< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 34 >
1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପୂର୍ବ ପରି ଦୁଇ ପ୍ରସ୍ତର ପଟା ଖୋଳ। ତୁମ୍ଭେ ଯେଉଁ ପ୍ରସ୍ତର ପଟା ଭାଙ୍ଗିଅଛ, ତହିଁ ଉପରେ ଯାହା ଯାହା ଲେଖାଥିଲା, ସେହି ସବୁ କଥା ଆମ୍ଭେ ଏହି ଦୁଇ ପ୍ରସ୍ତରରେ ଲେଖିବା।
And the LORD said to Moses, Hew you two tables of stone like to the first: and I will write on these tables the words that were in the first tables, which you brake.
2 ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।
And be ready in the morning, and come up in the morning to mount Sinai, and present yourself there to me in the top of the mount.
3 ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”
And no man shall come up with you, neither let any man be seen throughout all the mount; neither let the flocks nor herds feed before that mount.
4 ତହୁଁ ମୋଶା ପ୍ରଥମ ପ୍ରସ୍ତର ପରି ଦୁଇ ପ୍ରସ୍ତର ପଟା ଖୋଳିଲେ; ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପ୍ରଭାତରେ ଉଠି ସୀନୟ ପର୍ବତ ଉପରକୁ ଗଲେ ଓ ସେହି ଦୁଇ ପ୍ରସ୍ତର ପଟା ହସ୍ତରେ ନେଲେ।
And he hewed two tables of stone like to the first; and Moses rose up early in the morning, and went up to mount Sinai, as the LORD had commanded him, and took in his hand the two tables of stone.
5 ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ “ସଦାପ୍ରଭୁଙ୍କ” ନାମ ଘୋଷଣା କଲେ।
And the LORD descended in the cloud, and stood with him there, and proclaimed the name of the LORD.
6 ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
And the LORD passed by before him, and proclaimed, The LORD, The LORD God, merciful and gracious, long-suffering, and abundant in goodness and truth,
7 ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”
Keeping mercy for thousands, forgiving iniquity and transgression and sin, and that will by no means clear the guilty; visiting the iniquity of the fathers on the children, and on the children’s children, to the third and to the fourth generation.
8 ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,
And Moses made haste, and bowed his head toward the earth, and worshipped.
9 “ପ୍ରଭୋ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
And he said, If now I have found grace in your sight, O LORD, let my LORD, I pray you, go among us; for it is a stiff necked people; and pardon our iniquity and our sin, and take us for your inheritance.
10 ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟକର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।
And he said, Behold, I make a covenant: before all your people I will do marvels, such as have not been done in all the earth, nor in any nation: and all the people among which you are shall see the work of the LORD: for it is a terrible thing that I will do with you.
11 ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।
Observe you that which I command you this day: behold, I drive out before you the Amorite, and the Canaanite, and the Hittite, and the Perizzite, and the Hivite, and the Jebusite.
12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।
Take heed to yourself, lest you make a covenant with the inhabitants of the land where you go, lest it be for a snare in the middle of you:
13 ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ।
But you shall destroy their altars, break their images, and cut down their groves:
14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
For you shall worship no other god: for the LORD, whose name is Jealous, is a jealous God:
15 କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;
Lest you make a covenant with the inhabitants of the land, and they go a whoring after their gods, and do sacrifice to their gods, and one call you, and you eat of his sacrifice;
16 କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।
And you take of their daughters to your sons, and their daughters go a whoring after their gods, and make your sons go a whoring after their gods.
17 ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।
You shall make you no molten gods.
18 ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।
The feast of unleavened bread shall you keep. Seven days you shall eat unleavened bread, as I commanded you, in the time of the month Abib: for in the month Abib you came out from Egypt.
19 ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।
All that opens the matrix is mine; and every firstling among your cattle, whether ox or sheep, that is male.
20 ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।
But the firstling of an ass you shall redeem with a lamb: and if you redeem him not, then shall you break his neck. All the firstborn of your sons you shall redeem. And none shall appear before me empty.
21 ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।
Six days you shall work, but on the seventh day you shall rest: in ripening time and in harvest you shall rest.
22 ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।
And you shall observe the feast of weeks, of the first fruits of wheat harvest, and the feast of ingathering at the year’s end.
23 ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ।
Thrice in the year shall all your male children appear before the LORD God, the God of Israel.
24 କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।
For I will cast out the nations before you, and enlarge your borders: neither shall any man desire your land, when you shall go up to appear before the LORD your God thrice in the year.
25 ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।
You shall not offer the blood of my sacrifice with leaven; neither shall the sacrifice of the feast of the passover be left to the morning.
26 ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”
The first of the first fruits of your land you shall bring to the house of the LORD your God. You shall not seethe a kid in his mother’s milk.
27 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”
And the LORD said to Moses, Write you these words: for after the tenor of these words I have made a covenant with you and with Israel.
28 ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।
And he was there with the LORD forty days and forty nights; he did neither eat bread, nor drink water. And he wrote on the tables the words of the covenant, the ten commandments.
29 ଏଥିଉତ୍ତାରେ ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇ ଖଣ୍ଡ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ସକାଶୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ୱଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ।
And it came to pass, when Moses came down from mount Sinai with the two tables of testimony in Moses’ hand, when he came down from the mount, that Moses knew not that the skin of his face shone while he talked with him.
30 ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।
And when Aaron and all the children of Israel saw Moses, behold, the skin of his face shone; and they were afraid to come near him.
31 ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।
And Moses called to them; and Aaron and all the rulers of the congregation returned to him: and Moses talked with them.
32 ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।
And afterward all the children of Israel came near: and he gave them in commandment all that the LORD had spoken with him in mount Sinai.
33 ଆଉ, ମୋଶା ସେମାନଙ୍କ ସହିତ କଥୋପକଥନ ସମାପନ କଲା ଉତ୍ତାରେ ଆପଣା ମୁଖରେ ଘୁମୁଟା ଦେଲେ।
And till Moses had done speaking with them, he put a veil on his face.
34 ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ-ସନ୍ତାନଗଣକୁ ତାହା କହିଲେ।
But when Moses went in before the LORD to speak with him, he took the veil off, until he came out. And he came out, and spoke to the children of Israel that which he was commanded.
35 ତହିଁରେ ମୋଶାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଅଟେ, ଏହା ଇସ୍ରାଏଲ-ସନ୍ତାନଗଣ ତାଙ୍କର ମୁଖ ପ୍ରତି ଅନାଇ ଦେଖିଲେ; ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ଯେପର୍ଯ୍ୟନ୍ତ ଭିତରକୁ ନ ଗଲେ; ସେପର୍ଯ୍ୟନ୍ତ ଆପଣା ମୁଖରେ ଘୁମୁଟା ଦେଲେ।
And the children of Israel saw the face of Moses, that the skin of Moses’ face shone: and Moses put the veil on his face again, until he went in to speak with him.