< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 33 >

1 ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;
Locutusque est Dominus ad Moysen, dicens: Vade, ascende de loco isto tu, et populus tuus quem eduxisti de Terra Aegypti, in terram quam iuravi Abraham, Isaac, et Iacob, dicens: Semini tuo dabo eam:
2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।
et mittam praecursorem tui angelum, ut eiiciam Chananaeum, et Amorrhaeum, et Hethaeum, et Pherezaeum, et Hevaeum, et Iebusaeum,
3 ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
et intres in terram fluentem lacte et melle. Non enim ascendam tecum, quia populus durae cervicis est: ne forte disperdam te in via.
4 ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।
Audiensque populus sermonem hunc pessimum, luxit: et nullus ex more indutus est cultu suo.
5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
Dixitque Dominus ad Moysen: Loquere filiis Israel: Populus durae cervicis es, semel ascendam in medio tui, et delebo te. Iam nunc depone ornatum tuum, ut sciam quid faciam tibi.
6 ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।
Deposuerunt ergo filii Israel ornatum suum a monte Horeb.
7 ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି।
Moyses quoque tollens tabernaculum, tetendit extra castra procul, vocavitque nomen eius, Tabernaculum foederis. Et omnis populus, qui habebat aliquam quaestionem, egrediebatur ad Tabernaculum foederis, extra castra.
8 ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍‍ ଅନାଇ ରହିଲେ।
Cumque egrederetur Moyses ad tabernaculum, surgebat universa plebs, et stabat unusquisque in ostio papilionis sui, aspiciebantque tergum Moysi, donec ingrederetur tentorium.
9 ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।
Ingresso autem illo tabernaculum foederis, descendebat columna nubis, et stabat ad ostium, loquebaturque cum Moyse,
10 ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
cernentibus universis quod columna nubis staret ad ostium Tabernaculi. Stabantque ipsi, et adorabant per fores tabernaculorum suorum.
11 ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
Loquebatur autem Dominus ad Moysen facie ad faciem, sicut solet loqui homo ad amicum suum. Cumque ille reverteretur in castra, minister eius Iosue filius Nun, puer, non recedebat de Tabernaculo.
12 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।
Dixit autem Moyses ad Dominum: Praecipis ut educam populum istum: et non indicas mihi quem missurus es mecum, praesertim cum dixeris: Novi te ex nomine, et invenisti gratiam coram me.
13 ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”
Si ergo inveni gratiam in conspectu tuo, ostende mihi faciem tuam, ut sciam te, et inveniam gratiam ante oculos tuos: respice populum tuum gentem hanc.
14 ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”
Dixitque Dominus: Facies mea praecedet te, et requiem dabo tibi.
15 ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏହି ସ୍ଥାନରୁ ଆମ୍ଭମାନଙ୍କୁ ନେଇଯାଅ ନାହିଁ।”
Et ait Moyses: Si non tu ipse praecedas, ne educas nos de loco isto.
16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?
In quo enim scire poterimus ego et populus tuus invenisse nos gratiam in conspectu tuo, nisi ambulaveris nobiscum, ut glorificemur ab omnibus populis qui habitant super terram?
17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”
Dixit autem Dominus ad Moysen: Et verbum istud, quod locutus es, faciam: invenisti enim gratiam coram me, et teipsum novi ex nomine.
18 ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”
Qui ait: Ostende mihi gloriam tuam.
19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”
Respondit: Ego ostendam omne bonum tibi, et vocabo in nomine Domini coram te: et miserebor cui voluero, et clemens ero in quem mihi placuerit.
20 ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”
Rursumque ait: Non poteris videre faciem meam: non enim videbit me homo, et vivet.
21 ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;
Et iterum: Ecce, inquit, est locus apud me, et stabis supra petram.
22 ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।
Cumque transibit gloria mea, ponam te in foramine petrae, et protegam dextera mea, donec transeam:
23 ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।”
tollamque manum meam, et videbis posteriora mea: faciem autem meam videre non poteris.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 33 >