< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 19 >
1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।
Two months to the day after they left Egypt, the Israelites arrived at the Sinai desert.
2 ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।
They had set out from Rephidim, and after they entered the Sinai desert they camped there in front of the mountain.
3 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।
Moses went up the mountain to God. The Lord spoke to Moses from the mountain, and told him, “This is what you are to say to the descendants of Jacob, the Israelites:
4 ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
‘You saw for yourselves what I did to the Egyptians, and how I carried you on eagles' wings, how I brought you to myself.
5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Now if you really obey what I say and keep the agreement with me, then out of all the nations you will be a special people that belong to me. While the whole world is mine,
6 ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”
for me you will be a kingdom of priests, a holy nation.’ This is what you are to tell the Israelites.”
7 ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହିସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।
So Moses went back down and summoned the elders of the people, and presented to them everything the Lord had ordered him to say.
8 ତହିଁରେ ସମସ୍ତ ଲୋକ ଏକସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।
Everyone answered, “We promise to do everything the Lord says.” Then Moses took the people's answer back to the Lord.
9 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।
The Lord told Moses, “Look! I'm going to come to you in a thick cloud so the people will hear me speaking with you and as a result they will always trust you.” Then Moses reported to the Lord what the people had said.
10 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ
The Lord told Moses, “Go back down and prepare them spiritually today and tomorrow. They must wash their clothes
11 ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।
and be ready on the third day because that is when the Lord will descend upon Mount Sinai in the full view of everyone.
12 ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’
Set up a boundary for the people all around and warn them, ‘Watch out! Don't try to go up the mountain—don't even touch it! For anyone who touches the mountain will most certainly be killed. Don't touch any person or any animal that has touched the mountain.
13 କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”
Make sure they are stoned or shot with arrows—they must not be allowed to live.’ Only when there is a long blast on the ram's horn can the people come up the mountain.”
14 ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।
Moses went down the mountain and prepared the people spiritually and they washed their clothes.
15 ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”
He instructed the people, “Get ready for the third day, and don't be intimate with a woman.”
16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।
When morning came on the third day there was thunder and lightning, and a thick cloud covered the mountain. There was the very loud sound of a ram's horn, and everyone in the camp shook with fear.
17 ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।
Moses led the people out from the camp to meet God. They stood at the foot of the mountain.
18 ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।
Smoke poured out over the whole of Mount Sinai because the Lord's presence had come down like fire. The smoke rose up like smoke from a furnace, and the whole mountain shook furiously.
19 ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।
As the sound of the ram's horn grew louder and louder, Moses spoke, and God answered him in a loud, thunderous voice.
20 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।
The Lord descended on the top of Mount Sinai, and he called Moses to come up there. So Moses went up,
21 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।
and the Lord told him, “Go back down, and warn the people not to force their way across the boundary to try to come to the Lord or they will die.
22 ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”
Even the priests, who come before the Lord, must prepare themselves spiritually, so that the Lord does not punish them.”
23 ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରିପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ‘ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।’”
But Moses said to the Lord, “The people cannot come up Mount Sinai. You yourself warned us, ‘Set up a boundary around the mountain, and treat it as holy.’”
24 ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”
The Lord told him, “Go down and bring Aaron back up with you. But the priests and the people must not force their way to come up to the Lord, or he will punish them.”
25 ତହୁଁ ମୋଶା ଲୋକମାନଙ୍କ ନିକଟକୁ ଓହ୍ଲାଇ ଯାଇ ସେମାନଙ୍କୁ ସେହି ପ୍ରକାର ଆଜ୍ଞା ଦେଲେ।
So Moses went down and explained to the people what the Lord had said.