< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35 >

1 ତହିଁ ଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରି କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସମସ୍ତ ବାକ୍ୟ ପାଳନ କରିବାକୁ ଆଜ୍ଞା ଦେଇଅଛନ୍ତି।
וַיַּקְהֵל מֹשֶׁה אֶֽת־כׇּל־עֲדַת בְּנֵי יִשְׂרָאֵל וַיֹּאמֶר אֲלֵהֶם אֵלֶּה הַדְּבָרִים אֲשֶׁר־צִוָּה יְהֹוָה לַעֲשֹׂת אֹתָֽם׃
2 ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।
שֵׁשֶׁת יָמִים תֵּעָשֶׂה מְלָאכָה וּבַיּוֹם הַשְּׁבִיעִי יִהְיֶה לָכֶם קֹדֶשׁ שַׁבַּת שַׁבָּתוֹן לַיהֹוָה כׇּל־הָעֹשֶׂה בוֹ מְלָאכָה יוּמָֽת׃
3 ତୁମ୍ଭେମାନେ ବିଶ୍ରାମବାରରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।”
לֹא־תְבַעֲרוּ אֵשׁ בְּכֹל מֹשְׁבֹֽתֵיכֶם בְּיוֹם הַשַּׁבָּֽת׃
4 ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
וַיֹּאמֶר מֹשֶׁה אֶל־כׇּל־עֲדַת בְּנֵֽי־יִשְׂרָאֵל לֵאמֹר זֶה הַדָּבָר אֲשֶׁר־צִוָּה יְהֹוָה לֵאמֹֽר׃
5 ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,
קְחוּ מֵֽאִתְּכֶם תְּרוּמָה לַֽיהֹוָה כֹּל נְדִיב לִבּוֹ יְבִיאֶהָ אֵת תְּרוּמַת יְהֹוָה זָהָב וָכֶסֶף וּנְחֹֽשֶׁת׃
6 ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମସୂତ୍ର ଓ ଛାଗର ଲୋମ,
וּתְכֵלֶת וְאַרְגָּמָן וְתוֹלַעַת שָׁנִי וְשֵׁשׁ וְעִזִּֽים׃
7 ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍‍ କାଷ୍ଠ,
וְעֹרֹת אֵילִם מְאׇדָּמִים וְעֹרֹת תְּחָשִׁים וַעֲצֵי שִׁטִּֽים׃
8 ପୁଣି, ଦୀପାର୍ଥକ ତୈଳ, ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,
וְשֶׁמֶן לַמָּאוֹר וּבְשָׂמִים לְשֶׁמֶן הַמִּשְׁחָה וְלִקְטֹרֶת הַסַּמִּֽים׃
9 ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ।
וְאַבְנֵי־שֹׁהַם וְאַבְנֵי מִלֻּאִים לָאֵפוֹד וְלַחֹֽשֶׁן׃
10 ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,
וְכׇל־חֲכַם־לֵב בָּכֶם יָבֹאוּ וְיַעֲשׂוּ אֵת כׇּל־אֲשֶׁר צִוָּה יְהֹוָֽה׃
11 ଅର୍ଥାତ୍‍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
אֶת־הַמִּשְׁכָּן אֶֽת־אׇהֳלוֹ וְאֶת־מִכְסֵהוּ אֶת־קְרָסָיו וְאֶת־קְרָשָׁיו אֶת־בְּרִיחָו אֶת־עַמֻּדָיו וְאֶת־אֲדָנָֽיו׃
12 ପୁଣି, ସିନ୍ଦୁକ, ତହିଁର ସାଙ୍ଗୀ, ପାପାଚ୍ଛାଦନ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର,
אֶת־הָאָרֹן וְאֶת־בַּדָּיו אֶת־הַכַּפֹּרֶת וְאֵת פָּרֹכֶת הַמָּסָֽךְ׃
13 ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,
אֶת־הַשֻּׁלְחָן וְאֶת־בַּדָּיו וְאֶת־כׇּל־כֵּלָיו וְאֵת לֶחֶם הַפָּנִֽים׃
14 ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,
וְאֶת־מְנֹרַת הַמָּאוֹר וְאֶת־כֵּלֶיהָ וְאֶת־נֵרֹתֶיהָ וְאֵת שֶׁמֶן הַמָּאֽוֹר׃
15 ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
וְאֶת־מִזְבַּח הַקְּטֹרֶת וְאֶת־בַּדָּיו וְאֵת שֶׁמֶן הַמִּשְׁחָה וְאֵת קְטֹרֶת הַסַּמִּים וְאֶת־מָסַךְ הַפֶּתַח לְפֶתַח הַמִּשְׁכָּֽן׃
16 ପୁଣି, ହୋମବେଦି, ତହିଁର ପିତ୍ତଳ-ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,
אֵת ׀ מִזְבַּח הָעֹלָה וְאֶת־מִכְבַּר הַנְּחֹשֶׁת אֲשֶׁר־לוֹ אֶת־בַּדָּיו וְאֶת־כׇּל־כֵּלָיו אֶת־הַכִּיֹּר וְאֶת־כַּנּֽוֹ׃
17 ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
אֵת קַלְעֵי הֶחָצֵר אֶת־עַמֻּדָיו וְאֶת־אֲדָנֶיהָ וְאֵת מָסַךְ שַׁעַר הֶחָצֵֽר׃
18 ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
אֶת־יִתְדֹת הַמִּשְׁכָּן וְאֶת־יִתְדֹת הֶחָצֵר וְאֶת־מֵיתְרֵיהֶֽם׃
19 ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।”
אֶת־בִּגְדֵי הַשְּׂרָד לְשָׁרֵת בַּקֹּדֶשׁ אֶת־בִּגְדֵי הַקֹּדֶשׁ לְאַהֲרֹן הַכֹּהֵן וְאֶת־בִּגְדֵי בָנָיו לְכַהֵֽן׃
20 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।
וַיֵּצְאוּ כׇּל־עֲדַת בְּנֵֽי־יִשְׂרָאֵל מִלִּפְנֵי מֹשֶֽׁה׃
21 ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍‍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।
וַיָּבֹאוּ כׇּל־אִישׁ אֲשֶׁר־נְשָׂאוֹ לִבּוֹ וְכֹל אֲשֶׁר נָדְבָה רוּחוֹ אֹתוֹ הֵבִיאוּ אֶת־תְּרוּמַת יְהֹוָה לִמְלֶאכֶת אֹהֶל מוֹעֵד וּלְכׇל־עֲבֹדָתוֹ וּלְבִגְדֵי הַקֹּֽדֶשׁ׃
22 ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।
וַיָּבֹאוּ הָאֲנָשִׁים עַל־הַנָּשִׁים כֹּל ׀ נְדִיב לֵב הֵבִיאוּ חָח וָנֶזֶם וְטַבַּעַת וְכוּמָז כׇּל־כְּלִי זָהָב וְכׇל־אִישׁ אֲשֶׁר הֵנִיף תְּנוּפַת זָהָב לַיהֹוָֽה׃
23 ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
וְכׇל־אִישׁ אֲשֶׁר־נִמְצָא אִתּוֹ תְּכֵלֶת וְאַרְגָּמָן וְתוֹלַעַת שָׁנִי וְשֵׁשׁ וְעִזִּים וְעֹרֹת אֵילִם מְאׇדָּמִים וְעֹרֹת תְּחָשִׁים הֵבִֽיאוּ׃
24 ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍‍ କାଷ୍ଠ ଥିଲା, ସେ ତାହା ଆଣିଲା।
כׇּל־מֵרִים תְּרוּמַת כֶּסֶף וּנְחֹשֶׁת הֵבִיאוּ אֵת תְּרוּמַת יְהֹוָה וְכֹל אֲשֶׁר נִמְצָא אִתּוֹ עֲצֵי שִׁטִּים לְכׇל־מְלֶאכֶת הָעֲבֹדָה הֵבִֽיאוּ׃
25 ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।
וְכׇל־אִשָּׁה חַכְמַת־לֵב בְּיָדֶיהָ טָווּ וַיָּבִיאוּ מַטְוֶה אֶֽת־הַתְּכֵלֶת וְאֶת־הָֽאַרְגָּמָן אֶת־תּוֹלַעַת הַשָּׁנִי וְאֶת־הַשֵּֽׁשׁ׃
26 ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।
וְכׇל־הַנָּשִׁים אֲשֶׁר נָשָׂא לִבָּן אֹתָנָה בְּחׇכְמָה טָווּ אֶת־הָעִזִּֽים׃
27 ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,
וְהַנְּשִׂאִם הֵבִיאוּ אֵת אַבְנֵי הַשֹּׁהַם וְאֵת אַבְנֵי הַמִּלֻּאִים לָאֵפוֹד וְלַחֹֽשֶׁן׃
28 ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।
וְאֶת־הַבֹּשֶׂם וְאֶת־הַשָּׁמֶן לְמָאוֹר וּלְשֶׁמֶן הַמִּשְׁחָה וְלִקְטֹרֶת הַסַּמִּֽים׃
29 ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।
כׇּל־אִישׁ וְאִשָּׁה אֲשֶׁר נָדַב לִבָּם אֹתָם לְהָבִיא לְכׇל־הַמְּלָאכָה אֲשֶׁר צִוָּה יְהֹוָה לַעֲשׂוֹת בְּיַד־מֹשֶׁה הֵבִיאוּ בְנֵי־יִשְׂרָאֵל נְדָבָה לַיהֹוָֽה׃
30 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।
וַיֹּאמֶר מֹשֶׁה אֶל־בְּנֵי יִשְׂרָאֵל רְאוּ קָרָא יְהֹוָה בְּשֵׁם בְּצַלְאֵל בֶּן־אוּרִי בֶן־חוּר לְמַטֵּה יְהוּדָֽה׃
31 ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
וַיְמַלֵּא אֹתוֹ רוּחַ אֱלֹהִים בְּחׇכְמָה בִּתְבוּנָה וּבְדַעַת וּבְכׇל־מְלָאכָֽה׃
32 ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ
וְלַחְשֹׁב מַֽחֲשָׁבֹת לַעֲשֹׂת בַּזָּהָב וּבַכֶּסֶף וּבַנְּחֹֽשֶׁת׃
33 ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।
וּבַחֲרֹשֶׁת אֶבֶן לְמַלֹּאת וּבַחֲרֹשֶׁת עֵץ לַעֲשׂוֹת בְּכׇל־מְלֶאכֶת מַחֲשָֽׁבֶת׃
34 ପୁଣି, ଶିକ୍ଷା ଦେବା ପାଇଁ ତାହାର ଓ ଦାନ୍ ବଂଶୀୟ ଅହୀଷାମକର ପୁତ୍ର ଅହଲୀୟାବର ମନରେ ପ୍ରବୃତ୍ତି ଦେଲେ।
וּלְהוֹרֹת נָתַן בְּלִבּוֹ הוּא וְאׇֽהֳלִיאָב בֶּן־אֲחִיסָמָךְ לְמַטֵּה־דָֽן׃
35 ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍‍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”
מִלֵּא אֹתָם חׇכְמַת־לֵב לַעֲשׂוֹת כׇּל־מְלֶאכֶת חָרָשׁ ׀ וְחֹשֵׁב וְרֹקֵם בַּתְּכֵלֶת וּבָֽאַרְגָּמָן בְּתוֹלַעַת הַשָּׁנִי וּבַשֵּׁשׁ וְאֹרֵג עֹשֵׂי כׇּל־מְלָאכָה וְחֹשְׁבֵי מַחֲשָׁבֹֽת׃

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 35 >