< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 39 >
1 ଏଥିଉତ୍ତାରେ ଲୋକମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର ପ୍ରସ୍ତୁତ କଲେ, ଆଉ ହାରୋଣଙ୍କ ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କଲେ।
From the blue, purple, and scarlet yarn they made specially woven garments for ministry in the sanctuary, as well as the holy garments for Aaron, just as the LORD had commanded Moses.
2 ପୁଣି, ସେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କଲେ।
Bezalel made the ephod of finely spun linen embroidered with gold, and with blue, purple, and scarlet yarn.
3 ଅର୍ଥାତ୍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପକର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।
They hammered out thin sheets of gold and cut threads from them to interweave with the blue, purple, and scarlet yarn, and fine linen—the work of a skilled craftsman.
4 ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।
They made shoulder pieces for the ephod, which were attached at two of its corners, so it could be fastened.
5 ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।
And the skillfully woven waistband of the ephod was of one piece with the ephod, of the same workmanship—with gold, with blue, purple, and scarlet yarn, and with finely spun linen, just as the LORD had commanded Moses.
6 ଆହୁରି ସେମାନେ ଇସ୍ରାଏଲ-ପୁତ୍ରଗଣର ନାମାନୁସାରେ ଖୋଦିତ ମୁଦ୍ରାନ୍ୟାୟ ଖୋଦିତ ଓ ସ୍ୱର୍ଣ୍ଣାଧାରରେ ଖଚିତ ଦୁଇ ଗୋମେଦକ ମଣି ପ୍ରସ୍ତୁତ କଲେ।
They mounted the onyx stones in gold filigree settings, engraved like a seal with the names of the sons of Israel.
7 ପୁଣି, ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଦୁଇ ସ୍କନ୍ଧପଟି ଉପରେ ଇସ୍ରାଏଲ-ପୁତ୍ରମାନଙ୍କ ସ୍ମରଣାର୍ଥକ ମଣି ରୂପେ ତାହା ବସାଇଲେ।
Then they fastened them on the shoulder pieces of the ephod as memorial stones for the sons of Israel, as the LORD had commanded Moses.
8 ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।
He made the breastpiece with the same workmanship as the ephod, with gold, with blue, purple, and scarlet yarn, and with finely spun linen.
9 ତାହା ଚତୁଷ୍କୋଣ ଥିଲା, ଅର୍ଥାତ୍, ସେମାନେ ସେହି ବୁକୁପଟା ଦୋହରା କରି ଏକ ଚାଖଣ୍ଡ ଦୀର୍ଘ ଓ ଏକ ଚାଖଣ୍ଡ ପ୍ରସ୍ଥ କଲେ।
It was square when folded over double, a span long and a span wide.
10 ପୁଣି, ତାହା ଚାରି ଧାଡ଼ି ମଣିରେ ଖଚିତ କଲେ; ତହିଁର ପ୍ରଥମ ଧାଡ଼ିରେ ଚୁଣି, ପୀତମଣି ଓ ମରକତ,
And they mounted on it four rows of gemstones: The first row had a ruby, a topaz, and an emerald;
11 ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ,
the second row had a turquoise, a sapphire, and a diamond;
12 ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା,
the third row had a jacinth, an agate, and an amethyst;
13 ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।
and the fourth row had a beryl, an onyx, and a jasper. These stones were mounted in gold filigree settings.
14 ପୁଣି, ଇସ୍ରାଏଲ-ପୁତ୍ରମାନଙ୍କ ନାମାଙ୍କିତ ଏହିସବୁ ମଣି ସେମାନଙ୍କ ନାମାନୁସାରେ ଦ୍ୱାଦଶ ହେଲା ଓ ମୁଦ୍ରାନ୍ୟାୟ ଏକ ଏକ ମଣିରେ ଦ୍ୱାଦଶ ବଂଶର ଏକ ଏକ ନାମ ରହିଲା।
The twelve stones corresponded to the names of the sons of Israel. Each stone was engraved like a seal with the name of one of the twelve tribes.
15 ଏଉତ୍ତାରେ ସେମାନେ ବୁକୁପଟାରେ ନିର୍ମଳ ସୁବର୍ଣ୍ଣ ଦ୍ୱାରା ମାଳା ତୁଲ୍ୟ ମୋଡ଼ା ଜଞ୍ଜିର ନିର୍ମାଣ କଲେ।
For the breastpiece they made braided chains like cords of pure gold.
16 ଦୁଇ ସ୍ୱର୍ଣ୍ଣାଧାରା ଓ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇଲେ।
They also made two gold filigree settings and two gold rings, and fastened the two rings to the two corners of the breastpiece.
17 ଆଉ ବୁକୁପଟାର ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇଲେ।
Then they fastened the two gold chains to the two gold rings at the corners of the breastpiece,
18 ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ-ବସ୍ତ୍ର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିଲେ।
and they fastened the other ends of the two chains to the two filigree settings, attaching them to the shoulder pieces of the ephod at the front.
19 ପୁଣି, ସେମାନେ ଦୁଇ ସ୍ୱର୍ଣ୍ଣକଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦର ସମ୍ମୁଖସ୍ଥ ଭିତର ଭାଗରେ ରଖିଲେ।
They made two more gold rings and attached them to the other two corners of the breastpiece, on the inside edge next to the ephod.
20 ସେମାନେ ଆଉ ଦୁଇ ସ୍ୱର୍ଣ୍ଣକଡ଼ା କରି ଏଫୋଦର ଦୁଇ ସ୍କନ୍ଧପଟି ତଳେ ତହିଁ ସମ୍ମୁଖ ଭାଗର ଯୋଡ଼ ସ୍ଥାନରେ ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିଲେ।
They made two additional gold rings and attached them to the bottom of the two shoulder pieces of the ephod, on its front, near the seam just above its woven waistband.
21 ଆଉ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଦ କରି ରଖିଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କରାଗଲା।
Then they tied the rings of the breastpiece to the rings of the ephod with a cord of blue yarn, so that the breastpiece was above the waistband of the ephod and would not swing out from the ephod, just as the LORD had commanded Moses.
22 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କଲେ।
They made the robe of the ephod entirely of blue cloth, the work of a weaver,
23 ସେହି ଚୋଗାର ମଧ୍ୟସ୍ଥଳରେ ସାଞ୍ଜୁଆର ଗଳଦେଶ ନ୍ୟାୟ ଛିଦ୍ର ଥିଲା; ତାହା ଯେପରି ଛିଣ୍ଡି ନ ଯାଏ, ଏଥିପାଇଁ ସେହି ଗଳାର ଚାରିପାଖରେ ବୁଣାକର୍ମ ଥିଲା।
with an opening in the center of the robe like that of a garment, with a collar around the opening so that it would not tear.
24 ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।
They made pomegranates of blue, purple, and scarlet yarn and finely spun linen on the lower hem of the robe.
25 ଆଉ ସେମାନେ ଡାଳିମ୍ବ ମଧ୍ୟରେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ଘଣ୍ଟି କରି ଚୋଗା ଅଞ୍ଚଳର ଚାରିଆଡ଼ରେ ଡାଳିମ୍ବର ମଧ୍ୟେ ମଧ୍ୟେ ରଖିଲେ;
They also made bells of pure gold and attached them around the hem between the pomegranates,
26 ଅର୍ଥାତ୍, ସେବାକରଣାର୍ଥକ ଚୋଗା ଅଞ୍ଚଳର ଚାରିଆଡ଼ରେ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ ଓ ଏକ ଘଣ୍ଟି ଉତ୍ତାରେ ଏକ ଡାଳିମ୍ବ, ଏହିରୂପେ କଲେ।
alternating the bells and pomegranates around the lower hem of the robe to be worn for ministry, just as the LORD had commanded Moses.
27 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ହାରୋଣ ଓ ତାଙ୍କର ପୁତ୍ରଗଣ ନିମନ୍ତେ ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ତନ୍ତୁବାୟ ନିର୍ମିତ ଜାମା
For Aaron and his sons they made tunics of fine linen, the work of a weaver,
28 ଓ ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପଗଡ଼ି, ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶିରୋଭୂଷଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଶୁକ୍ଳ ଜଙ୍ଘିଆ ପ୍ରସ୍ତୁତ କଲେ।
as well as the turban of fine linen, the ornate headbands and undergarments of finely spun linen,
29 ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।
and the sash of finely spun linen, embroidered with blue, purple, and scarlet yarn, just as the LORD had commanded Moses.
30 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ନିର୍ମଳ ସୁବର୍ଣ୍ଣରେ ପବିତ୍ର ମୁକୁଟର ପତ୍ର ପ୍ରସ୍ତୁତ କରି ଖୋଦିତ ମୁଦ୍ରାନ୍ୟାୟ ତହିଁ ଉପରେ “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର” ଏହା ଲେଖିଲେ।
They also made the plate of the holy crown of pure gold, and they engraved on it, like an inscription on a seal: HOLY TO THE LORD.
31 ପୁଣି, ଊର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।
Then they fastened to it a blue cord to mount it on the turban, just as the LORD had commanded Moses.
32 ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।
So all the work for the tabernacle, the Tent of Meeting, was completed. The Israelites did everything just as the LORD had commanded Moses.
33 ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;
Then they brought the tabernacle to Moses: the tent with all its furnishings, its clasps, its frames, its crossbars, and its posts and bases;
34 ପୁଣି, ରକ୍ତୀକୃତ ମେଷ ଚର୍ମ ନିର୍ମିତ ଛାତ ଓ ଶିଶୁକ ଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;
the covering of ram skins dyed red, the covering of fine leather, and the veil of the covering;
35 ସାକ୍ଷ୍ୟ-ସିନ୍ଦୁକ, ତହିଁର ସାଙ୍ଗୀ ଓ ପାପାଚ୍ଛାଦନ ମେଜ,
the ark of the Testimony with its poles and the mercy seat;
36 ତହିଁର ସକଳ ପାତ୍ର ଓ ଦର୍ଶନୀୟ ରୁଟି,
the table with all its utensils and the Bread of the Presence;
37 ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;
the pure gold lampstand with its row of lamps and all its utensils, as well as the oil for the light;
38 ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;
the gold altar, the anointing oil, the fragrant incense, and the curtain for the entrance to the tent;
39 ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି;
the bronze altar with its bronze grating, its poles, and all its utensils; the basin with its stand;
40 ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;
the curtains of the courtyard with its posts and bases; the curtain for the gate of the courtyard, its ropes and tent pegs, and all the equipment for the service of the tabernacle, the Tent of Meeting;
41 ପବିତ୍ର ସ୍ଥାନରେ ସେବାକରଣାର୍ଥକ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରମାନଙ୍କର ଯାଜକ କର୍ମ ସମ୍ବନ୍ଧୀୟ ବସ୍ତ୍ର,
and the woven garments for ministering in the sanctuary, both the holy garments for Aaron the priest and the garments for his sons to serve as priests.
42 ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।
The Israelites had done all the work just as the LORD had commanded Moses.
43 ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।
And Moses inspected all the work and saw that they had accomplished it just as the LORD had commanded. So Moses blessed them.