< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 30 >
1 “ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍ କାଷ୍ଠର ଏକ ବେଦି ନିର୍ମାଣ କରିବ।
facies quoque altare in adolendum thymiama de lignis setthim
2 ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।
habens cubitum longitudinis et alterum latitudinis id est quadrangulum et duos cubitos in altitudine cornua ex ipso procedent
3 ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।
vestiesque illud auro purissimo tam craticulam eius quam parietes per circuitum et cornua faciesque ei coronam aureolam per gyrum
4 ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।
et duos anulos aureos sub corona per singula latera ut mittantur in eos vectes et altare portetur
5 ସେହି ସାଙ୍ଗୀ ଶିଟୀମ୍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।
ipsos quoque vectes facies de lignis setthim et inaurabis
6 ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।
ponesque altare contra velum quod ante arcam pendet testimonii coram propitiatorio quo tegitur testimonium ubi loquar tibi
7 ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।
et adolebit incensum super eo Aaron suave fraglans mane quando conponet lucernas incendet illud
8 ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।
et quando conlocat eas ad vesperum uret thymiama sempiternum coram Domino in generationes vestras
9 ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।
non offeretis super eo thymiama conpositionis alterius nec oblationem et victimam nec liba libabitis
10 ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”
et deprecabitur Aaron super cornua eius semel per annum in sanguine quod oblatum est pro peccato et placabit super eo in generationibus vestris sanctum sanctorum erit Domino
11 ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
locutusque est Dominus ad Mosen dicens
12 “ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।
quando tuleris summam filiorum Israhel iuxta numerum dabunt singuli pretium pro animabus suis Domino et non erit plaga in eis cum fuerint recensiti
13 ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
hoc autem dabit omnis qui transit ad nomen dimidium sicli iuxta mensuram templi siclus viginti obolos habet media pars sicli offeretur Domino
14 କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।
qui habetur in numero a viginti annis et supra dabit pretium
15 ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।
dives non addet ad medium sicli et pauper nihil minuet
16 ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
susceptamque pecuniam quae conlata est a filiis Israhel trades in usus tabernaculi testimonii ut sit monumentum eorum coram Domino et propitietur animabus illorum
17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
locutusque est Dominus ad Mosen dicens
18 “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
facies et labium aeneum cum basi sua ad lavandum ponesque illud inter tabernaculum testimonii et altare et missa aqua
19 ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ।
lavabunt in eo Aaron et filii eius manus suas ac pedes
20 ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,
quando ingressuri sunt tabernaculum testimonii et quando accessuri ad altare ut offerant in eo thymiama Domino
21 ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”
ne forte moriantur legitimum sempiternum erit ipsi et semini eius per successiones
22 ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
locutusque est Dominus ad Mosen
23 “ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,
dicens sume tibi aromata prima et zmyrnae electae quingentos siclos et cinnamomi medium id est ducentos quinquaginta calami similiter ducentos quinquaginta
24 ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ।
cassiae autem quingentos siclos in pondere sanctuarii olei de olivetis mensuram hin
25 ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
faciesque unctionis oleum sanctum unguentum conpositum opere unguentarii
26 ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,
et ungues ex eo tabernaculum testimonii et arcam testamenti
27 ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,
mensamque cum vasis suis candelabrum et utensilia eius altaria thymiamatis
28 ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।
et holocausti et universam supellectilem quae ad cultum eorum pertinent
29 ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
sanctificabisque omnia et erunt sancta sanctorum qui tetigerit ea sanctificabitur
30 ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।
Aaron et filios eius ungues sanctificabisque eos ut sacerdotio fungantur mihi
31 ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
filiis quoque Israhel dices hoc oleum unctionis sanctum erit mihi in generationes vestras
32 ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
caro hominis non unguetur ex eo et iuxta conpositionem eius non facietis aliud quia sanctificatum est et sanctum erit vobis
33 ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
homo quicumque tale conposuerit et dederit ex eo alieno exterminabitur de populo suo
34 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
dixitque Dominus ad Mosen sume tibi aromata stacten et onycha galbanen boni odoris et tus lucidissimum aequalis ponderis erunt omnia
35 ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।
faciesque thymiama conpositum opere unguentarii mixtum diligenter et purum et sanctificatione dignissimum
36 ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
cumque in tenuissimum pulverem universa contuderis pones ex eo coram testimonio tabernaculi in quo loco apparebo tibi sanctum sanctorum erit vobis thymiama
37 ପୁଣି, ତୁମ୍ଭେ ଯେଉଁ ସୁଗନ୍ଧି ଧୂପ କରିବ, ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆପଣାମାନଙ୍କ ନିମନ୍ତେ କର ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
talem conpositionem non facietis in usus vestros quia sanctum est Domino
38 ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”
homo quicumque fecerit simile ut odore illius perfruatur peribit de populis suis