< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 30 >

1 “ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍‍ କାଷ୍ଠର ଏକ ବେଦି ନିର୍ମାଣ କରିବ।
Tu feras aussi pour brûler un parfum, un autel de bois de sétim,
2 ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।
Ayant une coudée de longueur, et une de largeur, c’est-à-dire carré, et deux coudées en hauteur. Des cornes en sortiront.
3 ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।
Or, tu le revêtiras d’un or très pur, tant la grille que les parois tout autour, et les cornes. Et tu y feras une couronne d’or tout autour,
4 ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।
Et deux anneaux d’or sous la couronne, à chaque côté, pour qu’on y passe des leviers et que l’autel puisse être porté.
5 ସେହି ସାଙ୍ଗୀ ଶିଟୀମ୍‍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।
Et les leviers eux-mêmes tu les feras de bois de sétim, et tu les doreras.
6 ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।
Et tu placeras l’autel contre le voile qui est suspendu devant l’arche de témoignage, devant le propitiatoire dont est couvert le témoignage, où je te parlerai.
7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।
Et Aaron y brûlera le matin un parfum, exhalant une odeur suave. Quand il apprêtera les lampes, il le brûlera;
8 ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।
Et quand il les placera vers le soir, il brûlera un parfum perpétuel devant le Seigneur en vos générations.
9 ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।
Vous n’offrirez sur cet autel, ni parfum d’une autre composition, ni oblation, ni victime; et vous n’y ferez point de libations.
10 ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”
Et Aaron fera des expiations sur les cornes de l’autel une fois par an, en y répandant le sang de la victime qui a été offerte pour le péché, et il conciliera à l’autel la faveur du Seigneur dans vos générations. Ce sera une chose très sainte pour le Seigneur.
11 ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
Le Seigneur parla encore à Moïse, disant:
12 “ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।
Quand tu auras fait le dénombrement des enfants d’Israël, ils donneront chacun un prix au Seigneur pour leurs âmes, et il n’y aura point de plaie parmi eux, lorsqu’ils auront été recensés.
13 ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
Or voici ce que donnera quiconque aura présenté son nom: un demi-sicle selon la mesure du temple. Le sicle a vingt oboles. La moitié d’un sicle sera offerte au Seigneur.
14 କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।
Celui qui est compris dans le dénombrement, depuis vingt ans et au-dessus donnera ce prix.
15 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।
Le riche n’ajoutera point à la moitié d’un sicle, et le pauvre n’y diminuera rien.
16 ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
Et l’argent reçu qui aura été apporté par les enfants d’Israël, tu le donneras pour les usages du tabernacle de témoignage, afin qu’il soit un souvenir d’eux devant le Seigneur et que le Seigneur se montre propice à leurs âmes.
17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Le Seigneur parla encore à Moïse, disant:
18 “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
Tu feras aussi un bassin d’airain avec sa base pour se laver, et tu le placeras entre le tabernacle de témoignage et l’autel. Or, de l’eau ayant été mise,
19 ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ।
Aaron et ses fils y laveront leurs mains et leurs pieds,
20 ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍‍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,
Quand ils devront entrer dans le tabernacle de témoignage, et quand ils devront s’approcher de l’autel pour y offrir un parfum à brûler au Seigneur,
21 ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”
De peur qu’ils ne meurent. Ce sera une loi perpétuelle pour Aaron et sa postérité durant ses successions.
22 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
Le Seigneur parla encore à Moïse,
23 “ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍‍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,
Disant: Prends des aromates, cinq cents sicles de myrrhe, première et choisie, et la moitié moins de cinnamome, c’est-à-dire, deux cent cinquante sicles, et pareillement deux cent cinquante sicles de canne;
24 ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍‍ ଓ ଏକ ହିନ୍‍ ଜୀତ ତୈଳ ସଂଗ୍ରହ କରିବ।
Cinq cents sicles de casse au poids du sanctuaire et une mesure de hin d’huile d’olive;
25 ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍‍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
Et tu feras de l’huile sainte d’onction, essence composée selon l’art d’un parfumeur.
26 ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,
Puis tu en oindras le tabernacle de témoignage, l’arche du testament,
27 ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,
La table avec ses vases, le chandelier et ses ustensiles, les autels du parfum à brûler,
28 ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।
Et de l’holocauste, et tous les objets qui appartiennent à leur service.
29 ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
Et tu sanctifieras toutes ces choses, et elles seront très saintes: celui qui les touchera sera sanctifié.
30 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।
Tu oindras Aaron et ses fils, et tu les sanctifieras, afin qu’ils exercent les fonctions du sacerdoce pour moi.
31 ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
Et aux enfants d’Israël aussi tu diras: Cette huile d’onction me sera consacrée en vos générations.
32 ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
Aucune chair d’homme n’en sera ointe, et tu n’en feras point d’autre selon sa composition, parce qu’elle a été sanctifiée, et elle sera sainte pour vous.
33 ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
Un homme quelconque qui en composera de pareille et qui en donnera à un étranger, sera exterminé du milieu de son peuple.
34 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍‍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
Le Seigneur dit encore à Moïse: Prends des aromates, du si acte, de l’onyx, du galbanum odoriférant et de l’encens le plus luisant, toutes ces choses seront de même poids,
35 ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।
Et tu feras un parfum à brûler composé selon l’art d’un parfumeur, mêlé avec soin, pur et très digne de sanctification.
36 ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
Et lorsqu’en les broyant tu auras réduit toutes ces choses en une poudre très fine, tu en mettras devant le tabernacle de témoignage, dans lequel lieu je t’apparaîtrai. Ce sera pour vous un très saint parfum à brûler.
37 ପୁଣି, ତୁମ୍ଭେ ଯେଉଁ ସୁଗନ୍ଧି ଧୂପ କରିବ, ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆପଣାମାନଙ୍କ ନିମନ୍ତେ କର ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
Vous ne ferez point de pareille composition pour votre usage, parce que c’est une chose sainte pour le Seigneur.
38 ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
Un homme quelconque qui en fera de semblable pour en respirer avec plaisir l’odeur, périra du milieu de ses peuples.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 30 >