< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 33 >

1 ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;
Yahweh anasema na Musa, “Nenda kutoka hapa, wewe na watu ulio watoa kutoka nchi ya Misri. Nenda kwenye nchi nilio fanya nadhiri na Ibrahimu, Isaka, Yakobo, nilipo sema, 'Nitakupa wewe na uzao wako'.'
2 ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।
Nitatuma malaika mbele yako, na kuwaondoa Wakanani, Waamori, Wahiti, Waperizi, Wahivi, na Wayebusi.
3 ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
Nenda kwenye hiyo nchi, inayo tiririka kwa maziwa na asali, lakini sitaenda nawe, kwasababu ninyi ni watu wajehuri. Ninaweza kuwaharibu njiani.”
4 ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।
Watu walipo sikia haya maneno ya kushtua, walilia, na hakuna aliye vaa mikufu.
5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
Yahweh alisema kwa Musa, “Waambie Waisraeli, 'Ninyi ni watu wakorofi. Kama ningeenda miongoni mwenu ata kwa muda kidogo, nigewaharibu ninyi. Hivyo sasa, toa mikufu yenu ili niamue nini cha kufanya kwenu.”'
6 ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।
Hivyo Waisraeli hawaku vaa mikufu kutoka Mlima Horebu na kwendelea.
7 ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି।
Musa akachukua hema na kukita nje ya kambi, umbali kidogo na kambini. Aliita hema ya kukutania. Kila mtu alliye muuliza Yahweh kitu chochote alienda kwenye hema ya kukutania, nje ya kambi.
8 ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍‍ ଅନାଇ ରହିଲେ।
Kisha Musa alipo enda kwenye hema, watu wote walisima kando ya hema yao na kumuangalia Musa hadi alipo ingia ndani.
9 ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।
Wakati wowote Musa alipo ingia hemani, nguzo ya wingu ilishuka chini na kusimama nje ya lango la hema, na Yahweh alizungumza na Musa.
10 ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
Wakati wowote watu walipo ona nguzo ya wingu imesimama langoni mwa hema, waliamka na kuabudu, kila langoni mwa hema yake.
11 ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
Yahweh alizungumza na Musa uso kwa uso, kama mtu anapo zungumza na rafiki yake. Kisha Musa alirudi kambini, lakini mtumishi wake Yoshua mwana wa Nuni, kijana, alibaki hemani.
12 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।
Musa alisema na Yahweh, “Ona, umekuwa ukisema na mimi, 'Chukuwa watu hawa safarini,' lakini hauja niambia nani utamtuma na mimi. Umesema, 'Nina kujua kwa jina, na umepata upendeleo kwangu.'
13 ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”
Kama nimepata upendeleo machoni pako, nionyeshe njia zako ili nikujue na kuendelea kupata upendeleo machoni pako. Kumbuka ili taifa ni watu wako.”
14 ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”
Yahweh akajibu, “Uwepo wangu utaenda nawe, na nitakupa pumziko.”
15 ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏହି ସ୍ଥାନରୁ ଆମ୍ଭମାନଙ୍କୁ ନେଇଯାଅ ନାହିଁ।”
Musa akasema, “Kama uwepo wako hautaenda nasi, usitutoe hapa.
16 କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?
Au je, itajulikanaje niimepata upendeleo machoni pako, mimi na watu wako? Haitakuwa kuwa tu kama ukienda nasi mimi na watu wako tutakuwa na utofauti na watu wengine wote waliopo katika uso wa dunia?”
17 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”
Yahweh akamwambia Musa, “Nitafanya pia hichi kitu ulicho niomba, kwa kuwa umepata upendeleo machoni mwangu, na nina kujua kwa jina lako.”
18 ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”
Musa akasema, Tafadhali nionyeshe utukufu wako.”
19 ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”
Yahweh akasema, “Nitafanya wema wangu wote ujulikani kwako, na nitatangaza jina langu 'Yahweh' kwako. Nitakuwa na neema kwake nitakae kuwa na neema, na nitaonyesha rehema kwake nitakaye onyesha rehema.”
20 ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”
Lakini Yahweh akasema, “Hauta ona uso wangu, kwa kuwa hakuna aonaye uso wangu na kuiishi.”
21 ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;
Yahweh akasema, “Ona, hapa kuna sehemu yangu; utasimama kwenye huu mwamba.
22 ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।
Wakati utukufu wangu unapita, nitakuweka kwenye shimo kubwa la mwamba na kukufunika kwa mkono wangu mpaka nitakapo pita.
23 ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।”
Kisha nitaondoa mkono wangu, na utaona mgongo wangu, ila uso wangu hautaonekana.”

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 33 >