< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 8 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
I mluvil Hospodin k Mojžíšovi: Vejdi k Faraonovi a rci jemu: Takto praví Hospodin: Propusť lid můj, ať mi slouží.
2 କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା।
Pakli nebudeš chtíti propustiti, aj, já raním všecky krajiny tvé žabami.
3 ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ;
A vydá řeka množství žab, kteréž vystoupí a polezou do domu tvého a do pokoje, v němž líháš, a na ložce tvé, a do domů služebníků tvých i lidu tvého, a do pecí tvých a do těsta tvého.
4 ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।’”
I na tebe a na lid tvůj, i na všecky služebníky tvé polezou žáby.
5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’”
I řekl Hospodin Mojžíšovi: Rci Aronovi: Vztáhni ruku svou s holí svou na řeky, na potoky a na jezera, a vyveď žáby na zemi Egyptskou.
6 ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ।
I vztáhl Aron ruku svou na vody Egyptské; a vystoupily žáby a přikryly zemi Egyptskou.
7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ।
A učinili tolikéž čarodějníci skrze své čáry; a udělali, že vyšly žáby na zemi Egyptskou.
8 ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।”
Tedy Farao povolav Mojžíše a Arona, řekl: Modlte se Hospodinu, ať odejme žáby ode mne a od lidu mého; a propustím ten lid, aby obětovali Hospodinu.
9 ତେବେ ମୋଶା ଫାରୋଙ୍କୁ କହିଲେ, “ମୋʼ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?”
I řekl Mojžíš Faraonovi: Poctím tě tím, a pověz, kdy bych se měl modliti za tě a za služebníky tvé, a za lid tvůj, aby vypléněny byly žáby od tebe, i z domů tvých; toliko v řece zůstanou.
10 ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, “ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ।
Kterýžto odpověděl: Zítra. A Mojžíš řekl: Podlé slova tvého nechť jest, abys věděl, že žádného takového není, jako Hospodin Bůh náš.
11 ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ।”
I odejdou žáby od tebe a od domů tvých, i od služebníků tvých a od lidu tvého; toliko v řece zůstanou.
12 ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
Tedy vyšel Mojžíš s Aronem od Faraona. I volal Mojžíš k Hospodinu, aby odjaty byly žáby, kteréž byl dopustil na Faraona.
13 ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।
I učinil Hospodin podlé slova Mojžíšova; a vymřely žáby z domů, ze vsí i z polí.
14 ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା।
I shrnuli je na hromady; a nasmradila se země.
15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Vida pak Farao, že by dáno bylo oddechnutí, více zatvrdil se v srdci svém, a neuposlechl jich, jakož byl mluvil Hospodin.
16 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ‘ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।’”
I řekl Hospodin Mojžíšovi: Rci k Aronovi: Vztáhni hůl svou, a udeř v prach země, aby obrátil se v stěnice na vší zemi Egyptské.
17 ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା।
Kteříž učinili tak. Nebo vztáhl Aron ruku svou s holí svou, a udeřil prach země. I byly stěnice na lidech i hovadech; všecken prach země obrátil se v stěnice ve vší zemi Egyptské.
18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା।
Dělali také tak čarodějníci skrze čáry své, aby vyvedli stěnice, ale nemohli. A byly stěnice na lidech i hovadech.
19 ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।
Tedy řekli čarodějníci Faraonovi: Prst Boží toto jest. A posililo se srdce Faraonovo, aniž poslechl jich, jakož mluvil Hospodin.
20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Řekl pak Hospodin Mojžíšovi: Vstaň ráno a stůj před Faraonem. Hle vyjde k vodě, a díš k němu: Takto praví Hospodin: Propusť lid můj, ať mi slouží.
21 ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ତେବେ ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ।
Pakli nepropustíš lidu mého, hle, já pošli na tě a na služebníky tvé, a na lid tvůj, a na domy tvé směsici všelikých škodlivých žížal; a naplněni budou domové Egyptští těmi žížalami, nad to i země ta, na níž oni jsou.
22 ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।
A oddělím v ten den zemi Gesen, v níž lid můj zůstává, aby tam nebylo směsice té; abys věděl, že jsem já Hospodin u prostřed země.
23 ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ।’”
A vysvobozením rozdíl učiním mezi lidem svým a lidem tvým. Zítra bude znamení toto.
24 ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।
I učinil Hospodin tak. Nebo přišla těžká směsice škodlivých žížal na dům Faraonův, a do domů služebníků jeho i na všecku zemi Egyptskou; a nakazila se země od té směsice.
25 ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।”
Povolal pak Farao Mojžíše a Arona, a řekl: Jděte, obětujte Bohu svému tu v zemi.
26 ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ?
I řekl Mojžíš: Nenáleží nám tak činiti; nebo ohavnost Egyptských obětovali bychom Hospodinu Bohu našemu. A jestliže bychom obětovali to, což jest ohavnost před očima Egyptských, zdaž by nás neukamenovali?
27 ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।”
Cestou tří dnů půjdeme na poušť, a obětovati budeme Hospodinu Bohu našemu, jakž nám rozkázal.
28 ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।”
I řekl Farao: Já propustím vás, abyste obětovali Hospodinu Bohu svému na poušti, však dále abyste nikoli neodcházeli. Modltež se za mne.
29 ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।”
Odpověděl Mojžíš: Aj, já vycházím od tebe, a modliti se budu Hospodinu, aby odešla ta směsice od tebe, od služebníků tvých i od lidu tvého zítra; avšak ať Farao více nezklamává, nepropouštěje lidu, aby obětovali Hospodinu.
30 ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
A vyšed Mojžíš od Faraona, modlil se Hospodinu.
31 ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।
I učinil Hospodin podlé slova Mojžíšova, a odjal tu směsici od Faraona, od služebníků jeho i od lidu jeho, tak že ani jedné žížaly nezůstalo.
32 ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
Ale Farao ztížil srdce své také i tehdáž, a nepropustil lidu.

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 8 >