< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 22 >

1 ଯଦି କେହି ଗୋରୁ କି ମେଷ ଚୋରି କରି ବଧ କରେ ଅବା ବିକ୍ରୟ କରେ, ତେବେ ସେ ଏକ ଗୋରୁ ପରିଶୋଧରେ ପାଞ୍ଚ ଗୋରୁ ଓ ଏକ ମେଷ ପରିଶୋଧରେ ଚାରି ମେଷ ଦେବ।
“Kama mtu akiiba maksai au kondoo na kumchinja au kumuuza, ni lazima alipe ngʼombe watano badala ya maksai mmoja na kondoo wanne badala ya kondoo mmoja.
2 ଆଉ ଚୋର ସିନ୍ଧି କାଟିଧରା ପଡ଼ିଲେ, ଯଦି କେହି ତାହାକୁ ମାରୁ ମାରୁ ମାରି ପକାଏ, ତେବେ ସେ ରକ୍ତପାତର ଦୋଷୀ ହେବ ନାହିଁ।
“Kama mwizi akishikwa anavunja nyumba akapigwa hata akafa, aliyemuua hana hatia ya kumwaga damu;
3 ମାତ୍ର ଯଦି ସୂର୍ଯ୍ୟୋଦୟ ଉତ୍ତାରେ ତାହାକୁ ବଧ କରେ, ତେବେ ସେ ରକ୍ତପାତର ଦୋଷୀ ହେବ; ଆଉ ଚୋରା ଦ୍ରବ୍ୟ ପରିଶୋଧ କରିବା ଚୋରର କର୍ତ୍ତବ୍ୟ; ଯଦି ତାହାର କିଛି ନ ଥାଏ, ତେବେ ଚୋରି ସକାଶୁ ସେ ବିକ୍ରି ହେବ।
lakini jambo hilo likitokea wakati jua limechomoza, huyo mtu atakuwa na hatia ya kumwaga damu. “Mwizi huyo sharti alipe, lakini kama hana kitu, lazima auzwe ili alipe kwa ajili ya wizi wake.
4 ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।
“Kama mnyama aliyeibwa akikutwa hai mikononi mwake, ikiwa ni maksai au punda au kondoo, lazima alipe mara mbili.
5 ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।
“Kama mtu akichunga mifugo yake katika shamba au shamba la mizabibu, na akawaachia wajilishe katika shamba la mtu mwingine, ni lazima alipe vitu bora kutoka kwenye shamba lake mwenyewe au kutoka shamba lake la mizabibu.
6 ଆଉ ଅଗ୍ନି ଜ୍ୱଳି କଣ୍ଟକ ବନରେ ଲାଗିଲେ ଯଦି କାହାର କଳେଇ ଗଦା ଅବା ବଢ଼ନ୍ତା ଶସ୍ୟ କି କ୍ଷେତ ପୋଡ଼ିଯାଏ, ତେବେ ସେହି ଅଗ୍ନି ଲଗାଇବା ଲୋକ ଅବଶ୍ୟ ତହିଁର ମୂଲ୍ୟ ଦେବ।
“Kama moto ukiwaka na kuenea kwenye vichaka vya miiba na kuteketeza miganda ya nafaka au nafaka ambayo haijavunwa, au kuteketeza shamba lote, mtu yule aliyewasha moto lazima alipe.
7 ଆଉ, କେହି ଯଦି ଆପଣା ପ୍ରତିବାସୀ ନିକଟରେ ମୁଦ୍ରା ଅବା ଆଉ କୌଣସି ଦ୍ରବ୍ୟ ରଖିବା ପାଇଁ ସମର୍ପଣ କରେ, ତାହା ଯଦି କେହି ସେହି ମନୁଷ୍ୟର ଗୃହରୁ ଚୋରି କରେ ଓ ସେହି ଚୋର ଧରା ପଡ଼େ, ତେବେ ସେ ତହିଁର ଦୁଇଗୁଣ ଦେବ।
“Kama mtu akimpa jirani yake fedha au mali nyingine amtunzie, na kama vikiibwa kutoka nyumba ya huyo jirani, kama mwizi atashikwa, lazima alipe mara mbili.
8 ଯଦି ଚୋର ଧରା ନ ପଡ଼େ, ତେବେ ଗୃହର ସ୍ୱାମୀ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏହା ଜଣା ଯିବା ନିମନ୍ତେ ସେ ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ।
Lakini mwizi asipopatikana, mwenye nyumba atafika mbele ya waamuzi ili kuthibitisha kuwa hakuchukua mali ya mwenzake.
9 ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍‍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।
Pakiwepo jambo lolote la mali isiyo halali, ikiwa ni maksai, punda, kondoo, mavazi, ama mali yoyote iliyopotea ambayo fulani atasema, ‘Hii ni mali yangu,’ pande zote mbili wataleta mashauri yao mbele ya waamuzi. Yule ambaye waamuzi watamwona kuwa na hatia atamlipa jirani yake mara mbili.
10 ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,
“Kama mtu akimpa jirani yake punda, ngʼombe, kondoo au mnyama mwingine yeyote amtunzie, akifa au akijeruhiwa au akichukuliwa wakati haonekani na mtu yeyote,
11 ତେବେ ସେ ପ୍ରତିବାସୀର ଦ୍ରବ୍ୟରେ ହସ୍ତ ଦେଇଅଛି କି ନାହିଁ, ଏ ବିଷୟରେ ଉଭୟଙ୍କ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ହେବ; ପଶୁର ମାଲିକ ସେହି ଶପଥ ଗ୍ରହଣ କରିବ, ପୁଣି, ସେ ପରିଶୋଧ କରିବ ନାହିଁ।
jambo hili kati yao wawili litaamuliwa kwa kuapa kiapo mbele za Bwana, kwamba huyo jirani hakuhusika na wizi wa mali ya jirani yake. Mwenye mali itampasa akubali jambo hili, na hakuna malipo yatakayohitajika.
12 ମାତ୍ର ଯଦି ତାହା ନିକଟରୁ ଚୋରି ହୋଇଅଛି, ତେବେ ସେ ତାହାର ମାଲିକକୁ ତାହାର ମୂଲ୍ୟ ଦେବ।
Lakini kama mnyama aliibwa kwa jirani, itampasa amlipe mwenye mnyama.
13 ଯଦି ସେହି ପଶୁ ବିଦୀର୍ଣ୍ଣ ହୁଏ, ତେବେ ସେ ପ୍ରମାଣ ନିମନ୍ତେ ତାହା ଆଣୁ; ସେ ସେହି ବିଦୀର୍ଣ୍ଣ ପଶୁର ମୂଲ୍ୟ ଦେବ ନାହିଁ।
Kama ameraruliwa na mnyama pori, ataleta mabaki ya mnyama kama ushahidi, naye hatadaiwa kulipa mnyama aliyeraruliwa.
14 ଆଉ, କେହି ଯଦି ଆପଣା ପ୍ରତିବାସୀର ପଶୁ ମାଗି ନିଏ ଓ ତାହାର ମାଲିକ ତାହା ସହିତ ନ ଥାଇ ସେ ଭଗ୍ନାଙ୍ଗ ହୁଏ କି ମରେ, ତେବେ ସେ ନିତାନ୍ତ ତାହାର ମୂଲ୍ୟ ଦେବ।
“Kama mtu akimwazima mnyama kutoka kwa jirani yake, na kama akiumia au akafa na mwenye mnyama hayupo, lazima amlipe huyo mnyama.
15 ମାତ୍ର ଯଦି ତାହାର ମାଲିକ ତାହା ନିକଟରେ ଥାଏ, ତେବେ ତାହାର ମୂଲ୍ୟ ଦେବ ନାହିଁ; ଯଦି ସେ ଭଡ଼ାଟିଆ ପଶୁ ହୁଏ, ତେବେ ତାହା ଭଡ଼ା ମଧ୍ୟରେ ଆସିବ।
Lakini mwenye mnyama akiwa angalipo na mnyama wake, mwazimaji hatalazimika kumlipa. Kama mnyama alikuwa amekodishwa, fedha iliyolipwa kwa kukodisha inatosha kwa kufidia hasara.
16 ଆଉ, କେହି ଯଦି ଅବାଗ୍‍ଦତ୍ତା କନ୍ୟାକୁ ପ୍ରଲୋଭିତ କରି ତାହା ସହିତ ଶୟନ କରେ, ତେବେ ସେ ତାହାକୁ କନ୍ୟା ମୂଲ୍ୟ ଦେଇ ଅବଶ୍ୟ ବିବାହ କରିବ।
“Kama mtu akimshawishi bikira ambaye hajaposwa na akilala naye, lazima alipe mahari, kisha atamwoa msichana huyo.
17 ଯଦି ପିତା ତାହା ସହିତ ଆପଣା କନ୍ୟାର ବିବାହ ଦେବାକୁ ନିତାନ୍ତ ଅସମ୍ମତ ହୁଏ, ତେବେ ସେ କନ୍ୟା ମୂଲ୍ୟର ବ୍ୟବସ୍ଥାନୁସାରେ ରୂପା ତୌଲି ଦେବ।
Baba wa msichana akikataa katakata kumpa huyo mtu huyo msichana wake, bado ni lazima huyo mtu atalipa mahari kama inavyostahili malipo ya ubikira.
18 ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।
“Usiruhusu mwanamke mchawi aishi.
19 ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
“Mtu yeyote aziniye na mnyama lazima auawe.
20 ଯେଉଁ ଲୋକ କେବଳ ସଦାପ୍ରଭୁଙ୍କ ବିନା କୌଣସି ଦେବତା ନିକଟରେ ବଳିଦାନ କରେ, ସେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ।
“Mtu awaye yote anayemtolea mungu mwingine dhabihu isipokuwa Bwana, lazima aangamizwe.
21 ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
“Usimtendee mgeni vibaya au kumwonea, kwa kuwa nanyi mlikuwa wageni huko Misri.
22 ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ।
“Usimdhulumu mjane wala yatima.
23 ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା।
Kama ukifanya hivyo nao wakinililia, hakika nitasikia kilio chao.
24 ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ।
Hasira yangu itawaka, nami nitawaua kwa upanga, wake zenu watakuwa wajane na watoto wenu watakuwa yatima.
25 ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ।
“Kama ukimkopesha mmojawapo wa watu wangu fedha ambaye ni mhitaji, usiwe kama mtu mkopesha fedha; usimtoze riba.
26 ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ।
Kama ukichukua vazi la jirani kama rehani, ulirudishe kwake kabla jua kuzama,
27 କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।
kwa kuwa vazi lake ndilo pekee alilo nalo la kumfunika mwili wake. Ni nini kingine atajifunika nacho? Atakaponililia, nitasikia, kwa kuwa nina huruma.
28 ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଅବଜ୍ଞା କରିବ ନାହିଁ, ପୁଣି, ଆପଣା ଲୋକମାନଙ୍କର ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
“Usimkufuru Mungu au kumlaani mtawala wa watu wako.
29 ତୁମ୍ଭେ ଆପଣା ଶସ୍ୟର ପୂର୍ଣ୍ଣତାରୁ ଓ (ଫଳାଦିର) ରସରୁ ଉତ୍ସର୍ଗ କରିବାକୁ ବିଳମ୍ବ କରିବ ନାହିଁ। ତୁମ୍ଭେ ଆପଣା ପ୍ରଥମଜାତ ପୁତ୍ରମାନଙ୍କୁ ଆମ୍ଭଙ୍କୁ ଦେବ।
“Usiache kutoa sadaka kutoka ghala lako au mapipa yako. “Lazima unipe mzaliwa wa kwanza wa wana wako.
30 ପୁଣି, ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ।
Ufanye vivyo hivyo kwa ngʼombe wako na kwa kondoo wako. Waache wakae na mama zao kwa siku saba, lakini siku ya nane unipe.
31 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।
“Ninyi mtakuwa watu wangu watakatifu. Kwa hiyo msile nyama ya mnyama aliyeraruliwa na wanyama pori; mtupieni mbwa.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 22 >