< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20 >

1 ଏଥିଉତ୍ତାରେ ପରମେଶ୍ୱର ଏହିସବୁ କଥା କହିଲେ, ଯଥା,
Sai Allah ya faɗi waɗannan kalmomi ya ce,
2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”
“Ni ne Ubangiji Allahnka, wanda ya fitar da ku daga Masar, daga ƙasar bauta.
3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
“Ba za ka yi wa kanka waɗansu alloli ba sai ni.
4 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ।
Ba za ka yi wa kanka waɗansu alloli a siffar wani abu a sama a bisa, ko a ƙarƙashin ƙasa, ko a ƙarƙashin ruwa ba.
5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Ba za ka durƙusa gare su, ko ka yi musu sujada ba. Gama ni, Ubangiji Allahnka mai kishi ne, nakan hukunta’ya’ya har tsara ta uku da ta huɗu na waɗanda suke ƙina,
6 ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।
amma ina nuna ƙauna ga tsara dubbai na waɗanda suke ƙaunata, suke kuma kiyaye umarnaina.
7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Ba za ka yi amfani da sunan Ubangiji Allahnka a banza ba, gama Ubangiji zai hukunta duk wanda ya mai da sunansa banza.
8 ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର।
Ka tuna da ranar Asabbaci domin ka kiyaye ta da tsarki.
9 ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;
Kwana shida za ka yi dukan aikinka,
10 ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ।
amma rana ta bakwai Asabbaci ne ga Ubangiji, Allahnka. A ranar ba za ka yi wani aiki ba, ko kai, ko ɗanka, ko’yarka, ko bawa, ko baiwa, ko dabbarka, ko baƙon da yake zama tare da kai.
11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।
Gama kwana shida Ubangiji ya halicci sama da ƙasa, da teku, da duk abin da yake cikinsu, amma ya huta a rana ta bakwai. Saboda haka Ubangiji ya albarkaci ranar Asabbaci, ya kuma mai da ita mai tsarki.
12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
Ka girmama mahaifinka da mahaifiyarka, domin ka yi tsawon rai a ƙasar da Ubangiji Allahnka yake ba ka.
13 ତୁମ୍ଭେ ନରହତ୍ୟା କରିବ ନାହିଁ।
Ba za ka yi kisankai ba.
14 ତୁମ୍ଭେ ବ୍ୟଭିଚାର କରିବ ନାହିଁ।
Ba za ka yi zina ba.
15 ତୁମ୍ଭେ ଚୋରି କରିବ ନାହିଁ।
Ba za ka yi sata ba.
16 ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
Ba za ka ba da shaidar ƙarya a kan maƙwabcinka ba.
17 ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
Ba za ka yi ƙyashin gidan maƙwabcinka ba. Ba za ka yi ƙyashin matar maƙwabcinka ba, ko bawansa, ko baiwarsa, ko sansa, ko jakinsa, ko duk abin da yake na maƙwabcinka ba.”
18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
Da mutane suka ga tsawa da walƙiya, suka ji karar ƙaho, suka kuma ga dutsen yana hayaƙi, sai suka yi rawar jiki don tsoro. Suka tsaya da nisa
19 ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”
suka ce wa Musa, “Ka yi magana da mu da kanka, za mu kasa kunne. Amma kada Allah ya yi mana magana, don kada mu mutu.”
20 ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”
Musa ya ce wa mutane, “Kada ku ji tsoro, gama Allah ya zo don yă gwada ku, don ku riƙa girmama shi, don kuma kada ku yi zunubi.”
21 ତେଣୁ ଲୋକମାନେ ଦୂରରେ ଠିଆ ହୋଇ ରହିଲେ; ମାତ୍ର ଯେଉଁଠାରେ ପରମେଶ୍ୱର ଥିଲେ, ମୋଶା ସେହି ଘୋର ଅନ୍ଧକାର ନିକଟକୁ ଗମନ କଲେ।
Sa’ad da mutane suka tsattsaya da nesa, sai Musa ya matsa kusa da girgije mai duhu, inda Allah yake.
22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ‘ଆମ୍ଭେ ଆକାଶରେ ଥାଇ ତୁମ୍ଭମାନଙ୍କ ସହିତ କଥା କହିଲୁ, ଏହା ତୁମ୍ଭେମାନେ ନିଜେ ଦେଖିଅଛ।
Sa’an nan Ubangiji ya ce wa Musa, “Ka faɗa wa Isra’ilawa wannan. ‘Kun gani da kanku cewa na yi magana da ku daga sama.
23 ଏହେତୁ ତୁମ୍ଭେମାନେ ଆମ୍ଭର ପ୍ରତିଯୋଗୀ, ଅନ୍ୟ ଦେବତାଗଣ ନିର୍ମାଣ କରିବ ନାହିଁ; ଆପଣାମାନଙ୍କ ନିମନ୍ତେ ରୌପ୍ୟମୟ ଦେବତା ଓ ସ୍ୱର୍ଣ୍ଣମୟ ଦେବତା ନିର୍ମାଣ କରିବ ନାହିଁ।
Kada ku yi waɗansu alloli in ban da ni, kada ku yi wa kanku allolin azurfa ko na zinariya.
24 ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।
“‘Ku yi mini bagaden ƙasa, ku kuma miƙa mini hadaya ta ƙonawa da hadaya ta salama, za ku hadayar da tumakinku da awakinku da shanu. Duk inda na sa a girmama sunana, zan zo wurinku, in sa muku albarka.
25 ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।
In kuka yi mini bagade dutse, kada ku gina shi da sassaƙaƙƙun duwatsu, gama inda guduma ta taɓa duwatsun, sun haramtu ke nan.
26 ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।’”
Kada ku gina wa bagadena matakala, domin kada yayinda wani yana hawa, mutane su ga tsiraicinsa.’

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 20 >