< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 38 >

1 ଏଥିଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।
ויעש את מזבח העלה עצי שטים חמש אמות ארכו וחמש אמות רחבו רבוע ושלש אמות קמתו׃
2 ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।
ויעש קרנתיו על ארבע פנתיו ממנו היו קרנתיו ויצף אתו נחשת׃
3 ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍‍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।
ויעש את כל כלי המזבח את הסירת ואת היעים ואת המזרקת את המזלגת ואת המחתת כל כליו עשה נחשת׃
4 ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।
ויעש למזבח מכבר מעשה רשת נחשת תחת כרכבו מלמטה עד חציו׃
5 ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ।
ויצק ארבע טבעת בארבע הקצות למכבר הנחשת בתים לבדים׃
6 ଆଉ, ସେ ଶିଟୀମ୍‍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ।
ויעש את הבדים עצי שטים ויצף אתם נחשת׃
7 ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।
ויבא את הבדים בטבעת על צלעת המזבח לשאת אתו בהם נבוב לחת עשה אתו׃
8 ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।
ויעש את הכיור נחשת ואת כנו נחשת במראת הצבאת אשר צבאו פתח אהל מועד׃
9 ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ଶହ ହସ୍ତ ପରିମିତ ପରଦା କଲେ।
ויעש את החצר לפאת נגב תימנה קלעי החצר שש משזר מאה באמה׃
10 ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
עמודיהם עשרים ואדניהם עשרים נחשת ווי העמדים וחשקיהם כסף׃
11 ଉତ୍ତର ଦିଗର ପରଦା ଏକ ଶହ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।
ולפאת צפון מאה באמה עמודיהם עשרים ואדניהם עשרים נחשת ווי העמודים וחשקיהם כסף׃
12 ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।
ולפאת ים קלעים חמשים באמה עמודיהם עשרה ואדניהם עשרה ווי העמדים וחשוקיהם כסף׃
13 ପୂର୍ବ ଦିଗରେ ପୂର୍ବ ପାର୍ଶ୍ୱ ନିମନ୍ତେ ପଚାଶ ହସ୍ତ ଥିଲା।
ולפאת קדמה מזרחה חמשים אמה׃
14 ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;
קלעים חמש עשרה אמה אל הכתף עמודיהם שלשה ואדניהם שלשה׃
15 ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।
ולכתף השנית מזה ומזה לשער החצר קלעים חמש עשרה אמה עמדיהם שלשה ואדניהם שלשה׃
16 ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା।
כל קלעי החצר סביב שש משזר׃
17 ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା।
והאדנים לעמדים נחשת ווי העמודים וחשוקיהם כסף וצפוי ראשיהם כסף והם מחשקים כסף כל עמדי החצר׃
18 ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।
ומסך שער החצר מעשה רקם תכלת וארגמן ותולעת שני ושש משזר ועשרים אמה ארך וקומה ברחב חמש אמות לעמת קלעי החצר׃
19 ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା।
ועמדיהם ארבעה ואדניהם ארבעה נחשת וויהם כסף וצפוי ראשיהם וחשקיהם כסף׃
20 ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।
וכל היתדת למשכן ולחצר סביב נחשת׃
21 ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।
אלה פקודי המשכן משכן העדת אשר פקד על פי משה עבדת הלוים ביד איתמר בן אהרן הכהן׃
22 ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ।
ובצלאל בן אורי בן חור למטה יהודה עשה את כל אשר צוה יהוה את משה׃
23 ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।
ואתו אהליאב בן אחיסמך למטה דן חרש וחשב ורקם בתכלת ובארגמן ובתולעת השני ובשש׃
24 ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା।
כל הזהב העשוי למלאכה בכל מלאכת הקדש ויהי זהב התנופה תשע ועשרים ככר ושבע מאות ושלשים שקל בשקל הקדש׃
25 ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକ ଶହ ତାଳନ୍ତ ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ଥିଲା।
וכסף פקודי העדה מאת ככר ואלף ושבע מאות וחמשה ושבעים שקל בשקל הקדש׃
26 ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍‍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।
בקע לגלגלת מחצית השקל בשקל הקדש לכל העבר על הפקדים מבן עשרים שנה ומעלה לשש מאות אלף ושלשת אלפים וחמש מאות וחמשים׃
27 ଏଣୁ ସେହି ଏକ ଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକ ଶହ ଚୁଙ୍ଗୀ ନିମନ୍ତେ ଏକ ଶହ ତାଳନ୍ତ, ଅର୍ଥାତ୍‍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।
ויהי מאת ככר הכסף לצקת את אדני הקדש ואת אדני הפרכת מאת אדנים למאת הככר ככר לאדן׃
28 ପୁଣି, ସେହି ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ।
ואת האלף ושבע המאות וחמשה ושבעים עשה ווים לעמודים וצפה ראשיהם וחשק אתם׃
29 ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।
ונחשת התנופה שבעים ככר ואלפים וארבע מאות שקל׃
30 ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,
ויעש בה את אדני פתח אהל מועד ואת מזבח הנחשת ואת מכבר הנחשת אשר לו ואת כל כלי המזבח׃
31 ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।
ואת אדני החצר סביב ואת אדני שער החצר ואת כל יתדת המשכן ואת כל יתדת החצר סביב׃

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 38 >