< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4 >

1 ଏଥିରେ ମୋଶା ଉତ୍ତର କଲେ, “ଦେଖନ୍ତୁ, ସେମାନେ ମୋତେ ବିଶ୍ୱାସ କରିବେ ନାହିଁ ଓ ମୋʼ ରବରେ ମନୋଯୋଗ କରିବେ ନାହିଁ; ମାତ୍ର ସେମାନେ କହିବେ, ‘ସଦାପ୍ରଭୁ ତୁମ୍ଭକୁ ଦର୍ଶନ ଦେଇ ନାହାନ୍ତି?’”
ויען משה ויאמר והן לא יאמינו לי ולא ישמעו בקלי כי יאמרו לא נראה אליך יהוה׃
2 ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।”
ויאמר אליו יהוה מזה בידך ויאמר מטה׃
3 ତହୁଁ ସଦାପ୍ରଭୁ କହିଲେ, “ତାକୁ ଭୂମିରେ ପକାଅ।” ତେଣୁ ସେ ତାକୁ ଭୂମିରେ ପକାନ୍ତେ, ତାହା ସର୍ପ ହେଲା; ତହିଁରେ ମୋଶା ତାହା ଆଗରୁ ପଳାଇଗଲେ।
ויאמר השליכהו ארצה וישליכהו ארצה ויהי לנחש וינס משה מפניו׃
4 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି,” ଏହା ଯେପରି ସେମାନେ ବିଶ୍ୱାସ କରିବେ,
ויאמר יהוה אל משה שלח ידך ואחז בזנבו וישלח ידו ויחזק בו ויהי למטה בכפו׃
5 “ଏଥିପାଇଁ ତୁମ୍ଭେ ଆପଣା ହସ୍ତ ବଢ଼ାଇ ତାହାର ଲାଞ୍ଜ ଧର,” ତହିଁରେ ସେ ହସ୍ତ ବଢ଼ାଇ ତାକୁ ଧରନ୍ତେ, ତାଙ୍କ ହସ୍ତରେ ସେ ଯଷ୍ଟି ହେଲା।
למען יאמינו כי נראה אליך יהוה אלהי אבתם אלהי אברהם אלהי יצחק ואלהי יעקב׃
6 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।
ויאמר יהוה לו עוד הבא נא ידך בחיקך ויבא ידו בחיקו ויוצאה והנה ידו מצרעת כשלג׃
7 ଏଥିରେ ସେ କହିଲେ, “ତୁମ୍ଭେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ;” ସେମାନେ ଯଦି ତୁମ୍ଭକୁ ବିଶ୍ୱାସ ନ କରିବେ
ויאמר השב ידך אל חיקך וישב ידו אל חיקו ויוצאה מחיקו והנה שבה כבשרו׃
8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା।
והיה אם לא יאמינו לך ולא ישמעו לקל האת הראשון והאמינו לקל האת האחרון׃
9 ଏହି ଦୁଇ ଚିହ୍ନରେ ଯଦି ସେମାନେ ବିଶ୍ୱାସ ନ କରିବେ ଓ ତୁମ୍ଭ ରବରେ ମନୋଯୋଗ ନ କରିବେ, ତେବେ ତୁମ୍ଭେ ନୀଳ ନଦୀରୁ ଜଳ କିଛି ନେଇ ଶୁଷ୍କ ଭୂମିରେ ଢାଳ; ତହିଁରେ ତୁମ୍ଭେ ନଦୀରୁ ଯେଉଁ ଜଳ ଆଣିବ, ତାହା ଶୁଷ୍କ ଭୂମିରେ ରକ୍ତ ହେବ।
והיה אם לא יאמינו גם לשני האתות האלה ולא ישמעון לקלך ולקחת ממימי היאר ושפכת היבשה והיו המים אשר תקח מן היאר והיו לדם ביבשת׃
10 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୋ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ। ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
ויאמר משה אל יהוה בי אדני לא איש דברים אנכי גם מתמול גם משלשם גם מאז דברך אל עבדך כי כבד פה וכבד לשון אנכי׃
11 ତହିଁରେ ସଦାପ୍ରଭୁ ତାହାଙ୍କୁ କହିଲେ, “ମନୁଷ୍ୟର ମୁଖ କିଏ ନିର୍ମାଣ କରିଅଛନ୍ତି? ପୁଣି, ମନୁଷ୍ୟକୁ ମୂକ ବା ବଧିର ଅବା ଦୃଷ୍ଟିବିଶିଷ୍ଟ କିଅବା ଦୃଷ୍ଟିହୀନ କିଏ କରନ୍ତି? ଆମ୍ଭେ ସଦାପ୍ରଭୁ କି ତାହା ନ କରୁ?
ויאמר יהוה אליו מי שם פה לאדם או מי ישום אלם או חרש או פקח או עור הלא אנכי יהוה׃
12 ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।”
ועתה לך ואנכי אהיה עם פיך והוריתיך אשר תדבר׃
13 ତହିଁରେ ସେ କହିଲେ, “ହେ ପ୍ରଭୋ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”
ויאמר בי אדני שלח נא ביד תשלח׃
14 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତେଣୁ ସେ କହିଲେ, “ଲେବୀୟ ହାରୋଣ କି ତୁମ୍ଭର ଭାଇ ନୁହେଁ? ଆମ୍ଭେ ଜାଣୁ, ସେ ସୁବକ୍ତା। ଆଉ ଦେଖ, ସେ ତୁମ୍ଭ ସଙ୍ଗରେ ସାକ୍ଷାତ କରିବାକୁ ଆସୁଅଛି; ପୁଣି, ତୁମ୍ଭକୁ ଦେଖି ହୃଷ୍ଟଚିତ୍ତ ହେବ।
ויחר אף יהוה במשה ויאמר הלא אהרן אחיך הלוי ידעתי כי דבר ידבר הוא וגם הנה הוא יצא לקראתך וראך ושמח בלבו׃
15 ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା।
ודברת אליו ושמת את הדברים בפיו ואנכי אהיה עם פיך ועם פיהו והוריתי אתכם את אשר תעשון׃
16 ସେ ଲୋକମାନଙ୍କ ନିକଟରେ ତୁମ୍ଭର ପ୍ରତିନିଧି-ବକ୍ତା ହେବ; ସେ ତୁମ୍ଭର ମୁଖ ସ୍ୱରୂପ ହେବ ଓ ତୁମ୍ଭେ ତାହାର ପରମେଶ୍ୱର ତୁଲ୍ୟ ହେବ।
ודבר הוא לך אל העם והיה הוא יהיה לך לפה ואתה תהיה לו לאלהים׃
17 ଆଉ ତୁମ୍ଭେ ଆପଣା ହସ୍ତରେ ଏହି ଯଷ୍ଟି ଘେନ, ଯେଣୁ ଏହା ଦ୍ୱାରା ତୁମ୍ଭେ ଏହି ସମସ୍ତ ଚିହ୍ନ ଦେଖାଇବ।”
ואת המטה הזה תקח בידך אשר תעשה בו את האתת׃
18 ଏଥିଉତ୍ତାରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନିକଟକୁ ବାହୁଡ଼ି ଯାଇ କହିଲେ, “ମୁଁ ବିନୟ କରୁଅଛି, ମିସରସ୍ଥିତ ମୋହର ଭ୍ରାତୃଗଣ ନିକଟକୁ ଏବେ ଫେରିଯିବା ପାଇଁ ଓ ସେମାନେ ଆଜିଯାଏ ବଞ୍ଚିଅଛନ୍ତି କି ନାହିଁ, ତାହା ଦେଖିବା ପାଇଁ ମୋତେ ଯିବାକୁ ଦିଅ।” ତହିଁରେ ଯିଥ୍ରୋ ମୋଶାଙ୍କୁ କହିଲେ, “କୁଶଳରେ ଯାଅ।”
וילך משה וישב אל יתר חתנו ויאמר לו אלכה נא ואשובה אל אחי אשר במצרים ואראה העודם חיים ויאמר יתרו למשה לך לשלום׃
19 ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେମାନେ ସମସ୍ତେ ମରିଅଛନ୍ତି।”
ויאמר יהוה אל משה במדין לך שב מצרים כי מתו כל האנשים המבקשים את נפשך׃
20 ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।
ויקח משה את אשתו ואת בניו וירכבם על החמר וישב ארצה מצרים ויקח משה את מטה האלהים בידו׃
21 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସାବଧାନ, ତୁମ୍ଭେ ମିସରକୁ ଫେରିଗଲେ, ଆମ୍ଭେ ତୁମ୍ଭ ହସ୍ତରେ ଯେସବୁ ଆଶ୍ଚର୍ଯ୍ୟକର୍ମ କରିବାକୁ ଦେଇଅଛୁ, ତାହା ଫାରୋ ସାକ୍ଷାତରେ କରିବ; ମାତ୍ର ଆମ୍ଭେ ତାହାର ମନ କଠିନ କରିବା; ତହିଁରେ ସେ ଲୋକମାନଙ୍କୁ ଯିବାକୁ ଦେବ ନାହିଁ।”
ויאמר יהוה אל משה בלכתך לשוב מצרימה ראה כל המפתים אשר שמתי בידך ועשיתם לפני פרעה ואני אחזק את לבו ולא ישלח את העם׃
22 ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, “ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
ואמרת אל פרעה כה אמר יהוה בני בכרי ישראל׃
23 ଆମ୍ଭେ ତୁମ୍ଭକୁ କହିଅଛୁ, ‘ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ପୁତ୍ରକୁ ଛାଡ଼ିଦିଅ; ମାତ୍ର ତୁମ୍ଭେ ତାହାକୁ ଛାଡ଼ିବାକୁ ନାସ୍ତି କରିଅଛ; ଦେଖ, ଆମ୍ଭେ ତୁମ୍ଭ ପୁତ୍ରକୁ, ତୁମ୍ଭ ଜ୍ୟେଷ୍ଠ ପୁତ୍ରକୁ ବଧ କରିବା।’”
ואמר אליך שלח את בני ויעבדני ותמאן לשלחו הנה אנכי הרג את בנך בכרך׃
24 ଏଥିଉତ୍ତାରେ ପଥ ମଧ୍ୟରେ ଉତ୍ତରଣୀୟ ଗୃହରେ ସଦାପ୍ରଭୁ ତାଙ୍କୁ ପାଇ ବଧ କରିବାକୁ ଚେଷ୍ଟା କଲେ।
ויהי בדרך במלון ויפגשהו יהוה ויבקש המיתו׃
25 ସେତେବେଳେ ସିପ୍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”
ותקח צפרה צר ותכרת את ערלת בנה ותגע לרגליו ותאמר כי חתן דמים אתה לי׃
26 ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ିଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”
וירף ממנו אז אמרה חתן דמים למולת׃
27 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।
ויאמר יהוה אל אהרן לך לקראת משה המדברה וילך ויפגשהו בהר האלהים וישק לו׃
28 ସେତେବେଳେ ମୋଶା ସଦାପ୍ରଭୁଙ୍କ ପ୍ରେରିତ ସମସ୍ତ ବାକ୍ୟ ଓ ତାହାଙ୍କ ଆଜ୍ଞାର୍ପିତ ସମସ୍ତ ଚିହ୍ନ ହାରୋଣଙ୍କୁ ଜଣାଇଲେ।
ויגד משה לאהרן את כל דברי יהוה אשר שלחו ואת כל האתת אשר צוהו׃
29 ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।
וילך משה ואהרן ויאספו את כל זקני בני ישראל׃
30 ପୁଣି, ହାରୋଣ ସେମାନଙ୍କୁ ମୋଶାଙ୍କ ପ୍ରତି କଥିତ ସଦାପ୍ରଭୁଙ୍କ ସମସ୍ତ ବାକ୍ୟ କହିଲେ, ପୁଣି, ଲୋକମାନଙ୍କ ଦୃଷ୍ଟିରେ ସେହି ସମସ୍ତ ଚିହ୍ନ ପ୍ରକାଶ କଲେ।
וידבר אהרן את כל הדברים אשר דבר יהוה אל משה ויעש האתת לעיני העם׃
31 ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।
ויאמן העם וישמעו כי פקד יהוה את בני ישראל וכי ראה את ענים ויקדו וישתחוו׃

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 4 >