< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 37 >
1 ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ
ベザレルはアカシヤ材の箱を造った。長さは二キュビト半、幅は一キュビト半、高さは一キュビト半である。
2 ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
純金で、内そとをおおい、その周囲に金の飾り縁を造った。
3 ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।
また金の環四つを鋳て、その四すみに取りつけた。すなわち二つの環をこちら側に、二つの環をあちら側に取りつけた。
4 ଆଉ ସେ ଶିଟୀମ୍ କାଷ୍ଠରେ ସାଙ୍ଗୀ କରି ସୁବର୍ଣ୍ଣ ମଡ଼ାଇଲେ
またアカシヤ材のさおを造り、金でこれをおおい、
5 ଓ ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇଲେ।
そのさおを箱の側面の環に通して、箱をかつぐようにした。
6 ଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।
また純金で贖罪所を造った。長さは二キュビト半、幅は一キュビト半である。
7 ପୁଣି, ପିଟା ସୁବର୍ଣ୍ଣରେ ଦୁଇ କିରୂବ ନିର୍ମାଣ କରି ପାପାଚ୍ଛାଦନର ଦୁଇ ମୁଣ୍ଡରେ ରଖିଲେ।
また金で、二つのケルビムを造った。すなわち、これを打物造りとし、贖罪所の両端に置いた。
8 ତହିଁର ଏକ ମୁଣ୍ଡରେ ଏକ କିରୂବ ଓ ଅନ୍ୟ ମୁଣ୍ଡରେ ଅନ୍ୟ କିରୂବ ସ୍ଥାପନ କଲେ; ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦୁଇ କିରୂବକୁ ତହିଁର ଅଂଶ କରି ରଖିଲେ।
一つのケルブをこの端に、一つのケルブをかの端に置いた。すなわちケルビムを贖罪所の一部として、その両端に造った。
9 ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
ケルビムは翼を高く伸べ、その翼で贖罪所をおおい、顔は互に向かい合った。すなわちケルビムの顔は贖罪所に向かっていた。
10 ତହିଁ ଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।
またアカシヤ材で、机を造った。長さは二キュビト、幅は一キュビト、高さは一キュビト半である。
11 ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
純金でこれをおおい、その周囲に金の飾り縁を造った。
12 ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
またその周囲に手幅の棧を造り、その周囲の棧に金の飾り縁を造った。
13 ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ।
またこれがために金の環四つを鋳て、その四つの足のすみ四か所にその環を取りつけた。
14 ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା।
その環は棧のわきにあって、机をかつぐさおを入れる所とした。
15 ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।
またアカシヤ材で、机をかつぐさおを造り、金でこれをおおった。
16 ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
また机の上の器、すなわちその皿、乳香を盛る杯および灌祭を注ぐための鉢と瓶とを純金で造った。
17 ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା।
また純金の燭台を造った。すなわち打物造りで燭台を造り、その台、幹、萼、節、花を一つに連ねた。
18 ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।
また六つの枝をそのわきから出させた。すなわち燭台の三つの枝をこの側から、燭台の三つの枝をかの側から出させた。
19 ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।
あめんどうの花の形をした三つの萼が、節と花とをもって、この枝にあり、また、あめんどうの花の形をした三つの萼が、節と花とをもって、かの枝にあり、燭台から出る六つの枝をみなそのようにした。
20 ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା।
また燭台の幹には、あめんどうの花の形をした四つの萼を、その節と花とをもたせて取りつけた。
21 ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।
また二つの枝の下に一つの節を取りつけ、次の二つの枝の下に一つの節を取りつけ、さらに次の二つの枝の下に一つの節を取りつけ、燭台の幹から出る六つの枝に、みなそのようにした。
22 ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।
それらの節と枝を一つに連ね、ことごとく純金の打物造りとした。
23 ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
また、それのともしび皿七つと、その芯切りばさみと、芯取り皿とを純金で造った。
24 ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।
すなわち純金一タラントをもって、燭台とそのすべての器とを造った。
25 ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।
またアカシヤ材で香の祭壇を造った。長さ一キュビト、幅一キュビトの四角にし、高さ二キュビトで、これにその一部として角をつけた。
26 ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।
そして、その頂、その周囲の側面、その角を純金でおおい、その周囲に金の飾り縁を造った。
27 ପୁଣି, ତହିଁର ବହନାର୍ଥକ ସାଙ୍ଗୀର ଘରା ନିମନ୍ତେ ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣରେ ସୁବର୍ଣ୍ଣର ଦୁଇ ଦୁଇ କଡ଼ା ନିର୍ମାଣ କଲେ।
また、その両側に、飾り縁の下に金の環二つを、そのために造った。すなわちその二つの側にこれを造った。これはそれをかつぐさおを通す所である。
28 ଆଉ ଶିଟୀମ୍ କାଷ୍ଠରେ ସାଙ୍ଗୀ କଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ।
そのさおはアカシヤ材で造り、金でこれをおおった。
29 ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।
また香料を造るわざにしたがって、聖なる注ぎ油と純粋の香料の薫香とを造った。