< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 37 >

1 ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ
貝匝肋耳用皂莢木做了一個櫃,長二肘半,寬一肘半,高一肘半,
2 ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
裏外包上了純金,周圍做了金花邊。
3 ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।
鑄了四個金環,安在四個腳上:這邊兩個,那邊兩個。
4 ଆଉ ସେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ
又用皂莢木做了杠桿,包上了金。
5 ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।
將杠桿穿入約櫃邊的環內,作抬櫃之用。
6 ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।
又用純金做了贖罪蓋,長二肘半,寬一肘半。
7 ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।
又做了一對金革魯賓,由贖罪蓋兩端用鎚工做成;
8 ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।
在這端做了一個革魯賓,在那端做了一個革魯賓;贖罪蓋兩端的革魯賓與贖罪蓋連在一起;
9 ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
革魯賓的翅膀,伸展其上,翅膀遮著贖罪蓋;他們的臉彼此相對,面朝贖罪蓋。製作供桌
10 ତହିଁ ଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।
又用皂莢木做了供桌,長二肘,寬一肘,高一肘半,
11 ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
包上了純金,周圍做了金花邊,
12 ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
周圍做了一掌寬的框子,框子周圍,也做了金花邊。
13 ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ।
又鑄了四個金環,將金環安在桌四腳的角上。
14 ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା।
環子靠近框子,為穿抬供桌的杠桿.。
15 ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।
又用皂莢木做了杠桿,包上金,為抬供桌之用。
16 ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍‍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
又用純金做了供桌上的器物:盤、碟、杯和為奠祭用的爵。燈台
17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା।
又用純金做了燈台:燈台同燈座以及登幹,全用鎚工做成;花朵,即花托和花瓣,都由燈台發出。
18 ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।
燈台兩面發出了六叉:這面三叉,那面三叉。
19 ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।
在一叉上,有像杏花的三朵花,都有花托和花瓣;在另一叉上也有像杏花的三朵花,都有花托和花瓣;由燈台發出的六叉都是一樣。
20 ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା।
在燈台的直幹上,有像杏花的四個花朵,都有花托和花瓣。
21 ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।
由燈幹發出的每兩叉之下,各有一個花朵;從燈幹發出的六個叉都是如此。
22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।
這些花朵和燈叉,都從燈台發出,全是用整塊純金鎚成。
23 ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
又做了燈台上的七盞燈,以及純金的燈剪和碟子。
24 ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।
為做燈台和一切用具,用了一塔冷通純金。香壇
25 ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।
以後用皂莢木做了香壇,長一肘,寬一肘,方形,高二肘,四角從壇上突出。
26 ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।
又用純金包了壇、壇的上面、四壁、周圍和四角;壇周圍做了金花邊。
27 ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।
壇兩側花邊下,做了兩個金環,兩面都有,為穿杠桿抬壇之用。
28 ଆଉ ଶିଟୀମ୍‍ କାଷ୍ଠରେ ସାଙ୍ଗୀ କଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ।
又用皂莢木做了杠桿,包上了金。
29 ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।
以後又以配製香料的方法,做了為傅禮用的聖油,和為焚香用的純香料。

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 37 >