< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5 >
1 ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”
Zitachitika izi, Mose ndi Aaroni anapita kwa Farao ndipo anati, “Yehova Mulungu wa Israeli akuti, ‘Aloleni anthu anga apite, kuti akachite chikondwerero cha Ine mʼchipululu.’”
2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”
Koma Farao anati, “Yehova ndani kuti ine ndimumvere ndi kulola Aisraeli kuti apite? Ine Yehova sindikumudziwa ndipo sindilola kuti Aisraeli apite.”
3 ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”
Ndipo iwo anati, “Mulungu wa Ahebri anakumana nafe. Chonde tiloleni tipite ulendo wa masiku atatu ku chipululu kuti tikapereke nsembe kwa Yehova Mulungu wathu, ngati sititero iye adzatipweteka ndi miliri kapena lupanga.”
4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”
Koma mfumu ya Igupto inati, “Mose ndi Aaroni, chifukwa chiyani mukuchititsa anthuwa kuti asagwire ntchito zawo? Bwererani ku ntchito zanu!”
5 ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”
Ndiponso Farao anati, “Taonani, anthuwa mʼdziko muno alipo ochuluka, ndipo inu mukuwaletsa kugwira ntchito.”
6 ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,
Pa tsiku lomwelo Farao analamulira akapitawo a thangata ndi anzawo a Chiisraeli amene ankayangʼanira anthu kuti
7 “ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।
“Inu musawapatsenso udzu wopangira njerwa monga mumachitira kale, iwo azipita ndi kukatenga udzu wawo.
8 ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’
Koma musawachepetsere chiwerengero cha njerwa chomwe munawalamulira kale kuti aziwumba. Iwowa ndi aulesi. Nʼchifukwa chake akulira kuti, ‘Tiloleni tipite tikapereke nsembe kwa Mulungu wathu.’
9 ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
Muwakhawulitse ndi ntchito anthu amenewa kuti azitanganidwa, asakhale ndi mpata omvera zabodza.”
10 ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।
Choncho akapitawo a thangata ndi anzawo a Chiisraeli amene ankayangʼanira anthu anapita kwa anthu aja nati, “‘Farao akuti sadzakupatsaninso udzu.
11 ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”
Mʼmalo mwake mupite mukadzimwetere udzu kulikonse kumene mungawupeze. Komabe ntchito yanu sichepetsedwa.’”
12 ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
Kotero anthuwo anamwazikana mʼdziko lonse la Igupto kukamweta udzu.
13 ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”
Akapitawo a thangata aja anawafulumiza anthu aja nati, “Malizani kugwira ntchito yanu ya tsiku ndi tsiku monga mmene zinalili pamene munkapatsidwa udzu.”
14 ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”
Akapitawo a thangata a Farao ankawamenya oyangʼanira anzawo a Chiisraeli aja nawapanikiza kuti, “Chifukwa chiyani lero simunawumbe chiwerengero chovomerezeka cha njerwa monga chakale chija?”
15 ତହିଁରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?
Pamenepo oyangʼanira anzawo a Chiisraeli aja anapita kukadandaula kwa Farao kuti, “Chifukwa chiyani mwachitira antchito anu zotere?
16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ‘ଇଟା ବନାଅ;’ ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”
Antchito anu sakupatsidwa udzu, komabe akutiwuza kuti, ‘Umbani njerwa!’ Antchito anu akumenyedwa, koma cholakwa sichili ndi anthu anu.”
17 ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଅଛ, ‘ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।’
Farao anati, “Ulesi, inu ndinu alesi! Nʼchifukwa chake mukumanena kuti, ‘Mutilole tipite kukapereka nsembe kwa Yehova.’
18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”
Pitani tsopano kuntchito. Simudzapatsidwanso udzu komabe muyenera kuwumba muyeso wanu wovomerezeka wa njerwa.”
19 “ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।
Oyangʼanira anzawo a Chiisraeli anazindikira kuti ali pa mavuto pamene anawuzidwa kuti, “Musachepetse chiwerengero cha njerwa chimene muyenera kuwumba tsiku lililonse.”
20 ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;
Atachoka pamaso pa Farao, anakumana ndi Mose ndi Aaroni akuwadikira,
21 ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”
ndipo iwo anati, “Yehova akupenyeni ndi kukuweruzani popeza mwachititsa Farao ndi nduna zake kuti anyansidwe nafe ndipo mwayika lupanga mʼmanja mwawo kuti atiphe.”
22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ?
Mose anabwerera kwa Yehova ndipo anati, “Chonde Ambuye, chifukwa chiyani mukuzunza anthu anu? Kodi munanditumira zimenezi?
23 କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”
Chipitireni changa kwa Farao kukamuyankhula mʼdzina lanu, iye wakhala akuzunza anthuwa, ndipo inu simunawapulumutse konse anthu anu.”