< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 38 >

1 ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।
Anapanga guwa lansembe zopsereza lamatabwa amtengo wa mkesha. Linali lofanana mbali zonse. Msinkhu wake masentimita 137, mulitali mwake masentimita 229, mulifupi masentimita 229.
2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।
Anapanga nyanga imodziimodzi pa ngodya zake zinayizo, kotero kuti nyangazo ndi guwalo zinali chinthu chimodzi, ndipo anakuta guwalo ndi mkuwa.
3 ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।
Anapanganso ziwiya zamkuwa izi zogwirira ntchito pa guwalo: miphika, mafosholo, mabeseni owazira magazi, ngowe zokowera nyama ndi zosonkhezera moto.
4 ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।
Anapanga sefa yachitsulo chamkuwa ya guwa lansembelo kuti ikhale mmunsi mwa khoma la guwa lansembelo, kuchokera pansi mpaka pakati pa khoma la guwalo.
5 ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।
Anapanga mphete zamkuwa zinayi ndipo anazilumikiza ku ngodya zinayi za sefa ija kuti zigwire nsichi zonyamulira.
6 ଆଉ, ସେ ଶିଟୀମ୍‍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।
Anapanga nsichi zamtengo wa mkesha ndipo anazikuta ndi mkuwa.
7 ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।
Iwo analowetsa nsichizo mʼmphetemo mbali zonse ziwiri za guwalo kuti azinyamulira. Guwalo linali lamatabwa ndi logoba mʼkati mwake.
8 ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।
Anapanga beseni lamkuwa lokhala ndi miyendo yamkuwanso kuchokera ku magalasi oyangʼanira nkhope a amayi amene ankatumikira pa chipata cha tenti ya msonkhano.
9 ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ଶହ ହସ୍ତ ପରିମିତ ପରଦା କଲେ।
Kenaka anapanga bwalo la chihema. Mbali yakummwera inali yotalika mamita 46 ndipo kunali nsalu yotchinga yofewa yosalala yolukidwa bwino.
10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
Anapanganso mizati makumi awiri, matsinde makumi awiri amkuwa ndi ngowe zasiliva ndi zingwe za mizatiyo.
11 ଉତ୍ତର ଦିଗର ପରଦା ଏକ ଶହ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।
Mbali yakumpoto inalinso yotalika mamita 46 ndipo inali ndi mizati makumi awiri, matsinde amkuwa makumi awiri, ngowe zasiliva ndi zingwe za mizatiyo.
12 ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
Mbali yakumadzulo inali yotalika mamita 23 ndipo inali ndi nsalu yotchinga, mizati khumi ndi matsinde khumi. Inalinso ndi ngowe zasiliva ndi zingwe za mizatiyo.
13 ପୂର୍ବ ଦିଗରେ ପୂର୍ବ ପାର୍ଶ୍ୱ ନିମନ୍ତେ ପଚାଶ ହସ୍ତ ଥିଲା।
Mbali yakummawa, kotulukira dzuwa, inalinso yotalika mamita 23.
14 ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;
Mbali imodzi yachipata kunali nsalu yotchinga yotalika mamita asanu ndi awiri, mizati itatu ndi matsinde atatu,
15 ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
polowera mʼbwalo panali nsalu yotchinga ya mamita asanu ndi awiri pamodzi ndi mizati itatu ndi matsinde atatu.
16 ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା।
Katani yonse yotchinga kuzungulira chihema inali yofewa, yosalala ndi yolukidwa bwino.
17 ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।
Matsinde amizati anali amkuwa. Ngowe ndi zingwe za mizati zinali zasiliva, ndipo pamwamba pa mizatiyo anakutapo siliva. Choncho mizati yonse ya bwalolo inalumikizidwa ndi zingwe zasiliva.
18 ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।
Nsalu yotchinga ya pa chipata inali yamtundu wa mtambo, yapepo ndi yofiira, yofewa yosalala ndi yopangidwa ndi anthu aluso. Nsaluyo inali yotalika mamita asanu ndi anayi, molingana ndi nsalu zotchinga bwalo. Msinkhu wake unali masentimita 229,
19 ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।
pamodzi ndi mizati yake inayi ndi matsinde amkuwa anayi. Ngowe ndi zingwe zake zinali za siliva, ndipo pamwamba pake pa mzati anakutapo ndi siliva.
20 ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।
Zikhomo za chihema ndi zina zonse zozungulira chihemacho zinali zamkuwa.
21 ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।
Chiwerengero cha zipangizo zimene anagwiritsa ntchito popanga chihema, chihema chaumboni, zimene Mose analamulira Alevi kuti alembe motsogozedwa ndi Itamara mwana wa Aaroni, wansembe, chinali ichi:
22 ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।
Bezaleli mwana wa Uri, mwana wa Huzi wa fuko la Yuda anapanga chilichonse Yehova analamulira Mose,
23 ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।
pamodzi ndi Oholiabu mwana wa Ahisamaki, wa fuko la Dani, wa luso la zopangapanga ndi kulemba mapulani, ndi wopanga nsalu zolukidwa bwino za mtundu wa mtambo, yapepo ndi zofiira, zofewa ndi zosalala.
24 ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା।
Golide yense wochokera ku nsembe yoweyula amene anagwiritsa ntchito pa ntchito yonse yopanga malo wopatulika anali wolemera makilogalamu 1,000 potsata miyeso ya kumalo wopatulika.
25 ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକ ଶହ ତାଳନ୍ତ ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ଥିଲା।
Siliva wochokera ku gulu lonse la anthu anali wolemerera makilogalamu 3,430, potsata miyeso ya ku malo wopatulika.
26 ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।
Munthu aliyense amapereka beka imodzi, kufanana ngati makilogalamu 6, potsata muyeso wa ku malo wopatulika. Kuchokera kwa aliyense amene anawerengedwa kuyambira zaka 20 kapena kuposerapo, amuna onse analipo 603,550.
27 ଏଣୁ ସେହି ଏକ ଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକ ଶହ ଚୁଙ୍ଗୀ ନିମନ୍ତେ ଏକ ଶହ ତାଳନ୍ତ, ଅର୍ଥାତ୍‍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।
Anagwiritsa ntchito siliva wolemera makilogalamu 3,400 kupanga matsinde 100 a ku malo wopatulika ndi makatani, ndipo makilogalamu 34 kupanga tsinde limodzi.
28 ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।
Makilogalamu otsalawo anagwiritsa ntchito popanga ngowe zamzati kukutira pamwamba pa mizati ndiponso kupanga zingwe zake.
29 ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।
Mkuwa ochokera ku nsembe yoweyula unali makilogalamu 2,425.
30 ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,
Iwo anawugwiritsa ntchito popanga matsinde a pa chipata cha tenti ya msonkhano, guwa la mkuwa pamodzi ndi sefa yake ndiponso ziwiya zonse,
31 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।
matsinde ozungulira bwalo ndiponso a pa chipata pake, ndi zikhomo zonse za tentiyo ndi matsinde a malo wozungulirapo.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 38 >