< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 36 >

1 “ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”
ועשה בצלאל ואהליאב וכל איש חכם לב אשר נתן יהוה חכמה ותבונה בהמה לדעת לעשת את כל מלאכת עבדת הקדש לכל אשר צוה יהוה׃
2 ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।
ויקרא משה אל בצלאל ואל אהליאב ואל כל איש חכם לב אשר נתן יהוה חכמה בלבו כל אשר נשאו לבו לקרבה אל המלאכה לעשת אתה׃
3 ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।
ויקחו מלפני משה את כל התרומה אשר הביאו בני ישראל למלאכת עבדת הקדש לעשת אתה והם הביאו אליו עוד נדבה בבקר בבקר׃
4 ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,
ויבאו כל החכמים העשים את כל מלאכת הקדש איש איש ממלאכתו אשר המה עשים׃
5 “ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।”
ויאמרו אל משה לאמר מרבים העם להביא מדי העבדה למלאכה אשר צוה יהוה לעשת אתה׃
6 ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।
ויצו משה ויעבירו קול במחנה לאמר איש ואשה אל יעשו עוד מלאכה לתרומת הקדש ויכלא העם מהביא׃
7 କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା।
והמלאכה היתה דים לכל המלאכה לעשות אתה והותר׃
8 ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।
ויעשו כל חכם לב בעשי המלאכה את המשכן עשר יריעת שש משזר ותכלת וארגמן ותולעת שני כרבים מעשה חשב עשה אתם׃
9 ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।
ארך היריעה האחת שמנה ועשרים באמה ורחב ארבע באמה היריעה האחת מדה אחת לכל היריעת׃
10 ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।
ויחבר את חמש היריעת אחת אל אחת וחמש יריעת חבר אחת אל אחת׃
11 ଆଉ, ସେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।
ויעש ללאת תכלת על שפת היריעה האחת מקצה במחברת כן עשה בשפת היריעה הקיצונה במחברת השנית׃
12 ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।
חמשים ללאת עשה ביריעה האחת וחמשים ללאת עשה בקצה היריעה אשר במחברת השנית מקבילת הללאת אחת אל אחת׃
13 ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।
ויעש חמשים קרסי זהב ויחבר את הירעת אחת אל אחת בקרסים ויהי המשכן אחד׃
14 ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।
ויעש יריעת עזים לאהל על המשכן עשתי עשרה יריעת עשה אתם׃
15 ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା।
ארך היריעה האחת שלשים באמה וארבע אמות רחב היריעה האחת מדה אחת לעשתי עשרה יריעת׃
16 ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ ରଖିଲେ।
ויחבר את חמש היריעת לבד ואת שש היריעת לבד׃
17 ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।
ויעש ללאת חמשים על שפת היריעה הקיצנה במחברת וחמשים ללאת עשה על שפת היריעה החברת השנית׃
18 ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।
ויעש קרסי נחשת חמשים לחבר את האהל להית אחד׃
19 ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।
ויעש מכסה לאהל ערת אלים מאדמים ומכסה ערת תחשים מלמעלה׃
20 ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ।
ויעש את הקרשים למשכן עצי שטים עמדים׃
21 ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା।
עשר אמת ארך הקרש ואמה וחצי האמה רחב הקרש האחד׃
22 ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।
שתי ידת לקרש האחד משלבת אחת אל אחת כן עשה לכל קרשי המשכן׃
23 ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ।
ויעש את הקרשים למשכן עשרים קרשים לפאת נגב תימנה׃
24 ପୁଣି, ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ।
וארבעים אדני כסף עשה תחת עשרים הקרשים שני אדנים תחת הקרש האחד לשתי ידתיו ושני אדנים תחת הקרש האחד לשתי ידתיו׃
25 ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ।
ולצלע המשכן השנית לפאת צפון עשה עשרים קרשים׃
26 ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ।
וארבעים אדניהם כסף שני אדנים תחת הקרש האחד ושני אדנים תחת הקרש האחד׃
27 ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା କଲେ।
ולירכתי המשכן ימה עשה ששה קרשים׃
28 ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ଡ ପଟା କଲେ।
ושני קרשים עשה למקצעת המשכן בירכתים׃
29 ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।
והיו תואמם מלמטה ויחדו יהיו תמים אל ראשו אל הטבעת האחת כן עשה לשניהם לשני המקצעת׃
30 ତହିଁରେ ଆଠ ପଟା, ପୁଣି, ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ।
והיו שמנה קרשים ואדניהם כסף ששה עשר אדנים שני אדנים שני אדנים תחת הקרש האחד׃
31 ଆଉ ସେ ଶିଟୀମ୍‍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
ויעש בריחי עצי שטים חמשה לקרשי צלע המשכן האחת׃
32 ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।
וחמשה בריחם לקרשי צלע המשכן השנית וחמשה בריחם לקרשי המשכן לירכתים ימה׃
33 ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।
ויעש את הבריח התיכן לברח בתוך הקרשים מן הקצה אל הקצה׃
34 ଆଉ, ସେ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।
ואת הקרשים צפה זהב ואת טבעתם עשה זהב בתים לבריחם ויצף את הבריחם זהב׃
35 ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।
ויעש את הפרכת תכלת וארגמן ותולעת שני ושש משזר מעשה חשב עשה אתה כרבים׃
36 ପୁଣି, ସେ ତହିଁ ନିମନ୍ତେ ଶିଟୀମ୍‍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।
ויעש לה ארבעה עמודי שטים ויצפם זהב וויהם זהב ויצק להם ארבעה אדני כסף׃
37 ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।
ויעש מסך לפתח האהל תכלת וארגמן ותולעת שני ושש משזר מעשה רקם׃
38 ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା।
ואת עמודיו חמשה ואת וויהם וצפה ראשיהם וחשקיהם זהב ואדניהם חמשה נחשת׃

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 36 >