< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 27 >

1 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।
“Upange guwa lansembe lamatabwa amtengo wa mkesha. Likhale lofanana mbali zonse, msinkhu wake masentimita 137, mulitali mwake masentimita 229, mulifupi mwake masentimita 229.
2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।
Upange nyanga imodziimodzi pa ngodya zake zinayizo kuti nyangazo ndi guwalo zikhale chinthu chimodzi, ndipo ulikute guwalo ndi mkuwa.
3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
Upange ziwiya zamkuwa izi zogwirira ntchito pa guwalo: miphika yochotsera phulusa, mafosholo, mabeseni owazira magazi, ngowe zokowera nyama ndi zosonkhezera moto.
4 ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।
Upange sefa yachitsulo chamkuwa ndipo mʼngodya zake zinayizo upangiremo mphete zamkuwa.
5 ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।
Uyike sefayo mmunsi mwa khoma la guwa lansembelo, ndipo ilekezere pakati pa guwa lansembelo.
6 ଆଉ ବେଦି ନିମନ୍ତେ ଶିଟୀମ୍‍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।
Upange nsichi zamtengo wa mkesha ndipo uzikutire ndi mkuwa.
7 ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।
Pamene mukunyamula guwalo, muzilowetsa nsichizo mʼmphetemo mbali zonse ziwiri za guwalo.
8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ।
Guwalo likhale lamatabwa ndi logoba mʼkati mwake. Ulipange monga momwe ndinakuonetsera pa phiri paja.
9 ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।
“Upange bwalo la chihema. Mbali yakummwera ikhale yotalika mamita 46 ndipo ikhale ndi nsalu yotchinga yofewa yosalala yolukidwa bwino.
10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
Upangenso mizati makumi awiri, matsinde makumi awiri amkuwa, ndi ngowe zasiliva ndi zingwe za mizatiyo.
11 ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
Mbali yakumpoto ikhalenso yotalika mamita 46 ndipo ikhale ndi nsalu yotchinga. Pakhalenso mizati makumi awiri, matsinde amkuwa makumi awiri, ngowe zasiliva ndi zingwe za mizatiyo.
12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।
“Mbali yakumadzulo ya bwalolo ikhale yotalika mamita 23 ndipo ikhale ndi nsalu yotchinga, nsichi khumi ndi matsinde khumi.
13 ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।
Mbali yakummawa, kotulukira dzuwa, kutalika kwa bwalo kukhale mamita 23.
14 (ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
Mbali imodzi yachipata kukhale nsalu yotchinga yotalika mamita asanu ndi awiri, mizati itatu ndi matsinde atatu.
15 ଆଉ ଅନ୍ୟ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
Ndipo ku mbali inayo kukhale nsalu yotchinga ya mamita asanu ndi awiri pamodzi ndi mizati itatu ndi matsinde atatu.
16 ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।
“Pa chipata cha bwalolo pakhale nsalu yotchinga yamtundu wa mtambo, yapepo ndi yofiira ndiponso yofewa yosalala. Nsaluyo ikhale yotalika mamita asanu ndi anayi, yopangidwa ndi anthu aluso. Pakhalenso mizati yake inayi ndi matsinde akenso anayi.
17 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା-ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।
Mizati yonse yozungulira bwalolo ilumikizidwe ndi zingwe zasiliva. Ngowe zake zikhale zasiliva, koma matsinde ake akhale amkuwa.
18 ପ୍ରାଙ୍ଗଣ ଏକ ଶହ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।
Kutalika kwa bwalolo kukhale mamita 46, mulifupi mwake mamita 23, msinkhu wake masentimita 230. Nsalu ya katani ikhale yofewa ndi yosalala bwino. Matsinde ake akhale amkuwa.
19 ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ।
Zipangizo zonse zogwiritsa ntchito zosiyanasiyana pa chihemacho, zikhomo za chihema ndi zabwalolo zikhale zamkuwa.
20 ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ।
“Lamula Aisraeli kuti akupatse mafuta anyale a olivi wabwino kwambiri kuti nyalezo ziziyaka nthawi zonse.
21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Mʼchihema cha msonkhano, koma kunja kwa nsalu yotchinga Bokosi la Chipangano, Aaroni ndi ana ake azionetsetsa kuti nyale ikukhala chiyakire pamaso pa Yehova kuyambira madzulo mpaka mmawa. Limeneli ndi lamulo lamuyaya pakati pa Aisraeli pa mibado yonse.”

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 27 >