< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 24 >

1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।
Mojžíšovi pak řekl: Vstup k Hospodinu ty a Aron, Nádab a Abiu, a sedmdesáte z starších Izraelských, a klaněti se budete zdaleka.
2 କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”
Sám pak toliko Mojžíš vstoupí k Hospodinu, ale oni se nepřiblíží; aniž lid vstoupí s ním.
3 ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”
Tedy přišel Mojžíš, a vypravoval lidu všecka slova Hospodinova a všecky soudy. I odpověděl všecken lid jedním hlasem, a řekli: Všecka slova, kteráž mluvil Hospodin, učiníme.
4 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
Napsal pak Mojžíš všecka slova Hospodinova, a vstav ráno, vzdělal oltář pod horou, a dvanácte sloupů podlé počtu dvanáctera pokolení Izraelského.
5 ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।
A poslal mládence z synů Izraelských, kteříž obětovali zápaly; a obětovali oběti pokojné Hospodinu, totiž voly.
6 ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।
I vzav Mojžíš polovici krve, vlil do medenic, a polovici druhou vylil na oltář.
7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
Vzav také knihu smlouvy, četl v uších lidu. Kteříž řekli: Cožkoli mluvil Hospodin, činiti a poslouchati budeme.
8 ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”
Vzal také Mojžíš krev a pokropil lidu a řekl: Aj, krev smlouvy, kterouž učinil s vámi Hospodin při všech těchto věcech.
9 ତେବେ ମୋଶା, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।
Potom vstoupili Mojžíš a Aron, Nádab a Abiu a sedmdesáte z starších Izraelských,
10 ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।
A viděli Boha Izraelského. A pod nohami jeho bylo jako dílo z kamene zafirového, a jako nebe, když jest jasné.
11 ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।
Na knížata pak synů Izraelských nevztáhl ruky své, ačkoli viděli Boha, a potom jedli i pili.
12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍‍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”
I řekl Hospodin Mojžíšovi: Vstup ke mně na horu a buď tam; a dám tobě tabule kamenné, zákon i přikázaní, kteráž jsem napsal, abys je učil.
13 ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।
Tedy vstal Mojžíš a Jozue služebník jeho; i vstoupil Mojžíš na horu Boží.
14 ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”
Starším pak řekl: Zůstaňte tuto, dokudž se nenavrátíme k vám. A teď Aron a Hur jsou s vámi, kdož by měl rozepři, k nim ať jde.
15 ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।
Tedy vstoupil Mojžíš na horu, a přikryl oblak horu.
16 ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
I přebývala sláva Hospodinova na hoře Sinai, a přikryl ji oblak za šest dní; a dne sedmého zavolal na Mojžíše z prostřed oblaku.
17 ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।
A tvárnost slávy Hospodinovy byla jako spalující oheň na vrchu hory, před očima synů Izraelských.
18 ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।
I všel Mojžíš do prostřed oblaku a vstoupil na horu. A byl Mojžíš na hoře čtyřidceti dní a čtyřidceti nocí.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 24 >