< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20 >
1 ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା,
And God speaks all these words, saying,
2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”
“I [am] your God YHWH, who has brought you out of the land of Egypt, out of a house of servants.
3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
You have no other Gods before Me.
4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।
You do not make a carved image for yourself, or any likeness which [is] in the heavens above, or which [is] in the earth beneath, or which [is] in the waters under the earth.
5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
You do not bow yourself to them, nor serve them: for I, your God YHWH, [am] a zealous God, charging iniquity of fathers on sons, on a third and on a fourth [generation] of those hating Me,
6 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।
and doing kindness to thousands, of those loving Me and keeping My commands.
7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
You do not take up the Name of your God YHWH for a vain thing, for YHWH does not acquit him who takes up His Name for a vain thing.
8 ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।
Remember the Sabbath day to sanctify it;
9 ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
six days you labor and have done all your work,
10 ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।
and the seventh day [is] a Sabbath to your God YHWH; you do not do any work, you, and your son, and your daughter, your manservant, and your handmaid, and your livestock, and your sojourner who is within your gates—
11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
for [in] six days YHWH has made the heavens and the earth, the sea, and all that [is] in them, and rests in the seventh day; therefore YHWH has blessed the Sabbath day and sanctifies it.
12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
Honor your father and your mother, so that your days are prolonged on the ground which your God YHWH is giving to you.
13 ତୁମ୍ଭେ ନରହତ୍ୟା କରିବ ନାହିଁ।
You do not murder.
14 ତୁମ୍ଭେ ବ୍ୟଭିଚାର କରିବ ନାହିଁ।
You do not commit adultery.
15 ତୁମ୍ଭେ ଚୋରି କରିବ ନାହିଁ।
You do not steal.
16 ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
You do not answer [with] a false testimony against your neighbor.
17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
You do not desire the house of your neighbor, you do not desire the wife of your neighbor, or his manservant, or his handmaid, or his ox, or his donkey, or anything which [is] your neighbor’s.”
18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
And all the people are seeing the voices, and the flames, and the sound of the horn, and the mountain smoking; and the people see, and move, and stand far off,
19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”
and say to Moses, “Speak with us, and we hear, and do not let God speak with us, lest we die.”
20 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”
And Moses says to the people, “Do not fear, for God has come to try you, and in order that His fear may be before your faces—that you do not sin.”
21 ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।
And the people stand far off, and Moses has drawn near to the thick darkness where God [is].
22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ‘ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।
And YHWH says to Moses, “Thus you say to the sons of Israel: You have seen that I have spoken with you from the heavens;
23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।
you do not make gods of silver and gods of gold [to be] with Me—you do not make [any idol] for yourselves.
24 ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।
You make an altar of earth for Me, and you have sacrificed on it your burnt-offerings and your peace-offerings, your flock and your herd; in every place where I cause My Name to be remembered I come to you, and have blessed you.
25 ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।
And if you make an altar of stones for Me, you do not build them of hewn work; when you have waved your tool over it, then you defile it;
26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।’”
neither do you go up by steps on My altar, that your nakedness is not revealed on it.