< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 6 >
1 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।”
Sa’an nan Ubangiji ya ce wa Musa, “Yanzu za ka gan abin da zan yi da Fir’auna. Zan sa shi dole yă bar su su tafi, har ma yă iza ƙyeyarsu don su bar ƙasarsa!”
2 ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
Allah ya kuma ce wa Musa, “Ni ne Ubangiji.
3 ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
Na bayyana ga Ibrahim, ga Ishaku da kuma ga Yaƙub a matsayin Allah Maɗaukaki, amma sunan nan nawa Ubangiji, ban bayyana kaina a gare su ba.
4 ପୁଣି, କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।
Na kuma kafa alkawari da su don in ba su ƙasar Kan’ana, inda suka yi zaman baƙunci.
5 ଏବେ ମିସରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ।
Ban da haka ma, na ji nishe-nishen Isra’ilawa, waɗanda Masarawa suka bautar, na kuma tuna da alkawarina.
6 ଏନିମନ୍ତେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭମାନଙ୍କୁ ମିସରୀୟମାନଙ୍କ ଭାରବହନରୁ ନିସ୍ତାର କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦାସତ୍ୱରୁ ମୁକ୍ତ କରିବା, ପୁଣି, ଆମ୍ଭେ ବିସ୍ତୀର୍ଣ୍ଣ ବାହୁ ଓ ମହା ମହା ଦଣ୍ଡ ଦ୍ୱାରା ତୁମ୍ଭମାନଙ୍କୁ ଉଦ୍ଧାର କରିବା।
“Saboda haka, ka ce wa Isra’ilawa, ‘Ni ne Ubangiji, zan kuma fitar da ku daga bauta ta Masarawa. Zan’yantar da ku daga zama bayinsu, da ƙarfina zan fanshe ku, in kawo hukunci mai zafi a kansu, don in cece ku.
7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।
Zan ɗauke ku tamƙar mutanena, in kuma zama Allahnku. Sa’an nan za ku sani Ni ne Ubangiji Allahnku, wanda ya fitar da ku daga wahalar Masarawa.
8 ଆମ୍ଭେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”
Zan kuwa kawo ku a ƙasar da na rantse da hannun da na ɗaga sama, cewa zan ba wa Ibrahim, wa Ishaku, da kuma wa Yaƙub. Zan ba da ita gare ku gādo. Ni ne Ubangiji.’”
9 ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।
Musa ya faɗa wa Isra’ilawa wannan magana, amma ba su kasa kunne a gare shi ba, don ɓacin rai saboda tsananin aikin bauta.
10 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Sa’an nan Ubangiji ya ce wa Musa,
11 “ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।”
“Koma ka ce wa Fir’auna sarkin Masar, yă bar Isra’ilawa su fita daga ƙasarsa.”
12 ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?”
Amma Musa ya ce wa Ubangiji, “In Isra’ilawa ba su ji ni ba, yaya Fir’auna zai ji ni, da yake ina magana da ƙyar?”
13 ଏହିରୂପେ ସଦାପ୍ରଭୁ ମୋଶା ଓ ହାରୋଣଙ୍କ ସହିତ ଆଳାପ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ନିମନ୍ତେ ମିସର ରାଜା ଫାରୋଙ୍କ ନିକଟରେ ଓ ଇସ୍ରାଏଲ-ସନ୍ତାନଗଣ ନିକଟରେ ବକ୍ତବ୍ୟ କଥା ସେମାନଙ୍କୁ ଆଜ୍ଞା କଲେ।
Ubangiji ya yi magana da Musa da Haruna game da Isra’ilawa da Fir’auna sarkin Masar, ya umarce su su fitar da Isra’ilawa daga Masar.
14 ଏହି ସମସ୍ତ ଲୋକ ଆପଣା ଆପଣା ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍ର ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି; ଏମାନେ ରୁବେନ୍ର ବଂଶ।
Waɗannan su ne shugabannin iyalansu.’Ya’yan Ruben maza ɗan farin Isra’ila su ne, Hanok da Fallu, Hezron da Karmi. Waɗannan su ne dangin Ruben.
15 ପୁଣି, ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍, ସୋହର ଓ କିଣାନୀୟା ସ୍ତ୍ରୀର ପୁତ୍ର ଶୌଲ; ଏମାନେ ଶିମୀୟୋନର ବଂଶ ଅଟନ୍ତି।
’Ya’yan Simeyon maza su ne, Yemuwel, Yamin, Ohad, Yakin, Zohar da Sha’ul ɗan mutuniyar Kan’ana. Waɗannan su ne dangin Simeyon.
16 ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା।
Waɗannan su ne sunayen’ya’yan Lawi maza bisa ga abin da aka rubuta, Gershon, Kohat da Merari. Lawi ya yi shekara 137.
17 ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନ ଲିବ୍ନି ଓ ଶିମୀୟି।
’Ya’yan Gershon maza, bisa ga dangi su ne, Libni da Shimeyi.
18 ପୁଣି, କହାତର ସନ୍ତାନ ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।
’Ya’yan Kohat maza, su ne, Amram, Izhar, Hebron da Uzziyel. Kohat ya yi shekara 133.
19 ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।
’Ya’yan Merari maza, su ne, Mali da Mushi. Waɗannan su ne dangin Lawi bisa ga abin da aka rubuta.
20 ପୁଣି, ଅମ୍ରାମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।
Amram ya auri’yar’uwar mahaifinsa Yokebed, wadda ta haifa masa Haruna da Musa. Amram ya yi shekara 137.
21 ଯିଷ୍ହରର ସନ୍ତାନ କୋରହ, ନେଫଗ୍ ଓ ସିଖ୍ରି।
’Ya’yan Izhar maza, su ne, Kora, Nefeg da Zikri.
22 ପୁଣି, ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍ ଓ ସିଥ୍ରି।
’Ya’yan Uzziyel maza, su ne, Mishayel, Elzafan da Sitri.
23 ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।
Haruna ya auri Elisheba,’yar Amminadab,’yar’uwar Nashon, sai ta haifa masa Nadab da Abihu, Eleyazar da Itamar.
24 ପୁଣି, କୋରହର ସନ୍ତାନ ଅସୀର ଓ ଇଲ୍କାନା ଓ ଅବୀୟାସଫ; ଏମାନେ କୋରହର ବଂଶ ଅଟନ୍ତି।
’Ya’yan Kora maza, su ne, Assir, Elkana da Abiyasaf. Waɗannan su ne dangin Kora.
25 ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ।
Eleyazar ɗan Haruna, ya auri ɗaya daga cikin’yan matan Futiyel, sai ta haifa masa Finehas. Waɗannan su ne shugabannin iyalan Lawi, dangi, dangi.
26 ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”
Wannan Haruna da Musa ne, waɗanda Ubangiji ya yi musu magana ya ce, “Ku fitar da Isra’ilawa daga Masar ɓangare-ɓangare.”
27 ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।
Su ne suka yi magana da Fir’auna sarkin Masar game da fitar da Isra’ilawa daga Masar, wannan Musa da Haruna.
28 ଯେଉଁ ଦିନ ସଦାପ୍ରଭୁ ମିସର ଦେଶରେ ମୋଶାଙ୍କ ସହିତ ଆଳାପ କଲେ,
Ana nan, sa’ad da Ubangiji ya yi magana da Musa a Masar,
29 ସେହି ଦିନ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, “ଆମ୍ଭେ ସଦାପ୍ରଭୁ, ଆମ୍ଭେ ତୁମ୍ଭକୁ ଯାହା ଯାହା କହୁ; ତାହାସବୁ ମିସରୀୟ ରାଜା ଫାରୋକୁ କୁହ।”
ya ce masa, “Ni ne Ubangiji. Sai ka faɗa wa Fir’auna sarkin Masar kome da na faɗa maka.”
30 ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?”
Amma Musa ya ce wa Ubangiji, “Ni mai nauyin baki ne, ina magana da ƙyar, ƙaƙa Fir’auna zai kasa kunne gare ni?”