousands, hundreds, fifties, and of tens.
22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥାସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।
They will judge the people in all routine cases, but the difficult cases they will bring to you. As for all the small cases, they can judge those themselves. In that way it will be easier for you, and they will carry the burden with you.
23 ଯଦି ତୁମ୍ଭେ ଏହିପରି କରିବ, ପୁଣି, ପରମେଶ୍ୱର ଏପରି କରିବା ପାଇଁ ଆଜ୍ଞା ଦେବେ, ତେବେ ତୁମ୍ଭେ ସହ୍ୟ କରି ପାରିବ? ଆଉ ଏହିସବୁ ଲୋକମାନେ କୁଶଳରେ ସ୍ୱ ସ୍ଥାନକୁ ଯିବେ।”
If you do this, and if God commands you to do so, then you will be able to endure, and the entire people will be able to go home satisfied.”
24 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କ କଥାରେ ମନୋଯୋଗ କରି ତାଙ୍କର ବାକ୍ୟାନୁସାରେ ସବୁ କର୍ମ କଲେ।
So Moses listened to his father-in-law's words and did everything that he had said.
25 ପୁଣି, ମୋଶା ସମଗ୍ର ଇସ୍ରାଏଲ ମଧ୍ୟରୁ କର୍ମକ୍ଷମ ଲୋକ ମନୋନୀତ କରି ଲୋକମାନଙ୍କ ଉପରେ ପ୍ରଧାନ, ଅର୍ଥାତ୍‍, ସହସ୍ରପତି, ଶତପତି, ପଚାଶପତି ଓ ଦଶପତି ରୂପେ ନିଯୁକ୍ତ କଲେ।
Moses chose capable men from all Israel and made them heads over the people, leaders in charge of thousands, hundreds, fifties, and tens.
26 ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।
They judged the people in normal circumstances. The difficult cases they brought to Moses, but they themselves judged all the small cases.
27 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁରଙ୍କୁ ବିଦାୟ କରନ୍ତେ, ସେ ସ୍ୱଦେଶକୁ ପ୍ରସ୍ଥାନ କଲେ।
Then Moses let his father-in-law leave, and Jethro went back into his own land.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 18 >