< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 28 >

1 ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
Sən isə qardaşın Harunu və onun oğulları Nadavı, Avihunu, Eleazarı və İtamarı İsrail övladlarının arasından yanına gətir ki, onlar Mənə kahinlik etsin.
2 ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।
Qardaşın Haruna izzət və gözəllik üçün müqəddəs geyimlər hazırla.
3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
Sən də hikmət ruhu ilə doldurduğum bütün məharətli ustalara Harunun təqdis olunması üçün ona geyimlərin hazırlamasını tapşır ki, o Mənə kahinlik etsin.
4 ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
Onların hazırlayacağı geyimlər bunlardır: döşlük, efod, üst cübbə, dama-dama xirqə, çalma və qurşaq. Bu müqəddəs geyimləri qardaşın Haruna və oğullarına hazırlasınlar ki, Mənə kahinlik etsinlər.
5 ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।
Qoy geyimləri hazırlayanlar qızıl, bənövşəyi, tünd qırmızı, al rəngli iplik və incə kətan götürsünlər.
6 ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ।
Efodu qızıldan, bənövşəyi, tünd qırmızı, al rəngli iplikdən və nəfis toxunmuş incə kətandan naxışla düzəltsinlər.
7 ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।
Hər iki ucunu bir-birinə bağlayan iki çiyinlik olsun ki, o bərkidilsin.
8 ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।
Efodun üstündəki kəmər eyni hissədən olsun. O da qızıldan, bənövşəyi, tünd qırmızı və al rəngli iplik və nəfis toxunmuş incə kətandan olsun.
9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।
İki ədəd damarlı əqiq daşı götür və üstündə İsrailin oğullarının adlarını həkk et.
10 ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।
Onların doğulma sırası ilə bir daşın üstündə altı ad, o birisinin üstündə qalan altı adı,
11 ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।
həkkakın işi olan möhür oyması kimi iki daş üstündə İsrailin oğullarının adlarını həkk et. Bunları hörmə qızıl sağanaqlara salıb,
12 ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
bu iki daşı efodun çiyinliklərinə tax. Bunlar İsrailin oğullarının xatirə daşlarıdır; Harun onların adlarını Rəbbin önündə iki çiynində xatirə kimi gəzdirəcək.
13 ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ
Hörmə qızıldan sağanaqlar düzəlt,
14 ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।
xalis qızıldan iki ipə bənzər burma zəncir düzəlt; burma zəncirləri sağanaqlara tax.
15 ପୁଣି, ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍‍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।
Hökm döşlüyünü efod kimi naxışlı düzəlt. Onu qızıldan, bənövşəyi, tünd qırmızı, al rəngli iplikdən və nəfis toxunmuş incə kətandan düzəlt.
16 ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।
Döşlük ikiqat, dördbucaq şəklində olub uzunluğu bir qarış, eni də bir qarış olsun.
17 ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;
Üstündəki bir çərçivəyə dörd sıra daş tax. Birinci sıra yaqut, topaz, zümrüd
18 ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ
ikinci sıra firuzə, göy yaqut və almaz,
19 ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା
üçüncü sıra sirkon, əqiq və ametist,
20 ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।
dördüncü sıra sarı yaqut, damarlı əqiq və yəşəm daşı olsun. Bu daşlar hörmə qızıl sağanaqlara taxılsın.
21 ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
Daşlar İsrailin oğullarının adlarına görə on iki dənə olsun; hər daş on iki qəbilədən birinin adının oyma möhürü olsun.
22 ତୁମ୍ଭେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ।
Döşlük üçün xalis qızıldan ipəbənzər burma zəncirlər qayır.
23 ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
Döşlük üçün iki qızıl halqa düzəlt və onları döşlüyün iki ucuna tax.
24 ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।
İki qızıl ipi döşlüyün uclarındakı iki halqaya tax.
25 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।
İplərin o biri uclarını iki hörmə sağanağa taxıb efodun çiyinliklərinin qabaq tərəfinə bağla.
26 ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।
Yenə də iki qızıl halqa düzəlt və onları döşlüyün iki ucuna, efodla yanaşı iç qatına tax.
27 ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
Digər iki qızıl halqa düzəlt və onu efodun çiyinliklərinin qabaq tərəfinə, aşağıya, efodun kəməri ilə birləşmə üzərinə bərkit.
28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।
Döşlük halqaları ilə efodun halqalarına bənövşəyi qaytanla bağlanıb efodun kəmərinin üzərinə bərkidilsin ki, döşlük efoddan sallanmasın.
29 ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
Harun Müqəddəs yerə daxil olduğu zaman Rəbbin önündə daima xatirə olaraq İsrailin oğullarının adlarını hökm döşlüyündə, ürəyinin üstündə daşıyacaq.
30 ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍‍ ଓ ତୁମ୍ମୀମ୍‍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।
Urim və Tummimi də hökm döşlüyünə qoy ki, Rəbbin hüzuruna daxil olduğu zaman onlar da ürəyinin üstündə olsun. Beləcə Harun İsrail övladlarının hökmünü Rəbbin hüzurunda daima ürəyinin üstündə daşıyacaq.
31 ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।
Efodun cübbəsini büsbütün bənövşəyi iplikdən tik.
32 ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।
Ortasında baş keçirmək üçün yer olsun. Onun kənarında cırılmamaq üçün yaxa toxunsun.
33 ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।
Cübbənin ətəyinin ətrafına bənövşəyi, tünd qırmızı və al rəngli iplikdən narlar və zınqırovlar düz:
34 ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
cübbənin ətəyi boyunca ətrafında qızıl zınqırov və nar sıra ilə düzülsün.
35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।
Qoy cübbə Harun xidmət etdiyi zaman əynində olsun. Verdiyi səs də onun Müqəddəs yerə – Rəbbin hüzuruna girib-çıxdığı zaman eşidilsin ki, o ölməsin.
36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।
Xalis qızıldan bir lövhəcik düzəlt və onun üzərində möhür oyması olaraq “Rəbbə həsr edilmiş” yazısını həkk et.
37 ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।
Onu bənövşəyi qaytanla çalmanın üstünə – qabaq tərəfinə tik.
38 ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
Beləcə lövhəcik Harunun alnının üstündə olsun. İsrail övladlarının təqdis etdikləri bütün müqəddəs hədiyyələrin Rəbbin qarşısında məqbul olub-olmamasının məsuliyyətini Harun daşıyacaq. Buna görə də qoy lövhəcik həmişə Harunun alnında olsun.
39 ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।
Xirqəni incə kətandan dama-dama hör. Çalmanı da incə kətandan düzəlt. Qurşağın üzərinə naxış tikib düzəlt.
40 ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।
Harunun oğullarına izzət və gözəllik üçün xirqələr, qurşaqlar və papaqlar düzəlt.
41 ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।
Bunları qardaşın Harunla oğullarına geyindirib onları məsh et, vəzifəyə qoy və Mənə kahinlik etmək üçün təqdis et.
42 ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
Beldən buda qədər lüt bədənlərini örtən kətan alt paltarları tik.
43 ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
Bunları Harunla oğulları Müqəddəs yerdə xidmət etmək üçün Hüzur çadırına daxil olanda yaxud qurbangaha yaxınlaşanda cəza çəkib ölməmək üçün geyəcəklər. Bu, Harunla övladlarına əbədi qayda olsun.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 28 >