< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 13 >
1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ପୁଣି ସେ ମୋତେ କହିଲେ,
καὶ ἐγένετο λόγος κυρίου πρός με λέγων
2 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ‘ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;’
υἱὲ ἀνθρώπου προφήτευσον ἐπὶ τοὺς προφήτας τοῦ Ισραηλ καὶ προφητεύσεις καὶ ἐρεῖς πρὸς αὐτούς ἀκούσατε λόγον κυρίου
3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।
τάδε λέγει κύριος οὐαὶ τοῖς προφητεύουσιν ἀπὸ καρδίας αὐτῶν καὶ τὸ καθόλου μὴ βλέπουσιν
4 ହେ ଇସ୍ରାଏଲ, ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ଉଜଡ଼ା ସ୍ଥାନର ବିଲୁଆ ତୁଲ୍ୟ ହୋଇଅଛନ୍ତି।
οἱ προφῆταί σου Ισραηλ ὡς ἀλώπεκες ἐν ταῖς ἐρήμοις
5 ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।
οὐκ ἔστησαν ἐν στερεώματι καὶ συνήγαγον ποίμνια ἐπὶ τὸν οἶκον τοῦ Ισραηλ οὐκ ἀνέστησαν οἱ λέγοντες ἐν ἡμέρᾳ κυρίου
6 ‘ସଦାପ୍ରଭୁ ଏହି କଥା କହନ୍ତି’ ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି, ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।
βλέποντες ψευδῆ μαντευόμενοι μάταια οἱ λέγοντες λέγει κύριος καὶ κύριος οὐκ ἀπέσταλκεν αὐτούς καὶ ἤρξαντο τοῦ ἀναστῆσαι λόγον
7 ଆମ୍ଭେ କଥା ନ କହିଲେ ହେଁ, ‘ସଦାପ୍ରଭୁ କହନ୍ତି’ ବୋଲି କହୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ଅସାର ଦର୍ଶନ ପାଇ ନାହଁ ଓ ତୁମ୍ଭେମାନେ କି ମିଥ୍ୟା ମନ୍ତ୍ର ଉଚ୍ଚାରଣ କରି ନାହଁ?”
οὐχ ὅρασιν ψευδῆ ἑωράκατε καὶ μαντείας ματαίας εἰρήκατε
8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଅସାର ବାକ୍ୟ କହିଅଛ ଓ ମିଥ୍ୟା ଦର୍ଶନ ପାଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳ ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
διὰ τοῦτο εἰπόν τάδε λέγει κύριος ἀνθ’ ὧν οἱ λόγοι ὑμῶν ψευδεῖς καὶ αἱ μαντεῖαι ὑμῶν μάταιαι διὰ τοῦτο ἰδοὺ ἐγὼ ἐφ’ ὑμᾶς λέγει κύριος
9 ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
καὶ ἐκτενῶ τὴν χεῖρά μου ἐπὶ τοὺς προφήτας τοὺς ὁρῶντας ψευδῆ καὶ τοὺς ἀποφθεγγομένους μάταια ἐν παιδείᾳ τοῦ λαοῦ μου οὐκ ἔσονται οὐδὲ ἐν γραφῇ οἴκου Ισραηλ οὐ γραφήσονται καὶ εἰς τὴν γῆν τοῦ Ισραηλ οὐκ εἰσελεύσονται καὶ γνώσονται διότι ἐγὼ κύριος
10 ଶାନ୍ତି ନ ଥିଲେ ହେଁ ସେମାନେ ‘ଶାନ୍ତି’ ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,
ἀνθ’ ὧν τὸν λαόν μου ἐπλάνησαν λέγοντες εἰρήνη εἰρήνη καὶ οὐκ ἦν εἰρήνη καὶ οὗτος οἰκοδομεῖ τοῖχον καὶ αὐτοὶ ἀλείφουσιν αὐτόν εἰ πεσεῖται
11 ଏଥିପାଇଁ, ବିଶେଷ ରୂପେ ଅମିଶ୍ରିତ ମସଲାରେ କାନ୍ଥ ଲେପନକାରୀମାନଙ୍କୁ କୁହ ଯେ, ତାହା ପଡ଼ିଯିବ; ପ୍ଲାବନକାରୀ ବୃଷ୍ଟି ହେବ; ହେ ବୃହତ ଶିଳାସକଳ, ତୁମ୍ଭେମାନେ ବୃଷ୍ଟି ହେବ ଓ ପ୍ରଚଣ୍ଡ ବାୟୁ ତାହା ବିଦାରଣ କରିବ।
εἰπὸν πρὸς τοὺς ἀλείφοντας πεσεῖται καὶ ἔσται ὑετὸς κατακλύζων καὶ δώσω λίθους πετροβόλους εἰς τοὺς ἐνδέσμους αὐτῶν καὶ πεσοῦνται καὶ πνεῦμα ἐξαῖρον καὶ ῥαγήσεται
12 ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ?
καὶ ἰδοὺ πέπτωκεν ὁ τοῖχος καὶ οὐκ ἐροῦσιν πρὸς ὑμᾶς ποῦ ἐστιν ἡ ἀλοιφὴ ὑμῶν ἣν ἠλείψατε
13 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଲାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ।
διὰ τοῦτο τάδε λέγει κύριος καὶ ῥήξω πνοὴν ἐξαίρουσαν μετὰ θυμοῦ καὶ ὑετὸς κατακλύζων ἐν ὀργῇ μου ἔσται καὶ τοὺς λίθους τοὺς πετροβόλους ἐν θυμῷ ἐπάξω εἰς συντέλειαν
14 ଏହିରୂପେ ତୁମ୍ଭେମାନେ ଅମିଶ୍ରିତ ମସଲାରେ ଯେଉଁ କାନ୍ଥ ଲେପନ କରିଅଛ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ତାହା ଭୂମିସାତ୍ କରିବା, ତହିଁରେ ତାହାର ଭିତ୍ତିମୂଳ ଅନାବୃତ ହେବ; ଆଉ, ତାହା ପଡ଼ିଯିବ ଓ ତୁମ୍ଭେମାନେ ତହିଁ ମଧ୍ୟରେ ବିନଷ୍ଟ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
καὶ κατασκάψω τὸν τοῖχον ὃν ἠλείψατε καὶ πεσεῖται καὶ θήσω αὐτὸν ἐπὶ τὴν γῆν καὶ ἀποκαλυφθήσεται τὰ θεμέλια αὐτοῦ καὶ πεσεῖται καὶ συντελεσθήσεσθε μετ’ ἐλέγχων καὶ ἐπιγνώσεσθε διότι ἐγὼ κύριος
15 ଏହି ପ୍ରକାରେ ଆମ୍ଭେ ସେହି କାନ୍ଥ ଉପରେ ଓ ଯେଉଁମାନେ ଅମିଶ୍ରିତ ମସଲାରେ ତାହା ଲେପନ କରିଅଛନ୍ତି, ସେମାନଙ୍କ ଉପରେ ଆପଣା କୋପ ସଫଳ କରିବା ଓ ଆମ୍ଭେ ତୁମ୍ଭମାନଙ୍କୁ କହିବା, ସେହି କାନ୍ଥ ଆଉ ନାହିଁ ଓ ତାହା ଲେପନକାରୀମାନେ,
καὶ συντελέσω τὸν θυμόν μου ἐπὶ τὸν τοῖχον καὶ ἐπὶ τοὺς ἀλείφοντας αὐτόν καὶ πεσεῖται καὶ εἶπα πρὸς ὑμᾶς οὐκ ἔστιν ὁ τοῖχος οὐδὲ οἱ ἀλείφοντες αὐτὸν
16 ଅର୍ଥାତ୍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
προφῆται τοῦ Ισραηλ οἱ προφητεύοντες ἐπὶ Ιερουσαλημ καὶ οἱ ὁρῶντες αὐτῇ εἰρήνην καὶ εἰρήνη οὐκ ἔστιν λέγει κύριος
17 ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
καὶ σύ υἱὲ ἀνθρώπου στήρισον τὸ πρόσωπόν σου ἐπὶ τὰς θυγατέρας τοῦ λαοῦ σου τὰς προφητευούσας ἀπὸ καρδίας αὐτῶν καὶ προφήτευσον ἐπ’ αὐτὰς
18 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ତ୍ରୀମାନେ ପ୍ରାଣ ମୃଗୟାର୍ଥେ ସବୁ କହୁଣୀ ଉପରେ ମୁଚୁଳା ସିଲାଇ କରନ୍ତି ଓ ସର୍ବଆକୃତିର ଲୋକଙ୍କ ମସ୍ତକ ନିମନ୍ତେ ଆବରଣୀ ପ୍ରସ୍ତୁତ କରନ୍ତି, ସେମାନେ ସନ୍ତାପର ପାତ୍ରୀ! ତୁମ୍ଭେମାନେ କି ଆମ୍ଭ ଲୋକମାନଙ୍କ ପ୍ରାଣକୁ ମୃଗୟା କରି ଆପଣାମାନଙ୍କ ନିମନ୍ତେ ପ୍ରାଣ ଜୀଅନ୍ତା ରଖିବ?
καὶ ἐρεῖς τάδε λέγει κύριος οὐαὶ ταῖς συρραπτούσαις προσκεφάλαια ἐπὶ πάντα ἀγκῶνα χειρὸς καὶ ποιούσαις ἐπιβόλαια ἐπὶ πᾶσαν κεφαλὴν πάσης ἡλικίας τοῦ διαστρέφειν ψυχάς αἱ ψυχαὶ διεστράφησαν τοῦ λαοῦ μου καὶ ψυχὰς περιεποιοῦντο
19 ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।
καὶ ἐβεβήλουν με πρὸς τὸν λαόν μου ἕνεκεν δρακὸς κριθῶν καὶ ἕνεκεν κλασμάτων ἄρτου τοῦ ἀποκτεῖναι ψυχάς ἃς οὐκ ἔδει ἀποθανεῖν καὶ τοῦ περιποιήσασθαι ψυχάς ἃς οὐκ ἔδει ζῆσαι ἐν τῷ ἀποφθέγγεσθαι ὑμᾶς λαῷ εἰσακούοντι μάταια ἀποφθέγματα
20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଆପଣାମାନଙ୍କର ଯେଉଁ ମୁଚୁଳା ଦ୍ୱାରା ପ୍ରାଣୀମାନଙ୍କୁ ଉଡ଼ାଇ ଶିକାର କରୁଅଛ, ଆମ୍ଭେ ତହିଁର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ଭୁଜରୁ ସେହି ସବୁ ମୁଚୁଳା ଚିରି ପକାଇବା; ଆଉ, ଆମ୍ଭେ ପ୍ରାଣୀମାନଙ୍କୁ, ଅର୍ଥାତ୍, ତୁମ୍ଭେମାନେ ଯେଉଁ ପ୍ରାଣୀମାନଙ୍କୁ ଉଡ଼ାଇ ମୃଗୟା କରୁଅଛ, ଆମ୍ଭେ ସେମାନଙ୍କୁ ମୁକ୍ତ କରିଦେବା।
διὰ τοῦτο τάδε λέγει κύριος κύριος ἰδοὺ ἐγὼ ἐπὶ τὰ προσκεφάλαια ὑμῶν ἐφ’ ἃ ὑμεῖς συστρέφετε ἐκεῖ ψυχάς καὶ διαρρήξω αὐτὰ ἀπὸ τῶν βραχιόνων ὑμῶν καὶ ἐξαποστελῶ τὰς ψυχάς ἃς ὑμεῖς ἐκστρέφετε τὰς ψυχὰς αὐτῶν εἰς διασκορπισμόν
21 ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
καὶ διαρρήξω τὰ ἐπιβόλαια ὑμῶν καὶ ῥύσομαι τὸν λαόν μου ἐκ χειρὸς ὑμῶν καὶ οὐκέτι ἔσονται ἐν χερσὶν ὑμῶν εἰς συστροφήν καὶ ἐπιγνώσεσθε διότι ἐγὼ κύριος
22 ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
ἀνθ’ ὧν διεστρέφετε καρδίαν δικαίου ἀδίκως καὶ ἐγὼ οὐ διέστρεφον αὐτὸν καὶ τοῦ κατισχῦσαι χεῖρας ἀνόμου τὸ καθόλου μὴ ἀποστρέψαι ἀπὸ τῆς ὁδοῦ αὐτοῦ τῆς πονηρᾶς καὶ ζῆσαι αὐτόν
23 ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
διὰ τοῦτο ψευδῆ οὐ μὴ ἴδητε καὶ μαντείας οὐ μὴ μαντεύσησθε ἔτι καὶ ῥύσομαι τὸν λαόν μου ἐκ χειρὸς ὑμῶν καὶ γνώσεσθε ὅτι ἐγὼ κύριος