< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 40 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Et l’Éternel parla à Moïse, disant:
2 “ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।
Au premier mois, le premier jour du mois, tu dresseras le tabernacle de la tente d’assignation;
3 ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।
et tu y placeras l’arche du témoignage, et tu couvriras l’arche avec le voile.
4 ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ।
Et tu apporteras la table, et tu y arrangeras ce qui doit y être arrangé; et tu apporteras le chandelier, et tu allumeras ses lampes.
5 ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
Et tu mettras l’autel d’or pour l’encens devant l’arche du témoignage; et tu placeras le rideau à l’entrée du tabernacle.
6 ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।
Et tu mettras l’autel de l’holocauste devant l’entrée du tabernacle de la tente d’assignation.
7 ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।
Et tu mettras la cuve entre la tente d’assignation et l’autel, et tu y mettras de l’eau.
8 ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
Et tu placeras le parvis tout autour, et tu mettras le rideau de la porte du parvis.
9 ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
Et tu prendras l’huile de l’onction, et tu en oindras le tabernacle et tout ce qui est dedans; et tu le sanctifieras avec tous ses ustensiles, et il sera saint.
10 ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ।
Et tu oindras l’autel de l’holocauste et tous ses ustensiles; et tu sanctifieras l’autel, et l’autel sera une chose très sainte.
11 ଆଉ ତୁମ୍ଭେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ।
Et tu oindras la cuve et son soubassement, et tu la sanctifieras.
12 ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।
Et tu feras approcher Aaron et ses fils à l’entrée de la tente d’assignation, et tu les laveras avec de l’eau.
13 ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।
Et tu revêtiras Aaron des saints vêtements, et tu l’oindras, et tu le sanctifieras, et il exercera la sacrificature devant moi.
14 ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ।
Et tu feras approcher ses fils, et tu les revêtiras des tuniques,
15 ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।”
et tu les oindras comme tu auras oint leur père; et ils exerceront la sacrificature devant moi; et leur onction leur sera pour [exercer] une sacrificature perpétuelle en leurs générations.
16 ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।
Et Moïse fit selon tout ce que l’Éternel lui avait commandé; il fit ainsi.
17 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।
Et il arriva, le premier mois, en la seconde année, le premier [jour] du mois, que le tabernacle fut dressé.
18 ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।
Et Moïse dressa le tabernacle, et mit ses bases, et plaça ses ais, et mit ses traverses, et dressa ses piliers.
19 ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;
Et il étendit la tente sur le tabernacle, et mit la couverture de la tente sur elle, par-dessus, comme l’Éternel l’avait commandé à Moïse.
20 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;
Et il prit et mit le témoignage dans l’arche; et il plaça les barres à l’arche; et il mit le propitiatoire sur l’arche, par-dessus.
21 ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ।
Et il apporta l’arche dans le tabernacle, et plaça le voile qui sert de rideau, et en couvrit l’arche du témoignage, comme l’Éternel l’avait commandé à Moïse.
22 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;
Et il mit la table dans la tente d’assignation, sur le côté du tabernacle, vers le nord, en dehors du voile;
23 ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।
et il rangea sur elle, en ordre, le pain devant l’Éternel, comme l’Éternel l’avait commandé à Moïse.
24 ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ
Et il plaça le chandelier dans la tente d’assignation, vis-à-vis de la table, sur le côté du tabernacle, vers le midi;
25 ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।
et il alluma les lampes devant l’Éternel, comme l’Éternel l’avait commandé à Moïse.
26 ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ
Et il plaça l’autel d’or dans la tente d’assignation, devant le voile;
27 ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।
et il fit fumer dessus l’encens des drogues odoriférantes, comme l’Éternel l’avait commandé à Moïse.
28 ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ
Et il plaça le rideau de l’entrée du tabernacle.
29 ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।
Et il plaça l’autel de l’holocauste à l’entrée du tabernacle de la tente d’assignation, et il offrit sur lui l’holocauste et l’offrande de gâteau, comme l’Éternel l’avait commandé à Moïse.
30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ-ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।
Et il plaça la cuve entre la tente d’assignation et l’autel, et y mit de l’eau pour se laver.
31 ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।
Et Moïse, et Aaron et ses fils, s’y lavèrent les mains et les pieds;
32 ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।
lorsqu’ils entraient dans la tente d’assignation, et qu’ils s’approchaient de l’autel, ils se lavaient, comme l’Éternel l’avait commandé à Moïse.
33 ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।
Et il dressa le parvis tout autour du tabernacle et de l’autel, et mit le rideau à la porte du parvis. Et Moïse acheva l’œuvre.
34 ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
Et la nuée couvrit la tente d’assignation, et la gloire de l’Éternel remplit le tabernacle;
35 ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।
et Moïse ne pouvait entrer dans la tente d’assignation; car la nuée demeura dessus, et la gloire de l’Éternel remplissait le tabernacle.
36 ପୁଣି, ଆବାସ ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।
Et quand la nuée se levait de dessus le tabernacle, les fils d’Israël partaient, dans toutes leurs traites;
37 ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଊର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।
et si la nuée ne se levait pas, ils ne partaient pas, jusqu’au jour où elle se levait;
38 କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।
car la nuée de l’Éternel était sur le tabernacle le jour, et un feu y était la nuit, aux yeux de toute la maison d’Israël, dans toutes leurs traites.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 40 >