< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 26 >

1 ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।
ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।
2 ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।
ସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।
3 ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।
ପୁଣି, ଏକତ୍ର ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ, ଆଉ ଅବଶିଷ୍ଟ ପାଞ୍ଚ ଯବନିକାର ପରସ୍ପର ଯୋଗ ରହିବ।
4 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।
5 ଅର୍ଥାତ୍‍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।
ଅର୍ଥାତ୍‍, ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କରିବ; ସେହି ଦୁଇ ଫାଶ-ଶ୍ରେଣୀ ପରସ୍ପର ସମ୍ମୁଖୀନ ରହିବ।
6 ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।
ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।
7 ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
8 ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।
ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।
9 ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।
ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।
10 ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।
ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ପଚାଶ ଫାଶ କରିବ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କରିବ।
11 ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।
ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।
12 ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।
ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।
13 ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।
ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।
14 ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
15 ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।
ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।
16 ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।
ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।
17 ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।
ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।
18 ଆଉ ଆବାସ ନିମନ୍ତେ ଯେଉଁସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।
ଆଉ ଆବାସ ନିମନ୍ତେ ଯେଉଁସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।
19 ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।
ପୁଣି, ସେହି କୋଡ଼ିଏ ପଟା ତଳେ ଚାଳିଶ ରୂପାର ଚୁଙ୍ଗୀ କରିବ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ମଧ୍ୟ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ହେବ।
20 ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
21 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।
ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ; ଏରୂପେ ରୂପାର ଚାଳିଶ ଚୁଙ୍ଗୀ ହେବ।
22 ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।
ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।
23 ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।
ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।
24 ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।
ଏହି କୋଣରେ ଥିବା ପଟାଗୁଡ଼ିକ ଯୋଡ଼ା ହୋଇ ଉପର ମୁଣ୍ଡ ପର୍ଯ୍ୟନ୍ତ ସଂଯୁକ୍ତ ହେବ, ଦୁଇ କୋଣରେ ଥିବା ଦୁଇଟି ପଟା ଏହିପରି ତିଆରି ହେବ।
25 ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।
ତହିଁରେ ତହିଁର ପଟା ଆଠ ଖଣ୍ଡ ହେବ ଓ ତହିଁର ଷୋଳ ରୂପାଚୁଙ୍ଗୀ ହେବ; ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଚୁଙ୍ଗୀ ହେବ।
26 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
27 ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।
ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।
28 ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇବ।
ପୁଣି, ମଧ୍ୟସ୍ଥିତ ଅର୍ଗଳ ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇବ।
29 ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।
ଆଉ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇବ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣ କଡ଼ା କରିବ, ପୁଣି, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇବ।
30 ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
31 ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।
ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।
32 ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।
ତୁମ୍ଭେ ତାହା ସୁବର୍ଣ୍ଣରେ ମଡ଼ାଇ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ ଉପରେ ଟଙ୍ଗାଇବ; ପୁଣି, ରୂପାର ଚାରି ଚୁଙ୍ଗୀ ଉପରେ ସେମାନଙ୍କ ସ୍ୱର୍ଣ୍ଣର ଆଙ୍କୁଡ଼ାସବୁ ବସାଇବ।
33 ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।
ପୁଣି, ଆଙ୍କୁଡ଼ା ସବୁର ତଳେ ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ବିଚ୍ଛେଦ ବସ୍ତ୍ର ମଧ୍ୟକୁ ସାକ୍ଷ୍ୟରୂପ ସିନ୍ଦୁକ ଆଣିବ; ତହିଁରେ ସେହି ବିଚ୍ଛେଦ ବସ୍ତ୍ର ପବିତ୍ର ସ୍ଥାନ ଓ ମହାପବିତ୍ର ସ୍ଥାନ ମଧ୍ୟରେ ଭେଦକ ହେବ।
34 ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।
ଆଉ ତୁମ୍ଭେ ମହାପବିତ୍ର ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିବ।
35 ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।
ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।
36 ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।
ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।
37 ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍‍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।
ସେହି ଆଚ୍ଛାଦନ ବସ୍ତ୍ର ନିମନ୍ତେ ପାଞ୍ଚଗୋଟି ଶିଟୀମ୍‍ କାଷ୍ଠର ସ୍ତମ୍ଭ ନିର୍ମାଣ କରି ସ୍ୱର୍ଣ୍ଣ ମଡ଼ାଇବ, ପୁଣି, ସ୍ୱର୍ଣ୍ଣରେ ତହିଁର ଆଙ୍କୁଡ଼ା କରିବ ଓ ତହିଁ ନିମନ୍ତେ ପିତ୍ତଳର ପାଞ୍ଚ ଚୁଙ୍ଗୀ ଢାଳିବ।

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 26 >