< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 9 >

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
וַיֹּ֤אמֶר יְהוָה֙ אֶל־מֹשֶׁ֔ה בֹּ֖א אֶל־פַּרְעֹ֑ה וְדִבַּרְתָּ֣ אֵלָ֗יו כֹּֽה־אָמַ֤ר יְהוָה֙ אֱלֹהֵ֣י הָֽעִבְרִ֔ים שַׁלַּ֥ח אֶת־עַמִּ֖י וְיַֽעַבְדֻֽנִי׃
2 ମାତ୍ର ଯଦି ସେମାନଙ୍କୁ ଯିବା ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ,
כִּ֛י אִם־מָאֵ֥ן אַתָּ֖ה לְשַׁלֵּ֑חַ וְעֹודְךָ֖ מַחֲזִ֥יק בָּֽם׃
3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।
הִנֵּ֨ה יַד־יְהוָ֜ה הֹויָ֗ה בְּמִקְנְךָ֙ אֲשֶׁ֣ר בַּשָּׂדֶ֔ה בַּסּוּסִ֤ים בַּֽחֲמֹרִים֙ בַּגְּמַלִּ֔ים בַּבָּקָ֖ר וּבַצֹּ֑אן דֶּ֖בֶר כָּבֵ֥ד מְאֹֽד׃
4 ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।’”
וְהִפְלָ֣ה יְהוָ֔ה בֵּ֚ין מִקְנֵ֣ה יִשְׂרָאֵ֔ל וּבֵ֖ין מִקְנֵ֣ה מִצְרָ֑יִם וְלֹ֥א יָמ֛וּת מִכָּל־לִבְנֵ֥י יִשְׂרָאֵ֖ל דָּבָֽר׃
5 ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, “ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ।”
וַיָּ֥שֶׂם יְהוָ֖ה מֹועֵ֣ד לֵאמֹ֑ר מָחָ֗ר יַעֲשֶׂ֧ה יְהוָ֛ה הַדָּבָ֥ר הַזֶּ֖ה בָּאָֽרֶץ׃
6 ଆରଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ।
וַיַּ֨עַשׂ יְהוָ֜ה אֶת־הַדָּבָ֤ר הַזֶּה֙ מִֽמָּחֳרָ֔ת וַיָּ֕מָת כֹּ֖ל מִקְנֵ֣ה מִצְרָ֑יִם וּמִמִּקְנֵ֥ה בְנֵֽי־יִשְׂרָאֵ֖ל לֹא־מֵ֥ת אֶחָֽד׃
7 ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
וַיִּשְׁלַ֣ח פַּרְעֹ֔ה וְהִנֵּ֗ה לֹא־מֵ֛ת מִמִּקְנֵ֥ה יִשְׂרָאֵ֖ל עַד־אֶחָ֑ד וַיִּכְבַּד֙ לֵ֣ב פַּרְעֹ֔ה וְלֹ֥א שִׁלַּ֖ח אֶת־הָעָֽם׃ פ
8 ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟିର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ।
וַיֹּ֣אמֶר יְהוָה֮ אֶל־מֹשֶׁ֣ה וְאֶֽל־אַהֲרֹן֒ קְח֤וּ לָכֶם֙ מְלֹ֣א חָפְנֵיכֶ֔ם פִּ֖יחַ כִּבְשָׁ֑ן וּזְרָקֹ֥ו מֹשֶׁ֛ה הַשָּׁמַ֖יְמָה לְעֵינֵ֥י פַרְעֹֽה׃
9 ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।”
וְהָיָ֣ה לְאָבָ֔ק עַ֖ל כָּל־אֶ֣רֶץ מִצְרָ֑יִם וְהָיָ֨ה עַל־הָאָדָ֜ם וְעַל־הַבְּהֵמָ֗ה לִשְׁחִ֥ין פֹּרֵ֛חַ אֲבַעְבֻּעֹ֖ת בְּכָל־אֶ֥רֶץ מִצְרָֽיִם׃
10 ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।
וַיִּקְח֞וּ אֶת־פִּ֣יחַ הַכִּבְשָׁ֗ן וַיַּֽעַמְדוּ֙ לִפְנֵ֣י פַרְעֹ֔ה וַיִּזְרֹ֥ק אֹתֹ֛ו מֹשֶׁ֖ה הַשָּׁמָ֑יְמָה וַיְהִ֗י שְׁחִין֙ אֲבַעְבֻּעֹ֔ת פֹּרֵ֕חַ בָּאָדָ֖ם וּבַבְּהֵמָֽה׃
11 ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସରୀୟମାନଙ୍କ ଶରୀରରେ ବଥ ଜାତ ହେଲା।
וְלֹֽא־יָכְל֣וּ הֽ͏ַחַרְטֻמִּ֗ים לַעֲמֹ֛ד לִפְנֵ֥י מֹשֶׁ֖ה מִפְּנֵ֣י הַשְּׁחִ֑ין כִּֽי־הָיָ֣ה הַשְּׁחִ֔ין בּֽ͏ַחֲרְטֻמִּ֖ם וּבְכָל־מִצְרָֽיִם׃
12 ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ।
וַיְחַזֵּ֤ק יְהוָה֙ אֶת־לֵ֣ב פַּרְעֹ֔ה וְלֹ֥א שָׁמַ֖ע אֲלֵהֶ֑ם כַּאֲשֶׁ֛ר דִּבֶּ֥ר יְהוָ֖ה אֶל־מֹשֶֽׁה׃ ס
13 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ‘ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ;
וַיֹּ֤אמֶר יְהוָה֙ אֶל־מֹשֶׁ֔ה הַשְׁכֵּ֣ם בַּבֹּ֔קֶר וְהִתְיַצֵּ֖ב לִפְנֵ֣י פַרְעֹ֑ה וְאָמַרְתָּ֣ אֵלָ֗יו כֹּֽה־אָמַ֤ר יְהוָה֙ אֱלֹהֵ֣י הָֽעִבְרִ֔ים שַׁלַּ֥ח אֶת־עַמִּ֖י וְיַֽעַבְדֻֽנִי׃
14 ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ।
כִּ֣י ׀ בַּפַּ֣עַם הַזֹּ֗את אֲנִ֨י שֹׁלֵ֜חַ אֶת־כָּל־מַגֵּפֹתַי֙ אֶֽל־לִבְּךָ֔ וּבַעֲבָדֶ֖יךָ וּבְעַמֶּ֑ךָ בַּעֲב֣וּר תֵּדַ֔ע כִּ֛י אֵ֥ין כָּמֹ֖נִי בְּכָל־הָאָֽרֶץ׃
15 କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି;
כִּ֤י עַתָּה֙ שָׁלַ֣חְתִּי אֶת־יָדִ֔י וָאַ֥ךְ אֹותְךָ֛ וְאֶֽת־עַמְּךָ֖ בַּדָּ֑בֶר וַתִּכָּחֵ֖ד מִן־הָאָֽרֶץ׃
16 ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।
וְאוּלָ֗ם בַּעֲב֥וּר זֹאת֙ הֶעֱמַדְתִּ֔יךָ בַּעֲב֖וּר הַרְאֹתְךָ֣ אֶת־כֹּחִ֑י וּלְמַ֛עַן סַפֵּ֥ר שְׁמִ֖י בְּכָל־הָאָֽרֶץ׃
17 ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?
עֹודְךָ֖ מִסְתֹּולֵ֣ל בְּעַמִּ֑י לְבִלְתִּ֖י שַׁלְּחָֽם׃
18 ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳାବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ।
הִנְנִ֤י מַמְטִיר֙ כָּעֵ֣ת מָחָ֔ר בָּרָ֖ד כָּבֵ֣ד מְאֹ֑ד אֲשֶׁ֨ר לֹא־הָיָ֤ה כָמֹ֙הוּ֙ בְּמִצְרַ֔יִם לְמִן־הַיֹּ֥ום הִוָּסְדָ֖ה וְעַד־עָֽתָּה׃
19 ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳାବୃଷ୍ଟି ହେଲେ ସେମାନେ ମରିବେ।’”
וְעַתָּ֗ה שְׁלַ֤ח הָעֵז֙ אֶֽת־מִקְנְךָ֔ וְאֵ֛ת כָּל־אֲשֶׁ֥ר לְךָ֖ בַּשָּׂדֶ֑ה כָּל־הָאָדָ֨ם וְהַבְּהֵמָ֜ה אֲשֶֽׁר־יִמָּצֵ֣א בַשָּׂדֶ֗ה וְלֹ֤א יֵֽאָסֵף֙ הַבַּ֔יְתָה וְיָרַ֧ד עֲלֵהֶ֛ם הַבָּרָ֖ד וָמֵֽתוּ׃
20 ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା।
הַיָּרֵא֙ אֶת־דְּבַ֣ר יְהוָ֔ה מֵֽעַבְדֵ֖י פַּרְעֹ֑ה הֵנִ֛יס אֶת־עֲבָדָ֥יו וְאֶת־מִקְנֵ֖הוּ אֶל־הַבָּתִּֽים׃
21 ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା।
וַאֲשֶׁ֥ר לֹא־שָׂ֛ם לִבֹּ֖ו אֶל־דְּבַ֣ר יְהוָ֑ה וַֽיַּעֲזֹ֛ב אֶת־עֲבָדָ֥יו וְאֶת־מִקְנֵ֖הוּ בַּשָּׂדֶֽה׃ פ
22 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳାବୃଷ୍ଟି ହେବ।”
וַיֹּ֨אמֶר יְהוָ֜ה אֶל־מֹשֶׁה נְטֵ֤ה אֶת־יָֽדְךָ֙ עַל־הַשָּׁמַ֔יִם וִיהִ֥י בָרָ֖ד בְּכָל־אֶ֣רֶץ מִצְרָ֑יִם עַל־הָאָדָ֣ם וְעַל־הַבְּהֵמָ֗ה וְעַ֛ל כָּל־עֵ֥שֶׂב הַשָּׂדֶ֖ה בְּאֶ֥רֶץ מִצְרָֽיִם׃
23 ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳାବୃଷ୍ଟି କଲେ।
וַיֵּ֨ט מֹשֶׁ֣ה אֶת־מַטֵּהוּ֮ עַל־הַשָּׁמַיִם֒ וַֽיהוָ֗ה נָתַ֤ן קֹלֹת֙ וּבָרָ֔ד וַתִּ֥הֲלַךְ אֵ֖שׁ אָ֑רְצָה וַיַּמְטֵ֧ר יְהוָ֛ה בָּרָ֖ד עַל־אֶ֥רֶץ מִצְרָֽיִם׃
24 ତହିଁରେ ଶିଳାବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
וַיְהִ֣י בָרָ֔ד וְאֵ֕שׁ מִתְלַקַּ֖חַת בְּתֹ֣וךְ הַבָּרָ֑ד כָּבֵ֣ד מְאֹ֔ד אֲ֠שֶׁר לֹֽא־הָיָ֤ה כָמֹ֙הוּ֙ בְּכָל־אֶ֣רֶץ מִצְרַ֔יִם מֵאָ֖ז הָיְתָ֥ה לְגֹֽוי׃
25 ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳାବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା।
וַיַּ֨ךְ הַבָּרָ֜ד בְּכָל־אֶ֣רֶץ מִצְרַ֗יִם אֵ֚ת כָּל־אֲשֶׁ֣ר בַּשָּׂדֶ֔ה מֵאָדָ֖ם וְעַד־בְּהֵמָ֑ה וְאֵ֨ת כָּל־עֵ֤שֶׂב הַשָּׂדֶה֙ הִכָּ֣ה הַבָּרָ֔ד וְאֶת־כָּל־עֵ֥ץ הַשָּׂדֶ֖ה שִׁבֵּֽר׃
26 କେବଳ ଇସ୍ରାଏଲ-ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ।
רַ֚ק בְּאֶ֣רֶץ גֹּ֔שֶׁן אֲשֶׁר־שָׁ֖ם בְּנֵ֣י יִשְׂרָאֵ֑ל לֹ֥א הָיָ֖ה בָּרָֽד׃
27 ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
וַיִּשְׁלַ֣ח פַּרְעֹ֗ה וַיִּקְרָא֙ לְמֹשֶׁ֣ה וּֽלְאַהֲרֹ֔ן וַיֹּ֥אמֶר אֲלֵהֶ֖ם חָטָ֣אתִי הַפָּ֑עַם יְהוָה֙ הַצַּדִּ֔יק וַאֲנִ֥י וְעַמִּ֖י הָרְשָׁעִֽים׃
28 ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳାବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ।”
הַעְתִּ֙ירוּ֙ אֶל־יְהוָ֔ה וְרַ֕ב מִֽהְיֹ֛ת קֹלֹ֥ת אֱלֹהִ֖ים וּבָרָ֑ד וַאֲשַׁלְּחָ֣ה אֶתְכֶ֔ם וְלֹ֥א תֹסִפ֖וּן לַעֲמֹֽד׃
29 ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳାବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ।
וַיֹּ֤אמֶר אֵלָיו֙ מֹשֶׁ֔ה כְּצֵאתִי֙ אֶת־הָעִ֔יר אֶפְרֹ֥שׂ אֶת־כַּפַּ֖י אֶל־יְהוָ֑ה הַקֹּלֹ֣ות יֶחְדָּל֗וּן וְהַבָּרָד֙ לֹ֣א יִֽהְיֶה־עֹ֔וד לְמַ֣עַן תֵּדַ֔ע כִּ֥י לַיהוָ֖ה הָאָֽרֶץ׃
30 ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।”
וְאַתָּ֖ה וַעֲבָדֶ֑יךָ יָדַ֕עְתִּי כִּ֚י טֶ֣רֶם תִּֽירְא֔וּן מִפְּנֵ֖י יְהוָ֥ה אֱלֹהִֽים׃
31 ସେସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା।
וְהַפִּשְׁתָּ֥ה וְהַשְּׂעֹרָ֖ה נֻכָּ֑תָה כִּ֤י הַשְּׂעֹרָה֙ אָבִ֔יב וְהַפִּשְׁתָּ֖ה גִּבְעֹֽל׃
32 ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ।
וְהַחִטָּ֥ה וְהַכֻּסֶּ֖מֶת לֹ֣א נֻכּ֑וּ כִּ֥י אֲפִילֹ֖ת הֵֽנָּה׃
33 ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘ ଗର୍ଜ୍ଜନ ଓ ଶିଳାବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ।
וַיֵּצֵ֨א מֹשֶׁ֜ה מֵעִ֤ם פַּרְעֹה֙ אֶת־הָעִ֔יר וַיִּפְרֹ֥שׂ כַּפָּ֖יו אֶל־יְהוָ֑ה וַֽיַּחְדְּל֤וּ הַקֹּלֹות֙ וְהַבָּרָ֔ד וּמָטָ֖ר לֹא־נִתַּ֥ךְ אָֽרְצָה׃
34 ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ।
וַיַּ֣רְא פַּרְעֹ֗ה כִּֽי־חָדַ֨ל הַמָּטָ֧ר וְהַבָּרָ֛ד וְהַקֹּלֹ֖ת וַיֹּ֣סֶף לַחֲטֹ֑א וַיַּכְבֵּ֥ד לִבֹּ֖ו ה֥וּא וַעֲבָדָֽיו׃
35 ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
וַֽיֶּחֱזַק֙ לֵ֣ב פַּרְעֹ֔ה וְלֹ֥א שִׁלַּ֖ח אֶת־בְּנֵ֣י יִשְׂרָאֵ֑ל כַּאֲשֶׁ֛ר דִּבֶּ֥ר יְהוָ֖ה בְּיַד־מֹשֶֽׁה׃ פ

< ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 9 >