< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 10 >
1 ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।
Na duba, sai na ga kamannin kursiyin saffaya a kan sararin da yake a bisa kawunan kerubobi.
2 ପୁଣି, ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ କହିଲେ, “ତୁମ୍ଭେ ସେହି ଘୂର୍ଣ୍ଣାୟମାନ ଚକ୍ରମାନର ମଧ୍ୟସ୍ଥାନକୁ, ଅର୍ଥାତ୍, କିରୂବର ତଳକୁ ଯାଇ, କିରୂବମାନର ମଧ୍ୟସ୍ଥାନରୁ ଏକ ଅଞ୍ଜଳିପୂର୍ଣ୍ଣ ଜ୍ୱଳନ୍ତ ଅଙ୍ଗାର ନେଇ ନଗର ଉପରେ ବିଞ୍ଚି ଦିଅ।” ତହିଁରେ ସେ ବ୍ୟକ୍ତି ମୋʼ ସାକ୍ଷାତରେ ଗଲେ।
Sai Ubangiji ya ce wa mutumin da yake saye da lilin, “Ka shiga cikin da’irorin da suke ƙarƙashin kerubobi. Ka cika hannuwanka da garwashin wuta wanda yake tsakanin kerubobin ka kuma watsar da su a kan birnin.” Yayinda nake dubawa, sai ya shiga.
3 ସେହି ପୁରୁଷ ଯିବା ସମୟରେ କିରୂବମାନେ ଗୃହର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିଲେ ଓ ମେଘ ଭିତର ପ୍ରାଙ୍ଗଣକୁ ପରିପୂର୍ଣ୍ଣ କଲା।
Kerubobin kuwa suna tsaye a gefen kudu na haikali sa’ad da mutumin ya shiga, sai girgije ya cika filin da yake can ciki.
4 ପୁଣି, ସଦାପ୍ରଭୁଙ୍କର ପ୍ରତାପ କିରୂବର ଉପରରୁ ଉଠି ଗୃହର ଏରୁଣ୍ଡିର ଉପରେ ଠିଆ ହେଲା; ତହିଁରେ ଗୃହ ମେଘରେ ପରିପୂର୍ଣ୍ଣ ହେଲା ଓ ପ୍ରାଙ୍ଗଣ ସଦାପ୍ରଭୁଙ୍କ ପ୍ରତାପର ତେଜରେ ପରିପୂର୍ଣ୍ଣ ହେଲା।
Sai ɗaukakar Ubangiji ya tashi daga bisa kerubobi ya tafi zuwa madogarar ƙofar haikali. Girgijen ya cika haikali, filin kuwa ya cika da hasken ɗaukakar Ubangiji.
5 ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।
Sai aka ji ƙarar fikafikan kerubobin har a filin waje, kamar muryar Allah Maɗaukaki sa’ad da ya yi magana.
6 ପୁଣି, ତୁମ୍ଭେ ଘୂର୍ଣ୍ଣାୟମାନ ଚକ୍ର ମଧ୍ୟରୁ, ଅର୍ଥାତ୍, କିରୂବଗଣର ମଧ୍ୟସ୍ଥାନରୁ ଅଗ୍ନି ନିଅ, ଏହି କଥା କହି ସେ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷକୁ ଆଜ୍ଞା କଲା ବେଳେ ସେହି ପୁରୁଷ ଯାଇ ଗୋଟିଏ ଚକ୍ର ପାର୍ଶ୍ୱରେ ଠିଆ ହେଲେ।
Sa’ad da Ubangiji ya umarci mutumin da yake saye da lilin cewa, “Ka ɗibi wuta daga cikin tsakanin da’irorin, daga tsakanin kerubobin,” sai mutumin ya shiga ya tsaya kusa da da’irar.
7 ତହିଁରେ ସେହି କିରୂବ, କିରୂବମାନଙ୍କ ମଧ୍ୟରୁ, କିରୂବମାନଙ୍କର ମଧ୍ୟସ୍ଥିତ ଅଗ୍ନିକୁ ଆପଣା ହସ୍ତ ବଢ଼ାଇ ତହିଁରୁ କିଛି ନେଇ ସେହି ଶୁକ୍ଳବସ୍ତ୍ର ପରିହିତ ପୁରୁଷଙ୍କ ହସ୍ତରେ ଦେଲେ ଓ ସେ ତାହା ନେଇ ବାହାରକୁ ଗଲେ।
Sa’an nan ɗaya daga cikin kerubobin ya miƙa hannu zuwa wurin wutar da take tsakaninsu. Ya ɗebo wutar daga ciki ya zuba a hannuwan mutumin da yake saye da lilin, shi kuwa ya karɓa ya fita.
8 ଆଉ, କିରୂବମାନଙ୍କ ମଧ୍ୟରେ ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଏକ ଆକୃତି ଦେଖାଗଲା।
(A ƙarƙashin fikafikan kerubobin ana iya ganin abin da ya yi kamar hannuwan mutum.)
9 ପୁଣି, ମୁଁ ଅନାଇଲି, ଆଉ ଦେଖ, ଏକ କିରୂବର ପାର୍ଶ୍ୱରେ ଏକ ଚକ୍ର ଓ ଅନ୍ୟ କିରୂବର ପାର୍ଶ୍ୱରେ ଅନ୍ୟ ଚକ୍ର, ଏହିରୂପ କିରୂବମାନଙ୍କ ପାର୍ଶ୍ୱରେ ଚାରି ଚକ୍ର ଥିଲା; ଆଉ, ସେହି ଚକ୍ରମାନର ଆଭା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଥିଲା।
Na duba, sai na ga kusa da kerubobin akwai da’irori huɗu, kowanne kusa da kerub guda; da’irorin suna ƙyalli kamar wani dutse mai daraja.
10 ସେମାନଙ୍କର ଆକୃତି ଏହି, ଚକ୍ର ମଧ୍ୟରେ ଚକ୍ର ଥିଲା ପରି ସେହି ଚାରିର ଏକ ଆକୃତି ଥିଲା।
Game da kamanninsu kuwa, huɗu a cikinsu sun yi kama da juna; kowanne ya yi kamar da da’ira a cikin da’ira.
11 ଗମନ କରିବା ବେଳେ ସେମାନେ ଆପଣାମାନଙ୍କର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ, ମାତ୍ର ମସ୍ତକର ସମ୍ମୁଖ ସ୍ଥାନକୁ ତାହାର ପଶ୍ଚାତରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।
Yayinda suke tafiya, sukan tafi kowane gefe huɗun da kerubobin suka nufa; da’irorin ba sa juyawa yayinda kerubobin suke tafiya. Kerubobin suka tafi kowane gefen da kan ya nufa, ba tare da juyawa ba sa’ad da suke tafiya.
12 ପୁଣି, ସେମାନଙ୍କର ସମୁଦାୟ ଶରୀର, ସେମାନଙ୍କର ପୃଷ୍ଠ, ହସ୍ତ ଓ ପକ୍ଷ, ଆଉ ଚକ୍ରସବୁ, ଅର୍ଥାତ୍, ସେହି ଚାରି ଚକ୍ର ଚାରିଆଡ଼େ ଚକ୍ଷୁରେ ପୂର୍ଣ୍ଣ ଥିଲା।
Jikunansu gaba ɗaya, har da bayansu, hannuwansu da fikafikansu, sun cika gaba ɗaya da idanu, kamar yadda suke a da’irori huɗun.
13 ଆଉ, ମୋʼ କର୍ଣ୍ଣଗୋଚରରେ ସେହି ଚକ୍ରମାନଙ୍କୁ ଘୂର୍ଣ୍ଣାୟମାନ ଚକ୍ର ବୋଲି କୁହାଗଲା।
Na ji ana kiran da’irorin “da’irorin guguwa.”
14 ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ।
Kowane daga kerubobin yana da fuskoki huɗu. Fuska ɗaya na kerub ne, na biyun fuskar mutum ne, na ukun fuskar zaki ne, na huɗun kuwa fuskar gaggafa ce.
15 ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି।
Sai kerubobin suka tashi sama. Waɗannan ne halittu masu ran da na gani kusa da Kogin Kebar.
16 କିରୂବମାନେ ଗମନ କରିବା ବେଳେ ଚକ୍ରସବୁ ସେମାନଙ୍କର ପାର୍ଶ୍ୱରେ ଗମନ କଲେ: ପୁଣି, କିରୂବମାନେ ଭୂମିରୁ ଊର୍ଦ୍ଧ୍ୱକୁ ଯିବା ପାଇଁ ଯେତେବେଳେ ଆପଣା ଆପଣା ପକ୍ଷ ଉଠାଇଲେ, ସେତେବେଳେ ଚକ୍ରସବୁ ହିଁ ସେମାନଙ୍କ ପାର୍ଶ୍ୱ ଛାଡ଼ିଲେ ନାହିଁ।
Sa’ad da kerubobin suka motsa, sai da’irorin da suke kusa da su su motsa; kuma sa’ad da kerubobin suka buɗe fikafikansu don su tashi daga ƙasa, da’irorin ba sa barin wurarensu.
17 ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ପୁଣି, ସେମାନେ ଉପରକୁ ଉଠିବା ବେଳେ ଏମାନେ ସେମାନଙ୍କର ସଙ୍ଗେ ସଙ୍ଗେ ଉପରକୁ ଉଠିଲେ; କାରଣ ସେହି ଜୀବିତ ପ୍ରାଣୀର ଆତ୍ମା ସେହି ଚକ୍ରସବୁରେ ଥିଲା।
Sa’ad da kerubobin suka tsaya cik, su ma sukan tsaya cik; kuma sa’ad da kerubobin suka tashi, sai su ma su tashi tare da su, domin ruhun rayayyun halittun yana a cikinsu.
18 ଏଥିଉତ୍ତାରେ ସଦାପ୍ରଭୁଙ୍କ ପ୍ରତାପ ଗୃହର ଏରୁଣ୍ଡିର ଊର୍ଦ୍ଧ୍ୱରୁ ପ୍ରସ୍ଥାନ କରି କିରୂବମାନଙ୍କ ଉପରେ ଅଧିଷ୍ଠାନ କଲା।
Sai ɗaukakar Ubangiji ya tashi daga bisa madogarar ƙofar haikali ya kuma tsaya a bisa kerubobi.
19 ତହିଁରେ କିରୂବମାନେ ଆପଣା ଆପଣା ପକ୍ଷ ଉଠାଇଲେ, ଆଉ ମୋʼ ସାକ୍ଷାତରେ ଭୂମିରୁ ଊର୍ଦ୍ଧ୍ୱକୁ ଗମନ କଲା ବେଳେ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଗମନ କଲେ; ପୁଣି, ସଦାପ୍ରଭୁଙ୍କ ଗୃହର ପୂର୍ବ-ଦ୍ୱାରର ପ୍ରବେଶ ସ୍ଥାନରେ ସେମାନେ ଠିଆ ହେଲେ; ସେହି ସମୟରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ସେମାନଙ୍କ ଉପରେ ବିଦ୍ୟମାନ ଥିଲା।
Yayinda nake duba, kerubobin suka buɗe fikafikansu suka kuma tashi daga ƙasa, yayinda suka tafi kuwa, da’irorin suka tafi tare da su. Suka tsaya a mashigin ƙofar gabas na gidan Ubangiji, ɗaukakar Allah na Isra’ila kuwa yana a kansu.
20 ମୁଁ କବାର ନଦୀ ନିକଟରେ ଇସ୍ରାଏଲର ପରମେଶ୍ୱରଙ୍କର ବାହନ ଏହି ଜୀବିତ ପ୍ରାଣୀକୁ ଦେଖିଥିଲି; ଆଉ, ସେମାନେ କିରୂବ ବୋଲି ମୁଁ ଜାଣିଲି।
Waɗannan ne rayayyun halittun da na gani a ƙarƙashin Allah na Isra’ila kusa da Kogin Kebar, na kuma gane cewa su kerubobi ne.
21 ସେମାନଙ୍କର ପ୍ରତ୍ୟେକର ଚାରି ଚାରି ମୁଖ ଓ ଚାରି ଚାରି ପକ୍ଷ ଥିଲା; ଆଉ, ସେମାନଙ୍କ ପକ୍ଷ ତଳେ ମାନବ ହସ୍ତର ଆକୃତି ଥିଲା।
Kowanne yana da fuskoki huɗu da fikafikai huɗu, a ƙarƙashin kuwa akwai wani abin da ya yi kamar hannuwan mutum.
22 ପୁଣି, ମୁଁ କବାର ନଦୀ ନିକଟରେ ଯେଉଁ ଯେଉଁ ମୁଖ ଦେଖିଥିଲି, ସେମାନଙ୍କର ଓ ଏମାନଙ୍କର ମୁଖର ଆକୃତି ଏକ, ସେମାନଙ୍କର ଆକୃତି ଓ ସେମାନେ ଏକ ଅଟନ୍ତି; ସେମାନେ ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ।
Fuskokinsu suna da kamanni ɗaya da waɗanda na gani kusa da Kogin Kebar. Kowanne ya tafi kai tsaye sosai.