< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 27 >

1 ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।
וְעָשִׂיתָ אֶת־הַמִּזְבֵּחַ עֲצֵי שִׁטִּים חָמֵשׁ אַמּוֹת אֹרֶךְ וְחָמֵשׁ אַמּוֹת רֹחַב רָבוּעַ יִהְיֶה הַמִּזְבֵּחַ וְשָׁלֹשׁ אַמּוֹת קֹמָתֽוֹ׃
2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।
וְעָשִׂיתָ קַרְנֹתָיו עַל אַרְבַּע פִּנֹּתָיו מִמֶּנּוּ תִּהְיֶיןָ קַרְנֹתָיו וְצִפִּיתָ אֹתוֹ נְחֹֽשֶׁת׃
3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
וְעָשִׂיתָ סִּֽירֹתָיו לְדַשְּׁנוֹ וְיָעָיו וּמִזְרְקֹתָיו וּמִזְלְגֹתָיו וּמַחְתֹּתָיו לְכָל־כֵּלָיו תַּעֲשֶׂה נְחֹֽשֶׁת׃
4 ପୁଣି, ପିତ୍ତଳରେ ଏକ ଜାଲି ଝାଞ୍ଜିରୀ କରିବ ଓ ତହିଁ ଉପରେ ଚାରି କୋଣରେ ପିତ୍ତଳର ଚାରି କଡ଼ା ପ୍ରସ୍ତୁତ କରିବ।
וְעָשִׂיתָ לּוֹ מִכְבָּר מַעֲשֵׂה רֶשֶׁת נְחֹשֶׁת וְעָשִׂיתָ עַל־הָרֶשֶׁת אַרְבַּע טַבְּעֹת נְחֹשֶׁת עַל אַרְבַּע קְצוֹתָֽיו׃
5 ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।
וְנָתַתָּה אֹתָהּ תַּחַת כַּרְכֹּבּ הַמִּזְבֵּחַ מִלְּמָטָּה וְהָיְתָה הָרֶשֶׁת עַד חֲצִי הַמִּזְבֵּֽחַ׃
6 ଆଉ ବେଦି ନିମନ୍ତେ ଶିଟୀମ୍‍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।
וְעָשִׂיתָ בַדִּים לַמִּזְבֵּחַ בַּדֵּי עֲצֵי שִׁטִּים וְצִפִּיתָ אֹתָם נְחֹֽשֶׁת׃
7 ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।
וְהוּבָא אֶת־בַּדָּיו בַּטַּבָּעֹת וְהָיוּ הַבַּדִּים עַל־שְׁתֵּי צַלְעֹת הַמִּזְבֵּחַ בִּשְׂאֵת אֹתֽוֹ׃
8 ତୁମ୍ଭେ ଫମ୍ପା ରଖି ପଟାରେ ତାହା କରିବ, ପର୍ବତରେ ତୁମ୍ଭକୁ ଯେରୂପ ପ୍ରଦର୍ଶିତ ହୋଇଥିଲା, ସେରୂପେ ଲୋକମାନେ କରିବେ।
נְבוּב לֻחֹת תַּעֲשֶׂה אֹתוֹ כַּאֲשֶׁר הֶרְאָה אֹתְךָ בָּהָר כֵּן יַעֲשֽׂוּ׃
9 ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।
וְעָשִׂיתָ אֵת חֲצַר הַמִּשְׁכָּן לִפְאַת נֶֽגֶב־תֵּימָנָה קְלָעִים לֶחָצֵר שֵׁשׁ מָשְׁזָר מֵאָה בָֽאַמָּה אֹרֶךְ לַפֵּאָה הָאֶחָֽת׃
10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
וְעַמֻּדָיו עֶשְׂרִים וְאַדְנֵיהֶם עֶשְׂרִים נְחֹשֶׁת וָוֵי הָעַמֻּדִים וַחֲשֻׁקֵיהֶם כָּֽסֶף׃
11 ତଦ୍ରୂପ ଉତ୍ତର ପାର୍ଶ୍ୱରେ ଏକ ଶହ ହସ୍ତ ଦୀର୍ଘ ପରଦା ହେବ, ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର ହେବ; ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ହେବ।
וְכֵן לִפְאַת צָפוֹן בָּאֹרֶךְ קְלָעִים מֵאָה אֹרֶךְ ועמדו וְעַמּוּדָיו עֶשְׂרִים וְאַדְנֵיהֶם עֶשְׂרִים נְחֹשֶׁת וָוֵי הָֽעַמֻּדִים וַחֲשֻׁקֵיהֶם כָּֽסֶף׃
12 ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।
וְרֹחַב הֶֽחָצֵר לִפְאַת־יָם קְלָעִים חֲמִשִּׁים אַמָּה עַמֻּדֵיהֶם עֲשָׂרָה וְאַדְנֵיהֶם עֲשָׂרָֽה׃
13 ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।
וְרֹחַב הֶֽחָצֵר לִפְאַת קֵדְמָה מִזְרָחָה חֲמִשִּׁים אַמָּֽה׃
14 (ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
וַחֲמֵשׁ עֶשְׂרֵה אַמָּה קְלָעִים לַכָּתֵף עַמֻּדֵיהֶם שְׁלֹשָׁה וְאַדְנֵיהֶם שְׁלֹשָֽׁה׃
15 ଆଉ ଅନ୍ୟ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।
וְלַכָּתֵף הַשֵּׁנִית חְמֵשׁ עֶשְׂרֵה קְלָעִים עַמֻּדֵיהֶם שְׁלֹשָׁה וְאַדְנֵיהֶם שְׁלֹשָֽׁה׃
16 ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।
וּלְשַׁעַר הֶֽחָצֵר מָסָךְ ׀ עֶשְׂרִים אַמָּה תְּכֵלֶת וְאַרְגָּמָן וְתוֹלַעַת שָׁנִי וְשֵׁשׁ מָשְׁזָר מַעֲשֵׂה רֹקֵם עַמֻּֽדֵיהֶם אַרְבָּעָה וְאַדְנֵיהֶם אַרְבָּעָֽה׃
17 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭସକଳ ରୂପା-ବନ୍ଧନୀରେ ବନ୍ଦ ହେବ ଓ ତହିଁର ଆଙ୍କୁଡ଼ା ରୂପାର ଓ ଚୁଙ୍ଗୀ ପିତ୍ତଳର ହେବ।
כָּל־עַמּוּדֵי הֶֽחָצֵר סָבִיב מְחֻשָּׁקִים כֶּסֶף וָוֵיהֶם כָּסֶף וְאַדְנֵיהֶם נְחֹֽשֶׁת׃
18 ପ୍ରାଙ୍ଗଣ ଏକ ଶହ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।
אֹרֶךְ הֶֽחָצֵר מֵאָה בָֽאַמָּה וְרֹחַב ׀ חֲמִשִּׁים בַּחֲמִשִּׁים וְקֹמָה חָמֵשׁ אַמּוֹת שֵׁשׁ מָשְׁזָר וְאַדְנֵיהֶם נְחֹֽשֶׁת׃
19 ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ।
לְכֹל כְּלֵי הַמִּשְׁכָּן בְּכֹל עֲבֹדָתוֹ וְכָל־יְתֵדֹתָיו וְכָל־יִתְדֹת הֶחָצֵר נְחֹֽשֶׁת׃
20 ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ।
וְאַתָּה תְּצַוֶּה ׀ אֶת־בְּנֵי יִשְׂרָאֵל וְיִקְחוּ אֵלֶיךָ שֶׁמֶן זַיִת זָךְ כָּתִית לַמָּאוֹר לְהַעֲלֹת נֵר תָּמִֽיד׃
21 ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
בְּאֹהֶל מוֹעֵד מִחוּץ לַפָּרֹכֶת אֲשֶׁר עַל־הָעֵדֻת יַעֲרֹךְ אֹתוֹ אַהֲרֹן וּבָנָיו מֵעֶרֶב עַד־בֹּקֶר לִפְנֵי יְהוָה חֻקַּת עוֹלָם לְדֹרֹתָם מֵאֵת בְּנֵי יִשְׂרָאֵֽל׃

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 27 >