< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 24 >
1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।
耶和華對摩西說:「你和亞倫、拿答、亞比戶,並以色列長老中的七十人,都要上到我這裏來,遠遠地下拜。
2 କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”
惟獨你可以親近耶和華;他們卻不可親近;百姓也不可和你一同上來。」
3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”
摩西下山,將耶和華的命令典章都述說與百姓聽。眾百姓齊聲說:「耶和華所吩咐的,我們都必遵行。」
4 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
摩西將耶和華的命令都寫上。清早起來,在山下築一座壇,按以色列十二支派立十二根柱子,
5 ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।
又打發以色列人中的少年人去獻燔祭,又向耶和華獻牛為平安祭。
6 ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।
摩西將血一半盛在盆中,一半灑在壇上;
7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
又將約書念給百姓聽。他們說:「耶和華所吩咐的,我們都必遵行。」
8 ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”
摩西將血灑在百姓身上,說:「你看!這是立約的血,是耶和華按這一切話與你們立約的憑據。」
9 ତେବେ ମୋଶା, ହାରୋଣ, ନାଦବ୍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।
摩西、亞倫、拿答、亞比戶,並以色列長老中的七十人,都上了山。
10 ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।
他們看見以色列的上帝,他腳下彷彿有平鋪的藍寶石,如同天色明淨。
11 ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।
他的手不加害在以色列的尊者身上。他們觀看上帝;他們又吃又喝。
12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”
耶和華對摩西說:「你上山到我這裏來,住在這裏,我要將石版並我所寫的律法和誡命賜給你,使你可以教訓百姓。」
13 ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।
摩西和他的幫手約書亞起來,上了上帝的山。
14 ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”
摩西對長老說:「你們在這裏等着,等到我們再回來,有亞倫、戶珥與你們同在。凡有爭訟的,都可以就近他們去。」
15 ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।
摩西上山,有雲彩把山遮蓋。
16 ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
耶和華的榮耀停於西奈山;雲彩遮蓋山六天,第七天他從雲中召摩西。
17 ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।
耶和華的榮耀在山頂上,在以色列人眼前,形狀如烈火。
18 ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।
摩西進入雲中上山,在山上四十晝夜。