< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 28 >
1 ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
၁``သင်၏အစ်ကိုအာရုန်နှင့် သူ၏သားများဖြစ် သောနာဒပ်၊ အဘိဟု၊ ဧလာဇာ၊ ဣသမာတို့ အထဲကရွေးထုတ်လော့။-
2 ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।
၂သင့်အစ်ကိုအာရုန်အတွက်ခန့်ညားထည်ဝါ သောယဇ်ပုရောဟိတ်ဝတ်စုံကိုချုပ်လုပ်ပေး ရမည်။-
3 ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
၃အာရုန်သည်ငါ့ထံ၌ယဇ်ပုရောဟိတ်အဖြစ် ဆက်ကပ်၍ အမှုတော်ကိုထမ်းဆောင်နိုင်စေရန်၊ ငါကျွမ်းကျင်မှုပညာပေးထားသူတို့ကိုဆင့် ခေါ်၍သူ့အတွက်ဝတ်စုံကိုချုပ်စေရမည်။-
4 ଅର୍ଥାତ୍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
၄ထိုသူတို့ချုပ်လုပ်ရမည့်အထည်ဝတ်စုံတို့ သည်ကား ရင်ဖုံး၊ သင်တိုင်း၊ ဝတ်ရုံ၊ ပန်းဖောက်ထား သောအင်္ကျီ၊ ခေါင်းပေါင်း၊ ခါးပန်းတို့ဖြစ်သည်။ ထို အဝတ်တန်ဆာတို့သည်သင်၏အစ်ကိုအာရုန် နှင့်သူ၏သားများသည်၊ ယဇ်ပုရောဟိတ်များ အဖြစ် ငါ၏အမှုကိုထမ်းဆောင်ရာ၌ဝတ် ဆင်ရမည့်ယဇ်ပုရောဟိတ်ဝတ်စုံများဖြစ် သည်။-
5 ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।
၅အတတ်ပညာရှင်တို့သည်ချုပ်လုပ်ရာ၌ သိုးမွေးအပြာရောင်၊ ခရမ်းရောင်၊ အနီရောင်၊ ရွှေချည်၊ ပိတ်ချော၊ တို့ကိုအသုံးပြုရမည်။
6 ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ।
၆``သင်တိုင်းကိုအပြာရောင်၊ ခရမ်းရောင်၊ အနီ ရောင်သိုးမွေး၊ ရွှေချည်၊ ပိတ်ချောတို့နှင့်ချုပ် ၍ပန်းဖော်ထားရမည်။-
7 ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।
၇သင်တိုင်းနှစ်စွန်းကိုဆက်စပ်ရန်ပခုံးသိုင်း ကြိုးနှစ်ပင်ရှိရမည်။-
8 ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।
၈ရင်စည်းကိုလည်းအလားတူပစ္စည်းတို့ဖြင့်ချုပ် လုပ်၍ သင်တိုင်းနှင့်တစ်ဆက်တည်းဖြစ်စေရမည်။-
9 ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।
၉မဟူရာကျောက်နှစ်လုံးကိုယူ၍၊ ၎င်းတို့အပေါ် တွင် ယာကုပ်၏သားတစ်ဆယ့်နှစ်ယောက်တို့၏ နာမည်များကိုထွင်းရမည်။-
10 ଅର୍ଥାତ୍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।
၁၀တစ်လုံးပေါ်တွင်သားခြောက်ယောက်၏နာမည် များကိုကြီးစဉ်ငယ်လိုက်ထွင်း၍၊ အခြား ကျောက်တစ်လုံးပေါ်တွင် ကျန်သောသားခြောက် ယောက်၏နာမည်ကိုထွင်းရမည်။-
11 ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।
၁၁ပန်းထိမ်ပညာသည်၏လက်စွမ်းဖြင့်ကျောက်နှစ် လုံးပေါ်တွင် ယာကုပ်သားတို့၏နာမည်များကို ထွင်း၍၊ ထိုကျောက်များကိုရွှေပန်းထည်၌ထည့် ထားရမည်။-
12 ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
၁၂ဣသရေလတစ်ဆယ့်နှစ်မျိုးတို့ကိုသတိရ စေရန် ထိုကျောက်နှစ်လုံးကိုသင်တိုင်း၏ပခုံး သိုင်းကြိုးများပေါ်မှာတပ်ဆင်ရမည်။ ထိုနည်း အားဖြင့်အာရုန်သည်သူတို့၏နာမည်များ ကိုပခုံးပေါ်တွင်ဆောင်ထားသဖြင့် ငါ ထာဝရဘုရားသည်ငါ၏လူမျိုးတော် ကိုအစဉ်သတိရတော်မူလိမ့်မည်။-
13 ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ
၁၃ရွှေပန်းထည်နှစ်ခုကိုပြုလုပ်၍၊-
14 ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।
၁၄ရွှေကြိုးလိမ်နှစ်ပင်ကိုပန်းထည်များတွင် တပ်ထားရမည်။
15 ପୁଣି, ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।
၁၅``ဘုရားသခင်၏အလိုတော်မည်သို့ရှိသည် ကိုသိနိုင်ရန် အသုံးပြုသည့်ရင်ဖုံးကိုယဇ် ပုရောဟိတ်မင်းအတွက်ချုပ်လုပ်လော့။ ရင်ဖုံး ကိုသင်တိုင်းချုပ်သည့်ပစ္စည်းများနှင့်ချုပ်လုပ် ၍အလားတူပန်းဖော်ထားရမည်။-
16 ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।
၁၆ရင်ဖုံးသည်နှစ်ထပ်ခေါက်လျက်အလျားအနံ ကိုးလက်မစီစတုရန်းဖြစ်ရမည်။-
17 ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;
၁၇ရင်ဖုံးပေါ်တွင်ကျောက်မျက်လေးတန်းတပ် ဆင်ထားရမည်။ ပထမအတန်းတွင်ပတ္တမြား၊ ဥဿဖယား၊ ကျောက်နီ၊-
18 ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ
၁၈ဒုတိယအတန်းတွင် မြ၊ နီလာ၊ စိန်၊-
19 ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା
၁၉တတိယအတန်းတွင်ကျောက်စိမ်း၊ မဟူရာ၊ ဂေါ်မိတ်၊-
20 ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।
၂၀စတုတ္ထအတန်းတွင်မျက်ရွဲ၊ ကြောင်၊ နဂါးသွဲ့တို့ ကိုရွှေပန်းထည်များ၌ထည့်သွင်းထားရမည်။-
21 ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
၂၁ဣသရေလတစ်ဆယ်နှစ်မျိုးကိုရည်ဆောင်၍ ကျောက်မျက်တစ်ဆယ်နှစ်လုံးတွင်တစ်လုံးစီ ၌ ယာကုပ်၏သားတစ်ယောက်စီ၏နာမည်ကို ထွင်းထားရမည်။-
22 ତୁମ୍ଭେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ।
၂၂ရင်ဖုံးအတွက်ရွှေကြိုးလိမ်များကိုပြုလုပ်လော့။-
23 ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
၂၃ရင်ဖုံးအထက်ထောင့်စွန်းများတွင်ချိတ်တပ် ဆင်ရန် ရွှေကွင်းနှစ်ကွင်းကိုပြုလုပ်ရမည်။-
24 ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।
၂၄ရွှေကြိုးအစနှစ်စကိုကွင်းနှစ်ကွင်းတွင်တပ် ထားရမည်။-
25 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।
၂၅အခြားရွှေကြိုးနှစ်စကိုရွှေပန်းထည်နှစ်ခုတွင် တပ်ဆင်သဖြင့် ရင်ဖုံးကိုသင်တိုင်းပခုံးသိုင်း ကြိုးများနှင့်ဆက်လျက်ရှိစေမည်။-
26 ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।
၂၆ထိုနောက်ရွှေကွင်းနှစ်ကွင်းကိုပြုလုပ်၍ သင် တိုင်းနှင့်ကပ်လျက်ရှိသောရင်ဖုံးအောက်ထောင့် အတွင်းနားတွင်တပ်ဆင်ထားရမည်။-
27 ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
၂၇ရွှေကွင်းနှစ်ကွင်းကိုထပ်မံပြုလုပ်၍၊ လှပစွာ ရက်ထားသောရင်စည်းအထက်၊ သင်တိုင်းအရှေ့ အနားပတ်အနီးတွင်တပ်ဆင်ထားရမည်။-
28 ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।
၂၈ရင်ဖုံးမှကွင်းများကိုသင်တိုင်းမှကွင်းများ နှင့်ကြိုးပြာဖြင့်ချည်ထားသဖြင့်၊ ရင်ဖုံးသည် လျှောမကျဘဲရင်စည်းအထက်တွင်တည်မြဲ နေမည်။
29 ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
၂၉``အာရုန်သည်သန့်ရှင်းရာဌာနသို့ဝင်သော အခါ ရင်ဖုံးကိုဝတ်ဆင်ရမည်။ ရင်ဖုံးပေါ် တွင်ဣသရေလအမျိုးများ၏နာမည်များ ပါရှိသဖြင့်၊ ငါထာဝရဘုရားသည်ငါ ၏လူမျိုးတော်ကိုအစဉ်သတိရလိမ့်မည်။-
30 ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍ ଓ ତୁମ୍ମୀମ୍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।
၃၀အာရုန်သည်ငါ၏ရှေ့တော်သို့ဝင်သောအခါ ဥရိမ်နှင့်သုမိမ် ပါဆောင်လျက်ဝင်နိုင်စေရန်၊ သူ၏ရင်ဖုံးထဲ ၌ဥရိမ်နှင့်သုမိမ်ကိုထည့်ထားရမည်။ ဣသ ရေလအမျိုးသားတို့သည်ငါ၏အလိုတော် မည်သို့ရှိသည်ကို သိနိုင်ရန်အာရုန်သည်ငါ ၏ရှေ့တော်သို့ဝင်လာသောအခါတိုင်းဤ ရင်ဖုံးကိုဝတ်ဆင်ထားရမည်။
31 ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।
၃၁``သင်တိုင်းပေါ်တွင်ဝတ်ရသောဝတ်ရုံကို သိုးမွေးအပြာဖြင့်ချုပ်လုပ်ရမည်။-
32 ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।
၃၂ဦးခေါင်းစွပ်ရန်လည်ပေါက်ရှိစေရမည်။ ထို လည်ပေါက်မစုတ်ပြဲစေရန်ပတ်လည်နားကို ရက်ထည်ဖြင့်ကွပ်ထားရမည်။-
33 ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।
၃၃ဝတ်ရုံအောက်နားပတ်လည်တစ်လျှောက်တွင် အပြာရောင်၊ ခရမ်းရောင်၊ အနီရောင်သိုးမွေး သလဲသီးလုံးများနှင့်ရွှေဆည်းလည်းများ ကိုတစ်လုံးကျော်စီတပ်ဆင်ထားရမည်။-
34 ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
၃၄
35 ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।
၃၅အာရုန်သည်ယဇ်ပုရောဟိတ်အမှုကိစ္စကို ဆောင်ရွက်ရသည့်အခါ၌ ဤဝတ်ရုံကိုဝတ် ဆင်ရမည်။ သူသည်သန့်ရှင်းရာဌာနအတွင်း ငါ၏ရှေ့တော်သို့ဝင်သည့်အခါဖြစ်စေ၊ ထို နေရာမှထွက်လာသည့်အခါ၌ဖြစ်စေ ဆည်းလည်းသံများကိုကြားရမည်ဖြစ် သဖြင့်သူသည်သေဘေးမှလွတ်လိမ့်မည်။
36 ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।
၃၆``ရွှေပြားတစ်ချပ်ကိုပြုလုပ်ပြီးလျှင် `ထာ ဝရဘုရားအား ဆက်ကပ်ထားသည်' ဟူ၍ ကမ္ပည်းထိုးထားလော့။-
37 ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।
၃၇နဖူးအထက်ခေါင်းပေါင်းပေါ်တွင်ထိုရွှေ ပြားကိုကြိုးပြာဖြင့်ချည်ထားရမည်။-
38 ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
၃၈ဣသရေလအမျိုးသားတို့သည်ငါထာဝရ ဘုရားအား ပူဇော်သကာဆက်သရာ၌မှား ယွင်းချွတ်ချော်မှုရှိသော်လည်း၊ ထိုပူဇော် သကာကိုငါလက်ခံနိုင်ရန်အာရုန်သည်ရွှေ ပြားကိုနဖူးပေါ်တွင်တပ်ဆင်ထားရမည်။
39 ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।
၃၉``အင်္ကျီနှင့်ခေါင်းပေါင်းကိုပိတ်ချောဖြင့် ရက်လုပ်၍ ခါးပန်းကိုပန်းထိုးထားရမည်။
40 ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।
၄၀``အာရုန်၏သားများဝတ်ဆင်ရန်ထည်ဝါခန့် ညားသောအင်္ကျီ၊ ခါးပန်းနှင့်ဦးထုပ်ရှည်များ ကိုချုပ်ပေးရမည်။-
41 ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।
၄၁ထိုအဝတ်အင်္ကျီများကိုသင်၏အစ်ကိုအာရုန် နှင့် သူ၏သားတို့အားဝတ်ဆင်ပေးလော့။ ထိုနောက် သူတို့သည်ငါ၏အမှုတော်ကိုထမ်းဆောင်နိုင် ရန် ယဇ်ပုရောဟိတ်များအဖြစ်သင်သည်သူတို့ အားသံလွင်ဆီဖြင့်ဘိသိက်ပေးလော့။-
42 ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
၄၂သူတို့၏အရှက်လုံရန်ခါးမှပေါင်အထိရှည် သောအတွင်းခံဘောင်းဘီတိုများချုပ်ပေး ရမည်။-
43 ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
၄၃အာရုန်နှင့်သူ၏သားတို့သည်ငါစံတော်မူ ရာတဲတော်ထဲသို့ဝင်သည့်အခါ၌ဖြစ်စေ၊ သန့်ရှင်းရာဌာန၌ယဇ်ပုရောဟိတ်အမှုကို ဆောင်ရန်ပလ္လင်နားသို့ချဉ်းကပ်သည့်အခါ၌ ဖြစ်စေ၊ အရှက်ပေါ်၍အသက်မသေစေအံ့ ငှာထိုဘောင်းဘီတိုများကိုဝတ်ဆင်ရမည်။ ဤပညတ်ကိုအာရုန်နှင့်သူ၏အဆက် အနွယ်တို့အမြဲစောင့်ထိန်းရမည်။