< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 26 >
1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।
Tabernaculum vero ita facies: decem cortinas de bysso retorta, et hyacintho, ac purpura, coccoque bis tincto, variatas opere plumario facies.
2 ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।
Longitudo cortinæ unius habebit viginti octo cubitos: latitudo, quatuor cubitorum erit. Unius mensuræ fient universa tentoria.
3 ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।
Quinque cortinæ sibi jungentur mutuo, et aliæ quinque nexu simili cohærebunt.
4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।
Ansulas hyacinthinas in lateribus ac summitatibus facies cortinarum, ut possint invicem copulari.
5 ଅର୍ଥାତ୍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।
Quinquagenas ansulas cortina habebit in utraque parte, ita insertas ut ansa contra ansam veniat, et altera alteri possit aptari.
6 ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।
Facies et quinquaginta circulos aureos quibus cortinarum vela jungenda sunt, ut unum tabernaculum fiat.
7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
Facies et saga cilicina undecim, ad operiendum tectum tabernaculi.
8 ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।
Longitudo sagi unius habebit triginta cubitos, et latitudo, quatuor: æqua erit mensura sagorum omnium.
9 ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।
E quibus quinque junges seorsum, et sex sibi mutuo copulabis, ita ut sextum sagum in fronte tecti duplices.
10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।
Facies et quinquaginta ansas in ora sagi unius, ut conjungi cum altero queat, et quinquaginta ansas in ora sagi alterius, ut cum altero copuletur.
11 ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।
Facies et quinquaginta fibulas æneas quibus jungantur ansæ, ut unum ex omnibus operimentum fiat.
12 ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍ ପାର୍ଶ୍ୱରେ ଓହଳି ରହିବ।
Quod autem superfuerit in sagis quæ parantur tecto, id est unum sagum quod amplius est, ex medietate ejus operies posteriora tabernaculi.
13 ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।
Et cubitus ex una parte pendebit, et alter ex altera qui plus est in sagorum longitudine, utrumque latus tabernaculi protegens.
14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
Facies et operimentum aliud tecto de pellibus arietum rubricatis: et super hoc rursum aliud operimentum de janthinis pellibus.
15 ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।
Facies et tabulas stantes tabernaculi de lignis setim,
16 ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।
quæ singulæ denos cubitos in longitudine habeant, et in latitudine singulos ac semissem.
17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।
In lateribus tabulæ, duæ incastraturæ fient, quibus tabula alteri tabulæ connectatur: atque in hunc modum cunctæ tabulæ parabuntur.
18 ଆଉ ଆବାସ ନିମନ୍ତେ ଯେଉଁସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।
Quarum viginti erunt in latere meridiano quod vergit ad austrum.
19 ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।
Quibus quadraginta bases argenteas fundes, ut binæ bases singulis tabulis per duos angulos subjiciantur.
20 ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
In latere quoque secundo tabernaculi quod vergit ad aquilonem, viginti tabulæ erunt,
21 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।
quadraginta habentes bases argenteas, binæ bases singulis tabulis supponentur.
22 ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।
Ad occidentalem vero plagam tabernaculi facies sex tabulas,
23 ପୁଣି, ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।
et rursum alias duas quæ in angulis erigantur post tergum tabernaculi.
24 ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।
Eruntque conjunctæ a deorsum usque sursum, et una omnes compago retinebit. Duabus quoque tabulis quæ in angulis ponendæ sunt, similis junctura servabitur.
25 ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।
Et erunt simul tabulæ octo, bases earum argenteæ sedecim, duabus basibus per unam tabulam supputatis.
26 ଆଉ ତୁମ୍ଭେ ଶିଟୀମ୍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
Facies et vectes de lignis setim quinque ad continendas tabulas in uno latere tabernaculi,
27 ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।
et quinque alios in altero, et ejusdem numeri ad occidentalem plagam:
28 ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇବ।
qui mittentur per medias tabulas a summo usque ad summum.
29 ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।
Ipsas quoque tabulas deaurabis, et fundes in eis annulos aureos per quos vectes tabulata contineant: quos operies laminis aureis.
30 ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
Et eriges tabernaculum juxta exemplar quod tibi in monte monstratum est.
31 ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।
Facies et velum de hyacintho, et purpura, coccoque bis tincto, et bysso retorta, opere plumario et pulchra varietate contextum:
32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।
quod appendes ante quatuor columnas de lignis setim, quæ ipsæ quidem deauratæ erunt, et habebunt capita aurea, sed bases argenteas.
33 ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।
Inseretur autem velum per circulos, intra quod pones arcam testimonii, quo et sanctuarium, et sanctuarii sanctuaria dividentur.
34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।
Pones et propitiatorium super arcam testimonii in Sancto sanctorum,
35 ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।
mensamque extra velum, et contra mensam candelabrum in latere tabernaculi meridiano: mensa enim stabit in parte aquilonis.
36 ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।
Facies et tentorium in introitu tabernaculi de hyacintho, et purpura, coccoque bis tincto, et bysso retorta, opere plumarii.
37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।
Et quinque columnas deaurabis lignorum setim, ante quas ducetur tentorium: quarum erunt capita aurea, et bases æneæ.