< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 3 >
1 ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।
E apascentando Moisés as ovelhas de Jetro seu sogro, sacerdote de Midiã, levou as ovelhas ao outro lado do deserto, e veio a Horebe, monte de Deus.
2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନିଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
E apareceu-lhe o anjo do SENHOR em uma chama de fogo em meio de uma sarça: e ele olhou, e viu que a sarça ardia em fogo, e a sarça não se consumia.
3 ତେଣୁ ମୋଶା କହିଲେ, “ମୁଁ ଏକ ପାଖକୁ ଯାଇ ଏହି ମହାଶ୍ଚର୍ଯ୍ୟ ବିଷୟ ଦେଖିବି, ବୁଦାଟା କାହିଁକି ଦଗ୍ଧ ହେଉ ନାହିଁ।”
Então Moisés disse: Irei eu agora, e verei esta grande visão, por que causa a sarça não se queima.
4 ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
E quando o SENHOR viu que ia ver, Deus o chamou do meio da sarça, e disse: Moisés, Moisés! E ele respondeu: Eis-me aqui.
5 ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”
E disse: Não te aproximes daqui; tira teus calçados de teus pés, porque o lugar em que estás é terra santa.
6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
E disse: Eu sou o Deus de teu pai, Deus de Abraão, Deus de Isaque, Deus de Jacó. Então Moisés cobriu seu rosto, porque teve medo de olhar a Deus.
7 ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।
E disse o SENHOR: Vi a aflição do meu povo que está no Egito, e ouvi seu clamor por causa de seus opressores; pois conheço suas angústias.
8 ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।
Por isso desci para livrá-los da mão dos egípcios, e tirá-los daquela terra, fazendo-os subir para uma terra boa e larga, para uma terra que flui leite e mel, para o lugar dos cananeus, dos heteus, dos amorreus, dos perizeus, dos heveus e dos jebuseus.
9 ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।
Eis que o clamor dos filhos de Israel veio a mim, e tenho visto a opressão com que os egípcios os oprimem.
10 ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”
Vem, pois, agora, e te enviarei a Faraó, para que tires meu povo, os filhos de Israel, do Egito.
11 ତହିଁରେ ମୋଶା ପରମେଶ୍ୱରଙ୍କୁ କହିଲେ, “ମୁଁ କିଏ ଯେ, ଫାରୋଙ୍କ ନିକଟକୁ ଯାଇ ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବି?”
Então Moisés respondeu a Deus: Quem sou eu, para que vá a Faraó, e tire do Egito aos filhos de Israel?
12 ତହୁଁ ସେ କହିଲେ, “ଆମ୍ଭେ ଅବଶ୍ୟ ତୁମ୍ଭର ସହବର୍ତ୍ତୀ ହେବା; ପୁଣି, ଆମ୍ଭେ ଯେ ତୁମ୍ଭକୁ ପ୍ରେରଣ କଲୁ, ତହିଁର ଏକ ଚିହ୍ନ ଜାଣିବ, ତୁମ୍ଭେ ମିସରରୁ ଲୋକସମୂହ ବାହାର କରି ଆଣିଲା ଉତ୍ତାରେ ତୁମ୍ଭେମାନେ ଏହି ପର୍ବତରେ ପରମେଶ୍ୱରଙ୍କର ସେବା କରିବ।”
E ele lhe respondeu: Vai, porque eu serei contigo; e isto te será por sinal de que eu te enviei: logo que houveres tirado este povo do Egito, servireis a Deus sobre este monte.
13 ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କୁ କହିଲେ, “ଦେଖ, ମୁଁ ଯେତେବେଳେ ଇସ୍ରାଏଲର ସନ୍ତାନମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି, ‘କି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରମେଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି;’ ପୁଣି, ସେମାନେ ପଚାରିବେ, ‘ତାହାଙ୍କର ନାମ କଅଣ?’ ସେତେବେଳେ ମୁଁ କି ଉତ୍ତର ଦେବି?”
E disse Moisés a Deus: Eis que, quando eu chegar aos filhos de Israel, e lhes disser, O Deus de vossos pais me enviou a vós; se eles me perguntarem: Qual é seu nome? que lhes responderei?
14 ତହିଁରେ ପରମେଶ୍ୱର ମୋଶାଙ୍କୁ କହିଲେ, “ଆମ୍ଭେ ଯେ ଅଛୁ, ସେ ଅଛୁ,” ପୁଣି, ସେ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ସ୍ୱୟମ୍ଭୂ (ଆମ୍ଭେ ଅଛୁ) ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି।’”
Deus respondeu a Moisés: EU SOU O QUE SOU. E disse: Assim dirás aos filhos de Israel: EU SOU me enviou a vós.
15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’
E disse mais Deus a Moisés: Assim dirás aos filhos de Israel: o SENHOR, o Deus de vossos pais, o Deus de Abraão, Deus de Isaque e Deus de Jacó, me enviou a vós. Este é meu nome para sempre, este é meu memorial por todos os séculos.
16 ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
Vai, e junta os anciãos de Israel, e dize-lhes: O SENHOR, o Deus de vossos pais, o Deus de Abraão, de Isaque, e de Jacó, me apareceu, dizendo: Certamente vos visitei, e vi o que se faz convosco no Egito;
17 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’
E disse: Eu vos tirarei da aflição do Egito à terra dos cananeus, e dos heteus, e dos amorreus, e dos perizeus, e dos heveus, e dos jebuseus, a uma terra que flui leite e mel.
18 ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ‘ଏବ୍ରୀୟ ଲୋକମାନଙ୍କ ପରମେଶ୍ୱର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।’
E ouvirão tua voz; e irás tu, e os anciãos de Israel, ao rei do Egito, e lhe direis: O SENHOR, o Deus dos hebreus, nos encontrou; portanto nós iremos agora caminho de três dias pelo deserto, para que sacrifiquemos ao SENHOR nosso Deus.
19 ମାତ୍ର ଆମ୍ଭେ ଜାଣୁ, ମିସରର ରାଜା ତୁମ୍ଭମାନଙ୍କୁ ଯିବା ପାଇଁ ଅନୁମତି ଦେବ ନାହିଁ, ପରାକ୍ରାନ୍ତ ହସ୍ତ ପ୍ରକାଶିତ ହେଲେ ସୁଦ୍ଧା ଦେବ ନାହିଁ।
Mas eu sei que o rei do Egito não vos deixará ir a não ser por mão forte.
20 ତହିଁରେ ଆମ୍ଭେ ଆପଣା ହସ୍ତ ବିସ୍ତାର କରି ଦେଶ ମଧ୍ୟରେ ଯେସକଳ ଆଶ୍ଚର୍ଯ୍ୟକର୍ମ କରିବା; ତଦ୍ଦ୍ୱାରା ମିସରକୁ ଆଘାତ କଲା ଉତ୍ତାରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ।
Porém eu estenderei minha mão, e ferirei ao Egito com todas minhas maravilhas que farei nele, e então vos deixará ir.
21 ଆଉ ଆମ୍ଭେ ମିସରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହପାତ୍ର କରିବା, ତହିଁରେ ତୁମ୍ଭେମାନେ ଯାତ୍ରା ସମୟରେ ଶୂନ୍ୟ ହସ୍ତରେ ଯିବ ନାହିଁ;
E eu darei a este povo favor aos olhos dos egípcios, para que quando vos partirdes, não saiais vazios:
22 ମାତ୍ର ପ୍ରତ୍ୟେକ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବେ; ପୁଣି, ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିରୂପେ ତୁମ୍ଭେମାନେ ମିସରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”
Em vez disso pedirá cada mulher à sua vizinha e à sua visitante vasos de prata, vasos de ouro, e roupas; os quais poreis sobre vossos filhos e vossas filhas, e despojareis ao Egito.