< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 31 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
locutusque est Dominus ad Mosen dicens
2 “ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ
ecce vocavi ex nomine Beselehel filium Uri filii Hur de tribu Iuda
3 ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ ଖୋଦନ ପ୍ରଭୃତି
et implevi eum spiritu Dei sapientia intellegentia et scientia in omni opere
4 ସର୍ବପ୍ରକାର ଶିଳ୍ପକର୍ମ କରଣାର୍ଥେ
ad excogitandum fabre quicquid fieri potest ex auro et argento et aere
5 ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।
marmore et gemmis et diversitate lignorum
6 ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ।
dedique ei socium Hooliab filium Achisamech de tribu Dan et in corde omnis eruditi posui sapientiam ut faciant cuncta quae praecepi tibi
7 ଅର୍ଥାତ୍, ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,
tabernaculum foederis et arcam testimonii et propitiatorium quod super eam est et cuncta vasa tabernaculi
8 ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି,
mensamque et vasa eius candelabrum purissimum cum vasis suis et altaria thymiamatis
9 ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,
et holocausti et omnia vasa eorum labium cum basi sua
10 ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର,
vestes sanctas in ministerio Aaron sacerdoti et filiis eius ut fungantur officio suo in sacris
11 ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”
oleum unctionis et thymiama aromatum in sanctuario omnia quae praecepi tibi facient
12 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
et locutus est Dominus ad Mosen dicens
13 “ତୁମ୍ଭେ ଆହୁରି ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କୁହ, ‘ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମବାର ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ।
loquere filiis Israhel et dices ad eos videte ut sabbatum meum custodiatis quia signum est inter me et vos in generationibus vestris ut sciatis quia ego Dominus qui sanctifico vos
14 ଏଣୁ ତୁମ୍ଭେମାନେ ବିଶ୍ରାମବାର ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେକୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
custodite sabbatum sanctum est enim vobis qui polluerit illud morte morietur qui fecerit in eo opus peribit anima illius de medio populi sui
15 ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।
sex diebus facietis opus in die septimo sabbatum est requies sancta Domino omnis qui fecerit opus in hac die morietur
16 ଏହେତୁ ଇସ୍ରାଏଲ-ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମବାର ପାଳନ କରିବେ।
custodiant filii Israhel sabbatum et celebrent illud in generationibus suis pactum est sempiternum
17 ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।’”
inter me et filios Israhel signumque perpetuum sex enim diebus fecit Dominus caelum et terram et in septimo ab opere cessavit
18 ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ।
dedit quoque Mosi conpletis huiuscemodi sermonibus in monte Sinai duas tabulas testimonii lapideas scriptas digito Dei