< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21 >

1 ଆଉ ତୁମ୍ଭେ ଏହିସବୁ ନିୟମ ସେମାନଙ୍କୁ ଜ୍ଞାତ କରାଇବ। ଯଥା,
These are the judgments which thou shalt set before them.
2 ତୁମ୍ଭେ ଏବ୍ରୀୟ ଦାସ କ୍ରୟ କଲେ, ସେ ଛଅ ବର୍ଷ ସେବା କରିବ; ପୁଣି, ସପ୍ତମ ବର୍ଷରେ ସେ ବିନାମୂଲ୍ୟରେ ମୁକ୍ତ ହୋଇଯିବ।
If thou buy a Hebrew servant, six years shall he serve thee: in the seventh he shall go out free for nothing.
3 ଯଦି ସେ ଏକାକୀ ଆସିଥାଏ, ତେବେ ସେ ଏକାକୀ ଯିବ; ଆଉ ଯଦି ସେ ବିବାହିତ ହୋଇ ଆସିଥାଏ, ତେବେ ତାହାର ଭାର୍ଯ୍ୟା ତାହା ସଙ୍ଗେ ବାହାରି ଯିବ।
With what raiment he came in, with the like let him go out: if having a wife, his wife also shall go out with him.
4 ପୁଣି, ଯଦି ତାହାର ପ୍ରଭୁ ତାହାକୁ ବିବାହ କରି ଦେଇଥାଏ ଓ ସେହି ସ୍ତ୍ରୀଠାରୁ ପୁତ୍ରକନ୍ୟାର ଜନ୍ମ ହୋଇଥାଏ, ତେବେ ସେହି ସ୍ତ୍ରୀ ଓ ତାହାର ସନ୍ତାନମାନଙ୍କ ଉପରେ ତାହାର ପ୍ରଭୁର ଅଧିକାର ହେବ ଓ ସେ ଏକାକୀ ବାହାରି ଯିବ।
But if his master gave him a wife, and she hath borne sons and daughters: the woman and her children shall be her master’s: but he himself shall go out with his raiment.
5 ମାତ୍ର “ମୁଁ ଆପଣା ପ୍ରଭୁଙ୍କୁ, ପୁଣି, ଆପଣା ଭାର୍ଯ୍ୟା ଓ ସନ୍ତାନଗଣଙ୍କୁ ପ୍ରେମ କରେ, ଏଣୁ ମୁଁ ମୁକ୍ତ ହୋଇଯିବି ନାହିଁ,” ଏପରି କଥା ଯଦି ସେହି ଦାସ ଦୃଢ଼ ରୂପେ କହିବ,
And if the servant shall say: I love my master and my wife and children, I will not go out free:
6 ତେବେ ତାହାର ପ୍ରଭୁ ତାହାକୁ ପରମେଶ୍ୱରଙ୍କ ନିକଟକୁ ନେଇଯିବ, ପୁଣି, ତାହାକୁ କବାଟ ବା ବାଜୁବନ୍ଧ ନିକଟକୁ ଆଣି ତାହାର ପ୍ରଭୁ ବିନ୍ଧଣୀରେ ତାହାର କର୍ଣ୍ଣ ବିନ୍ଧିବ; ତହିଁରେ ସେ ସଦାକାଳ ତାହାର ସେବା କରିବ।
His master shall bring him to the gods, and he shall be set to the door and the posts, and he shall bore his ear through with an awl: and he shall be his servant for ever.
7 ଆଉ କେହି ଯଦି ଆପଣା କନ୍ୟାକୁ ଦାସୀ ରୂପେ ବିକ୍ରୟ କରେ, ତେବେ ସେ ଦାସମାନଙ୍କ ପରି ମୁକ୍ତ ହୋଇଯିବ ନାହିଁ।
If any man sell his daughter to be a servant, she shall not go out as bondwomen are wont to go out.
8 ତାହାର ପ୍ରଭୁ ତାହାକୁ ଆପଣା ପାଇଁ ନିରୂପଣ କଲେ ହେଁ, ଯଦି ତାହା ପ୍ରତି ଅସନ୍ତୁଷ୍ଟ ହୁଏ, ତେବେ ସେ ତାହାକୁ ମୁକ୍ତ ହେବାକୁ ଦେବ; ତାହା ପ୍ରତି ପ୍ରବଞ୍ଚନା କରିଥିବାରୁ ଅନ୍ୟ ଦେଶୀୟମାନଙ୍କ ନିକଟରେ ତାହାକୁ ବିକ୍ରୟ କରିବାର ଅଧିକାର ପାଇବ ନାହିଁ।
If she displease the eyes of her master to whom she was delivered, he shall let her go: but he shall have no power to sell her to a foreign nation, if he despise her.
9 କିଅବା ଯଦି ସେହି ପ୍ରଭୁ ଆପଣା ପୁତ୍ର ନିମନ୍ତେ ତାହାକୁ ନିରୂପଣ କରିଥାଏ, ତେବେ ସେ ତାହା ପ୍ରତି କନ୍ୟା ବିଷୟକ ରୀତି ଅନୁସାରେ ବ୍ୟବହାର କରିବ।
But if he have betrothed her to his son, he shall deal with her after the manner of daughters.
10 ଯଦି ସେ ଅନ୍ୟ ସ୍ତ୍ରୀ ସହିତ ବିବାହ କରେ, ତେବେ ହେଁ ତାହାର ଅନ୍ନ ବସ୍ତ୍ର ଓ ବିବାହୋଚିତ କର୍ତ୍ତବ୍ୟରୁ ବଞ୍ଚିତ ହେବ ନାହିଁ।
And if he take another wife for him, he shall provide her a marriage, and raiment, neither shall he refuse the price of her chastity.
11 ଯଦି ସେ ଏହି ତିନିର ତ୍ରୁଟି କରେ, ତେବେ ସେ ସ୍ତ୍ରୀ ବିନାମୂଲ୍ୟରେ ମୁକ୍ତ ହୋଇଯିବ।
If he do not these three things, she shall go out free without money.
12 କେହି ଯଦି କୌଣସି ମନୁଷ୍ୟକୁ ଏପରି ପ୍ରହାର କରେ ଯେ ସେ ମରିଯାଏ, ତେବେ ଅବଶ୍ୟ ତାହାର ପ୍ରାଣଦଣ୍ଡ ହେବ।
He that striketh a man with a will to kill him, shall be put to death.
13 ଯଦି କୌଣସି ମନୁଷ୍ୟ କାହାକୁ ମାରିବାକୁ ଚେଷ୍ଟା କରେ ନାହିଁ, ମାତ୍ର ପରମେଶ୍ୱରଙ୍କ ଇଚ୍ଛାରେ ତାହାର ହସ୍ତ ଦ୍ୱାରା ତାହାର ମୃତ୍ୟୁୁ ହୁଏ, ତେବେ ଯେଉଁ ସ୍ଥାନକୁ ସେ ପଳାଇ ପାରେ, ଏପରି ସ୍ଥାନ ଆମ୍ଭେ ତୁମ୍ଭ ପାଇଁ ନିରୂପଣ କରିବା।
But he that did not lie in wait for him, but God delivered him into his hands: I will appoint thee a place to which he must flee.
14 ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।
If a man kill his neighbour on set purpose and by lying in wait for him: thou shalt take him away from my altar, that he may die.
15 ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
He that striketh his father or mother, shall be put to death.
16 ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
He that shall steal a man, and sell him, being convicted of guilt, shall be put to death.
17 ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
He that curseth his father, or mother, shall die the death.
18 ଆଉ ଯଦି ଲୋକମାନେ ଏକଆରେକ ସହିତ ବିବାଦ କରୁ କରୁ ଏକ ଜଣ ଅନ୍ୟ ଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ
If men quarrel, and the one strike his neighbour with a stone or with his fist, and he die not, but keepeth his bed:
19 ଓ ପଶ୍ଚାତ୍‍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
If he rise again and walk abroad upon his staff, he that struck him shall be quit, yet so that he make restitution for his work, and for his expenses upon the physicians.
20 ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।
He that striketh his bondman or bondwoman with a rod, and they die under his hands, shall be guilty of the crime.
21 ମାତ୍ର ସେ ଯଦି ଏକ ବା ଦୁଇ ଦିନ ବଞ୍ଚେ, ତେବେ ସେ ଦଣ୍ଡନୀୟ ହେବ ନାହିଁ; କାରଣ ସେ ତାହାର ଧନ ସ୍ୱରୂପ।
But if the party remain alive a day or two, he shall not be subject to the punishment, because it is his money.
22 ଆଉ ଯଦି ପୁରୁଷମାନେ ପରସ୍ପର ବିବାଦ କରୁ କରୁ କୌଣସି ଗର୍ଭବତୀ ସ୍ତ୍ରୀକୁ ପ୍ରହାର କରନ୍ତି ଯଦି ତାହାର ଗର୍ଭପାତ ହୁଏ, ମାତ୍ର ପଶ୍ଚାତ୍‍ ଆଉ କୌଣସି ଆପଦ ନ ଘଟେ, ତେବେ ସେହି ସ୍ତ୍ରୀର ସ୍ୱାମୀ ଯେରୂପ ଦାବି କରିବ, ତଦନୁସାରେ ତାହାର ଅବଶ୍ୟ ଅର୍ଥଦଣ୍ଡ ହେବ, ପୁଣି, ସେ ବିଚାରକର୍ତ୍ତାମାନଙ୍କ ନିର୍ଦ୍ଧାରଣାନୁସାରେ ତାହା ଦେବ।
If men quarrel, and one strike a woman with child, and she miscarry indeed, but live herself: he shall be answerable for so much damage as the woman’s husband shall require, and as arbiters shall award.
23 ମାତ୍ର ଯଦି କୌଣସି ଆପଦ ଘଟେ, ତେବେ ତାହାର ପ୍ରାଣ ପରିଶୋଧରେ ପ୍ରାଣ,
But if her death ensue thereupon, he shall render life for life.
24 ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ଚରଣ ପରିଶୋଧରେ ଚରଣ,
Eye for eye, tooth for tooth, hand for hand, foot for foot,
25 ଦାହ ପରିଶୋଧରେ ଦାହ, କ୍ଷତ ପରିଶୋଧରେ କ୍ଷତ, ନୋଳା ପରିଶୋଧରେ ନୋଳା, ଦଣ୍ଡ ହେବ।
Burning for burning, wound for wound, stripe for stripe.
26 ଆଉ ଯଦି କେହି ଆପଣା ଦାସ କି ଦାସୀର ଚକ୍ଷୁରେ ଆଘାତ କଲେ ଯଦି ତାହା ନଷ୍ଟ ହୁଏ, ତେବେ ସେ ତାହାର ଚକ୍ଷୁ ସକାଶେ ତାହାକୁ ମୁକ୍ତ କରିଦେବ।
If any man strike the eye of his manservant or maidservant, and leave them but one eye, he shall let them go free for the eye which he put out.
27 ପୁଣି, ଆଘାତ ଦ୍ୱାରା ଆପଣା ଦାସ କି ଦାସୀର ଦନ୍ତ ଭଗ୍ନ କଲେ, ସେ ସେହି ଦନ୍ତ ସକାଶେ ତାହାକୁ ମୁକ୍ତ କରିଦେବ।
Also if he strike out a tooth of his manservant or maidservant, he shall in like manner make them free.
28 ଆଉ, ଗୋରୁ କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବିନ୍ଧିଲେ ଯଦି ସେ ମରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ, ପୁଣି, ତାହାର ମାଂସ ଅଖାଦ୍ୟ ହେବ; ମାତ୍ର ଗୋରୁର ସ୍ୱାମୀ ଦଣ୍ଡଯୋଗ୍ୟ ହେବ ନାହିଁ।
If an ox gore a man or a woman, and they die, he shall be stoned: and his flesh shall not be eaten, but the owner of the ox shall be quit.
29 ମାତ୍ର ସେହି ଗୋରୁ ପୂର୍ବେ ବିନ୍ଧୁଥାଏ, ଏଥିର ପ୍ରମାଣ ତାହାର ସ୍ୱାମୀକୁ ଦିଆଗଲେ ହେଁ ତାକୁ ନ ବାନ୍ଧିବା ସକାଶୁ ତାହା ଯଦି କୌଣସି ପୁରୁଷ କିମ୍ବା ସ୍ତ୍ରୀକୁ ବଧ କରେ, ତେବେ ସେହି ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ; ପୁଣି, ତାହାର ସ୍ୱାମୀର ମଧ୍ୟ ପ୍ରାଣଦଣ୍ଡ ହେବ।
But if the ox was wont to push with his horn yesterday and the day before, and they warned his master, and he did not shut him up, and he shall kill a man or a woman: then the ox shall be stoned, an his owner also shall be put to death.
30 ଯଦ୍ୟପି ତାହାର (ପ୍ରାଣ) ନିମନ୍ତେ ପ୍ରାୟଶ୍ଚିତ୍ତ ନିରୂପିତ ହୁଏ, ତେବେ ସେ ପ୍ରାଣମୁକ୍ତି ନିମନ୍ତେ ସମୁଦାୟ ନିରୂପିତ ମୂଲ୍ୟ ଦେବ।
And if they set a price upon him, he shall give for his life whatsoever is laid upon him.
31 ଗୋରୁ ପୁତ୍ରକୁ କି କନ୍ୟାକୁ ବିନ୍ଧିଲେ, ଏହି ଶାସନାନୁସାରେ ଦଣ୍ଡିତ ହେବ।
If he have gored a son, or a daughter, he shall fall under the like sentence.
32 କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।
If he assault a bondman or a bond woman, he shall give thirty sicles of silver to their master, and the ox shall be stoned.
33 ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,
If a man open a pit, and dig one, and cover it not, and an ox or an ass fall into it,
34 ସେହି କୂପର କର୍ତ୍ତା ତହିଁର ପରିଶୋଧ କରିବ; ସେ ସେମାନଙ୍କ ସ୍ୱାମୀକୁ ରୂପା ମୂଲ୍ୟ ଦେବ, ମାତ୍ର ମୃତ ପଶୁ ତାହାର ହେବ।
The owner of the pit shall pay the price of the beasts: and that which is dead shall be his own.
35 ଆଉ ଏକ ଜଣର ଗୋରୁ ଅନ୍ୟ ଜଣର ଗୋରୁକୁ ବିନ୍ଧିଲେ ସେହି ଗୋରୁ ଯଦି ମରିଯାଏ, ତେବେ ସେମାନେ ଜୀବିତ ଗୋରୁକୁ ବିକ୍ରୟ କରି ତହିଁର ମୂଲ୍ୟ ଦୁଇ ଭାଗ କରିବେ; ପୁଣି, ମୃତ ଗୋରୁକୁ ମଧ୍ୟ ଦୁଇ ଭାଗ କରି ନେବେ।
If one man’s ox gore another man’s ox, and he die: they shall sell the live ox, and shall divide the price, and the carcass of that which died they shall part between them:
36 ମାତ୍ର ଗୋରୁ ପୂର୍ବେ ବିନ୍ଧୁଥିବାର ଜାଣି ଯଦି ତାʼର ସ୍ୱାମୀ ତାକୁ ସାବଧାନରେ ରଖି ନ ଥାଏ, ତେବେ ସେ ଗୋରୁ ପରିଶୋଧରେ ଗୋରୁ ଅବଶ୍ୟ ଦେବ, ମାତ୍ର ମୃତ ଗୋରୁ ତାହାର ନିଜର ହେବ।
But if he knew that his ox was wont to push yesterday and the day before, and his master did not keep him in: he shall pay ox for ox, and shall take the whole carcass.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21 >