< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 5 >
1 ଏଥିଉତ୍ତାରେ ମୋଶା ଓ ହାରୋଣ ପ୍ରବେଶ କରି ଫାରୋଙ୍କୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର କହନ୍ତି, ‘ପ୍ରାନ୍ତରରେ ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।’”
After that, Moses and Aaron went to Pharaoh and said, “This is what the LORD, the God of Israel, says: ‘Let My people go, so that they may hold a feast to Me in the wilderness.’”
2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”
But Pharaoh replied, “Who is the LORD that I should obey His voice and let Israel go? I do not know the LORD, and I will not let Israel go.”
3 ସେମାନେ କହିଲେ, “ଏବ୍ରୀୟମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦର୍ଶନ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ବିନୟ କରୁଅଛୁ, ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ପ୍ରାନ୍ତରରେ ତିନି ଦିନର ପଥ ଯିବାକୁ ଦେଉନ୍ତୁ; ନୋହିଲେ ସେ ଆମ୍ଭମାନଙ୍କୁ ମହାମାରୀରେ କିମ୍ବା ଖଡ୍ଗ ଦ୍ୱାରା ଆକ୍ରମଣ କରିବେ।”
“The God of the Hebrews has met with us,” they answered. “Please let us go on a three-day journey into the wilderness to sacrifice to the LORD our God, or He may strike us with plagues or with the sword.”
4 ତହୁଁ ମିସରର ରାଜା ସେମାନଙ୍କୁ କହିଲେ, “ହେ ମୋଶା ଓ ହାରୋଣ, ତୁମ୍ଭେମାନେ ଲୋକମାନଙ୍କୁ କାହିଁକି କାର୍ଯ୍ୟରୁ ନିବୃତ୍ତ କରୁଅଛ? ତୁମ୍ଭେମାନେ ଆପଣା ଆପଣା ଭାର ବହନ କର୍ମରେ ଯାଅ।”
But the king of Egypt said to them, “Moses and Aaron, why do you draw the people away from their work? Get back to your labor!”
5 ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।”
Pharaoh also said, “Look, the people of the land are now numerous, and you would be stopping them from their labor.”
6 ଆଉ ଫାରୋ ସେହି ଦିନ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷମାନଙ୍କୁ ଏହି ଆଜ୍ଞା ଦେଲେ,
That same day Pharaoh commanded the taskmasters of the people and their foremen:
7 “ତୁମ୍ଭେମାନେ ଇଟା ନିର୍ମାଣ ନିମିତ୍ତ ପୂର୍ବ ପରି ଏହି ଲୋକମାନଙ୍କୁ ଆଉ ପାଳ ଦିଅ ନାହିଁ; ସେମାନେ ଯାଇ ଆପଣା ନିମନ୍ତେ ପାଳ ସଂଗ୍ରହ କରନ୍ତୁ।
“You shall no longer supply the people with straw for making bricks. They must go and gather their own straw.
8 ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’
But require of them the same quota of bricks as before; do not reduce it. For they are lazy; that is why they are crying out, ‘Let us go and sacrifice to our God.’
9 ଏହେତୁ ଏମାନେ କାର୍ଯ୍ୟ ଭାରରେ ଭାରାକ୍ରାନ୍ତ ହୋଇ ତହିଁରେ ବ୍ୟସ୍ତ ଥାʼନ୍ତୁ; ମିଥ୍ୟା କଥାରେ ଅବଧାନ ନ କରନ୍ତୁ।”
Make the work harder on the men so they will be occupied and pay no attention to these lies.”
10 ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ।
So the taskmasters and foremen of the people went out and said to them, “This is what Pharaoh says: ‘I am no longer giving you straw.
11 ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”
Go and get your own straw wherever you can find it; but your workload will in no way be reduced.’”
12 ତହିଁରେ ଲୋକମାନେ ପାଳ ବଦଳେ କୁଟା ସଂଗ୍ରହ କରିବାକୁ ସମସ୍ତ ମିସର ଦେଶରେ ଛିନ୍ନଭିନ୍ନ ହୋଇଗଲେ।
So the people scattered all over the land of Egypt to gather stubble for straw.
13 ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”
The taskmasters kept pressing them, saying, “Fulfill your quota each day, just as you did when straw was provided.”
14 ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”
Then the Israelite foremen, whom Pharaoh’s taskmasters had set over the people, were beaten and asked, “Why have you not fulfilled your quota of bricks yesterday or today, as you did before?”
15 ତହିଁରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଆସି ଫାରୋଙ୍କ ନିକଟରେ କ୍ରନ୍ଦନ କରି କହିଲେ, “ଆପଣ କାହିଁକି ଆପଣା ଦାସମାନଙ୍କ ସହିତ ଏପରି ବ୍ୟବହାର କରୁଅଛନ୍ତି?
So the Israelite foremen went and appealed to Pharaoh: “Why are you treating your servants this way?
16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ‘ଇଟା ବନାଅ;’ ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।”
No straw has been given to your servants, yet we are told, ‘Make bricks!’ Look, your servants are being beaten, but the fault is with your own people.”
17 ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଅଛ, ‘ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।’
“You are slackers!” Pharaoh replied. “Slackers! That is why you keep saying, ‘Let us go and sacrifice to the LORD.’
18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”
Now get to work. You will be given no straw, yet you must deliver the full quota of bricks.”
19 “ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।
The Israelite foremen realized they were in trouble when they were told, “You must not reduce your daily quota of bricks.”
20 ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;
When they left Pharaoh, they confronted Moses and Aaron, who stood waiting to meet them.
21 ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”
“May the LORD look upon you and judge you,” the foremen said, “for you have made us a stench before Pharaoh and his officials; you have placed in their hand a sword to kill us!”
22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ?
So Moses returned to the LORD and asked, “Lord, why have You brought trouble upon this people? Is this why You sent me?
23 କାରଣ ଯେଉଁ ଦିନାବଧି ମୁଁ ତୁମ୍ଭ ନାମରେ କଥା କହିବା ପାଇଁ ଫାରୋଙ୍କ ନିକଟକୁ ଆସିଲି, ସେହି ଦିନାବଧି ସେ ଏହି ଲୋକମାନଙ୍କର ଅମଙ୍ଗଳ କରିଅଛନ୍ତି, ପୁଣି, ତୁମ୍ଭେ ଆପଣା ଲୋକମାନଙ୍କର କିଛିମାତ୍ର ଉଦ୍ଧାର କରି ନାହଁ।”
Ever since I went to Pharaoh to speak in Your name, he has brought trouble on this people, and You have not delivered Your people in any way.”