< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 32 >

1 ଏଥିଉତ୍ତାରେ ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ବ ଦେଖି ଲୋକମାନେ ହାରୋଣଙ୍କ ନିକଟରେ ଏକତ୍ର ହୋଇ ତାଙ୍କୁ କହିଲେ, “ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।”
וירא העם כי בשש משה לרדת מן ההר ויקהל העם על אהרן ויאמרו אליו קום עשה לנו אלהים אשר ילכו לפנינו כי זה משה האיש אשר העלנו מארץ מצרים לא ידענו מה היה לו׃
2 ତହୁଁ ହାରୋଣ ସେମାନଙ୍କୁ କହିଲେ, “ତେବେ ତୁମ୍ଭେମାନେ ଆପଣା ଆପଣା ଭାର୍ଯ୍ୟା ଓ ପୁତ୍ରକନ୍ୟାଗଣର କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳ କାଢ଼ି ମୋʼ ପାଖକୁ ଆଣ।”
ויאמר אלהם אהרן פרקו נזמי הזהב אשר באזני נשיכם בניכם ובנתיכם והביאו אלי׃
3 ତହିଁରେ ସମସ୍ତ ଲୋକ ଆପଣା ଆପଣା କର୍ଣ୍ଣରୁ ସ୍ୱର୍ଣ୍ଣକୁଣ୍ଡଳସବୁ କାଢ଼ି ହାରୋଣଙ୍କ ନିକଟକୁ ଆଣିଲେ।
ויתפרקו כל העם את נזמי הזהב אשר באזניהם ויביאו אל אהרן׃
4 ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
ויקח מידם ויצר אתו בחרט ויעשהו עגל מסכה ויאמרו אלה אלהיך ישראל אשר העלוך מארץ מצרים׃
5 ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, “ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ,” ଏହା ଘୋଷଣା କରାଇଲେ।
וירא אהרן ויבן מזבח לפניו ויקרא אהרן ויאמר חג ליהוה מחר׃
6 ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।
וישכימו ממחרת ויעלו עלת ויגשו שלמים וישב העם לאכל ושתו ויקמו לצחק׃
7 ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।
וידבר יהוה אל משה לך רד כי שחת עמך אשר העלית מארץ מצרים׃
8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, ‘ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।’”
סרו מהר מן הדרך אשר צויתם עשו להם עגל מסכה וישתחוו לו ויזבחו לו ויאמרו אלה אלהיך ישראל אשר העלוך מארץ מצרים׃
9 ସଦାପ୍ରଭୁ ମୋଶାଙ୍କୁ ଆହୁରି କହିଲେ, “ଆମ୍ଭେ ଏହି ଲୋକମାନଙ୍କୁ ଦେଖିଅଛୁ; ଦେଖ, ସେମାନେ ଅତିଶୟ ଶକ୍ତଗ୍ରୀବ ଲୋକ।
ויאמר יהוה אל משה ראיתי את העם הזה והנה עם קשה ערף הוא׃
10 ଏଣୁ ତୁମ୍ଭେ ଏବେ ଆମ୍ଭଙ୍କୁ ଛାଡ଼ିଦିଅ, ମୋହର କ୍ରୋଧ ସେମାନଙ୍କ ପ୍ରତିକୂଳରେ ପ୍ରଜ୍ୱଳିତ ହେଉ, ତହିଁରେ ଆମ୍ଭେ ସେମାନଙ୍କୁ ସଂହାର କରିବା; ମାତ୍ର ଆମ୍ଭେ ତୁମ୍ଭକୁ ମହାଗୋଷ୍ଠୀ କରିବା।”
ועתה הניחה לי ויחר אפי בהם ואכלם ואעשה אותך לגוי גדול׃
11 ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ?
ויחל משה את פני יהוה אלהיו ויאמר למה יהוה יחרה אפך בעמך אשר הוצאת מארץ מצרים בכח גדול וביד חזקה׃
12 ‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।
למה יאמרו מצרים לאמר ברעה הוציאם להרג אתם בהרים ולכלתם מעל פני האדמה שוב מחרון אפך והנחם על הרעה לעמך׃
13 ଆପଣା ଦାସ ଅବ୍ରହାମ ଓ ଇସ୍‌ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ‘ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।’”
זכר לאברהם ליצחק ולישראל עבדיך אשר נשבעת להם בך ותדבר אלהם ארבה את זרעכם ככוכבי השמים וכל הארץ הזאת אשר אמרתי אתן לזרעכם ונחלו לעלם׃
14 ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।
וינחם יהוה על הרעה אשר דבר לעשות לעמו׃
15 ଏଥିଉତ୍ତାରେ ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ୱରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଉଭୟ ପାର୍ଶ୍ୱରେ ଲେଖାଥିଲା।
ויפן וירד משה מן ההר ושני לחת העדת בידו לחת כתבים משני עבריהם מזה ומזה הם כתבים׃
16 ସେହି ପ୍ରସ୍ତର ପଟା ପରମେଶ୍ୱରଙ୍କ ନିର୍ମିତ; ପୁଣି, ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ୱରଙ୍କ ଲିଖନ ଥିଲା।
והלחת מעשה אלהים המה והמכתב מכתב אלהים הוא חרות על הלחת׃
17 ଏଥିଉତ୍ତାରେ ଲୋକମାନେ ଉଚ୍ଚ ରବ କରନ୍ତେ, ଯିହୋଶୂୟ ଲୋକମାନଙ୍କର କୋଳାହଳ ଶୁଣି ମୋଶାଙ୍କୁ କହିଲେ, “ଛାଉଣିରେ ଯୁଦ୍ଧ ଶବ୍ଦ ହେଉଅଛି।”
וישמע יהושע את קול העם ברעה ויאמר אל משה קול מלחמה במחנה׃
18 ତହିଁରେ ସେ କହିଲେ, “ଏହା ଜୟଧ୍ୱନିର ଶବ୍ଦ ନୁହେଁ, କିଅବା ପରାଜୟ ସ୍ୱରର ଶବ୍ଦ ନୁହେଁ, ମାତ୍ର ମୁଁ ଗାୟନର ଶବ୍ଦ ଶୁଣୁଅଛି।”
ויאמר אין קול ענות גבורה ואין קול ענות חלושה קול ענות אנכי שמע׃
19 ଏଥିରେ ସେ ଛାଉଣିର ନିକଟବର୍ତ୍ତୀ ହେବା ମାତ୍ରେ ସେହି ବାଛୁରି ଓ ନୃତ୍ୟ ଦେଖିଲେ; ତହିଁରେ ମୋଶାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ସେ ଆପଣା ହସ୍ତରୁ ସେହି ଦୁଇ ପ୍ରସ୍ତର ପଟା ଫୋପାଡ଼ି ଦେଇ ପର୍ବତ ତଳେ ତାହା ଭାଙ୍ଗିଲେ।
ויהי כאשר קרב אל המחנה וירא את העגל ומחלת ויחר אף משה וישלך מידו את הלחת וישבר אתם תחת ההר׃
20 ପୁଣି, ସେମାନଙ୍କ ନିର୍ମିତ ବାଛୁରି ଘେନି ଅଗ୍ନିରେ ପୋଡ଼ିଲେ ଓ ତାହା ପେଷି ଧୂଳି କଲେ, ଆଉ ଜଳ ଉପରେ ବିଞ୍ଚି ଦେଇ ଇସ୍ରାଏଲ-ସନ୍ତାନଗଣକୁ ପିଆଇଲେ।
ויקח את העגל אשר עשו וישרף באש ויטחן עד אשר דק ויזר על פני המים וישק את בני ישראל׃
21 ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”
ויאמר משה אל אהרן מה עשה לך העם הזה כי הבאת עליו חטאה גדלה׃
22 ତହିଁରେ ହାରୋଣ କହିଲେ, “ଆମ୍ଭ ପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ନ ହେଉ; ଆପଣ ଜାଣନ୍ତି ଯେ, ଏହି ଲୋକମାନେ ଦୁଷ୍ଟତାରେ ଆସକ୍ତ।
ויאמר אהרן אל יחר אף אדני אתה ידעת את העם כי ברע הוא׃
23 ଏମାନେ ମୋତେ କହିଲେ, ‘ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର; କାରଣ ଯେଉଁ ବ୍ୟକ୍ତି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ମୋଶାଙ୍କର କଅଣ ହୋଇଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ।’
ויאמרו לי עשה לנו אלהים אשר ילכו לפנינו כי זה משה האיש אשר העלנו מארץ מצרים לא ידענו מה היה לו׃
24 ତେବେ ମୁଁ କହିଲି, ‘ତୁମ୍ଭମାନଙ୍କ ମଧ୍ୟରେ ଯାହାର ଯେକୌଣସି ସୁନା ଅଛି, ତାହା ସେମାନେ କାଢ଼ି ଦିଅନ୍ତୁ; ତହିଁରେ ସେମାନେ ମୋତେ ତାହା ଦେଲେ; ମୁଁ ତାହା ନେଇ ଅଗ୍ନିରେ ପକାଇଲି, ତହୁଁ ଏହି ବାଛୁରି ବାହାରି ଆସିଲା।’”
ואמר להם למי זהב התפרקו ויתנו לי ואשלכהו באש ויצא העגל הזה׃
25 ଆଉ ମୋଶା ଲୋକମାନଙ୍କୁ ସ୍ୱେଚ୍ଛାଚାରୀ ଦେଖିଲେ, କାରଣ ହାରୋଣ ସେମାନଙ୍କୁ ଶତ୍ରୁଗଣ ମଧ୍ୟରେ ହାସ୍ୟାସ୍ପଦ ହେବା ଭଳି ସ୍ୱେଚ୍ଛାଚାରୀ କରି ଛାଡ଼ିଥିଲେ।
וירא משה את העם כי פרע הוא כי פרעה אהרן לשמצה בקמיהם׃
26 ଏଥିରେ ମୋଶା ଛାଉଣି ଦ୍ୱାରରେ ଠିଆ ହୋଇ କହିଲେ, “ସଦାପ୍ରଭୁଙ୍କ ପକ୍ଷରେ କିଏ ଅଛି? ସେ ମୋʼ ନିକଟକୁ ଆସୁ,” ତହିଁରେ ଲେବୀର ସନ୍ତାନଗଣ ତାଙ୍କ ନିକଟରେ ଏକତ୍ର ହେଲେ।
ויעמד משה בשער המחנה ויאמר מי ליהוה אלי ויאספו אליו כל בני לוי׃
27 ତହୁଁ ସେ ସେମାନଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଜଙ୍ଘରେ ଖଡ୍ଗ ବାନ୍ଧି ଛାଉଣିର ମଧ୍ୟଦେଇ ଏକ ଦ୍ୱାରରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଗତାୟାତ କର, ପ୍ରତି ଜଣ ଆପଣା ଆପଣା ଭାଇ, ମିତ୍ର ଓ ପ୍ରତିବାସୀକୁ ବଧ କର।’”
ויאמר להם כה אמר יהוה אלהי ישראל שימו איש חרבו על ירכו עברו ושובו משער לשער במחנה והרגו איש את אחיו ואיש את רעהו ואיש את קרבו׃
28 ତହିଁରେ ଲେବୀର ସନ୍ତାନମାନେ ମୋଶାଙ୍କର ବାକ୍ୟାନୁସାରେ ତଦ୍ରୂପ କରନ୍ତେ, ସେହି ଦିନ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ହଜାର ଲୋକ ମଲେ।
ויעשו בני לוי כדבר משה ויפל מן העם ביום ההוא כשלשת אלפי איש׃
29 ଆଉ ମୋଶା କହିଥିଲେ, “ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ପୁତ୍ର ଓ ଭାଇମାନଙ୍କର ବିପକ୍ଷ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ନିଯୁକ୍ତ କର, ତହିଁରେ ସେ ଏହି ଦିନରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବେ।”
ויאמר משה מלאו ידכם היום ליהוה כי איש בבנו ובאחיו ולתת עליכם היום ברכה׃
30 ତହିଁ ପରଦିନ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ମହାପାପ କରିଅଛ, ଏବେ ମୁଁ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରୁଅଛି; ଯଦି ହୋଇପାରେ, ତେବେ ମୁଁ ତୁମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବି।”
ויהי ממחרת ויאמר משה אל העם אתם חטאתם חטאה גדלה ועתה אעלה אל יהוה אולי אכפרה בעד חטאתכם׃
31 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହାୟ, ହାୟ, ଏହି ଲୋକମାନେ ମହାପାପ କରି ଆପଣାମାନଙ୍କ ନିମନ୍ତେ ସ୍ୱର୍ଣ୍ଣ ଦେବତା ନିର୍ମାଣ କରିଅଛନ୍ତି।
וישב משה אל יהוה ויאמר אנא חטא העם הזה חטאה גדלה ויעשו להם אלהי זהב׃
32 ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”
ועתה אם תשא חטאתם ואם אין מחני נא מספרך אשר כתבת׃
33 ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।
ויאמר יהוה אל משה מי אשר חטא לי אמחנו מספרי׃
34 ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”
ועתה לך נחה את העם אל אשר דברתי לך הנה מלאכי ילך לפניך וביום פקדי ופקדתי עליהם חטאתם׃
35 ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।
ויגף יהוה את העם על אשר עשו את העגל אשר עשה אהרן׃

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 32 >