< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 14 >

1 ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ।
Tsiku lina ena mwa akuluakulu a Israeli anabwera kwa ine ndipo anakhala pansi pamaso panga.
2 ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Ndipo Yehova anandipatsa uthenga uwu nati,
3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?
“Iwe mwana wa munthu, anthu awa ayika mtima pa mafano awo. Ayikanso maso awo pa zinthu zina zoyipa zopunthwitsa. Kodi ayembekezera kuti ndiwayankhe chimene atandifunse?
4 ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍‍ବିଷୟରେ ଉତ୍ତର ଦେବା;
Tsono yankhula nawo ndi kuwawuza kuti zimene akunena Ambuye Yehova: ‘Ngati Mwisraeli aliyense ayika mtima wake pa mafano ndi kuyika maso ake pa zinthu zoyipa zopunthwitsa, kenaka nʼkupita kwa mneneri, Ineyo Yehova mwini wakene ndidzamuyankha molingana ndi kuchuluka kwa mafano ake.
5 ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।
Ine ndidzachita zimenezi kuti mwina nʼkukopa mitima ya anthu a Israeli, amene andisiya chifukwa cha mafano awo.’
6 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
“Nʼchifukwa chake uwawuze Aisraeli kuti Ine Ambuye Yehova ndikuti: Lapani! Siyani mafano anu ndi ntchito zanu zonse zonyansa!
7 କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍‍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।
“‘Ngati Mwisraeli wina aliyense kapena mlendo wina aliyense wokhala pakati pa Israeli adzichotsa yekha kwa Ine ndi kuyika mtima pa mafano ake ndi kuyikanso maso ake pa zinthu zopunthwitsa ndipo kenaka nʼkupita kwa mneneri kukafunsa nzeru, Ineyo Yehova mwini wakene ndidzamuyankha.
8 ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ine ndidzalimbana naye munthu ameneyo ndipo ndidzamusandutsa chitsanzo ndi chisudzo. Ndidzamuchotsa pakati pa anthu anga. Pamenepo inu mudzadziwa kuti Ine ndine Yehova.
9 ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
“‘Ndipo ngati mneneri anyengedwa nanenera, Ine Yehova ndiye ndamunyenga mneneri ameneyo, ndipo ndidzatambasula dzanja langa kumukantha ndi kumuwononga pakati pa anthu anga Aisraeli.
10 ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍‍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;
Iwo adzalangidwa chifukwa cha kulakwa kwawo. Chilango cha wodzafunsira nzeru kwa mneneri chidzafanana ndi chilango cha mneneriyo.
11 ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Ndidzachita zimenezi kuti Aisraeli asasocherenso kundisiya Ine ndi kuti asadziyipitsenso ndi machimo awo. Adzakhala anthu anga, ndipo Ine ndidzakhala Mulungu wawo, akutero Ambuye Yehova.’”
12 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
Yehova anayankhula nane kuti,
13 “ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
“Iwe mwana wa munthu, ngati dziko lindichimwira posandikhulupirira, Ine ndidzatambasula dzanja langa kulikantha pochepetsa chakudya chake. Ndidzatumiza njala pa dzikolo ndi kuwononga anthu ake ndi nyama zomwe.
14 ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ngakhale anthu atatu awa, Nowa, Danieli ndi Yobu akanakhala mʼmenemo, akanangopulumutsa moyo wawo chifukwa cha chilungamo chawo. Ndikutero Ine Ambuye Yehova.
15 ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
“Kapena ndikanatumiza zirombo mʼdziko monse ndi kulisiya lopanda anthu, ndipo dzikolo nʼkukhala chipululu chakuti munthu sangadutse chifukwa cha zirombo.
16 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ।
Apanso, ndikunenetsa Ine Ambuye Yehova kuti, ‘Ngakhale anthu atatu awa akanakhalamo, sakanatha kupulumutsa ana awo aamuna ndi aakazi. Iwo okha akanapulumuka, koma dziko likanasanduka chipululu.’
17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ‘ହେ ଖଡ୍ଗ, ଦେଶ ମଧ୍ୟଦେଇ ଗମନ କର’ ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,
“Kapena ndikanatumiza lupanga mʼdzikolo ndi kunena kuti, ‘Lupanga lipite mʼdziko monse,’ ndi kuwononga anthu ake ndi nyama zomwe.
18 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।
Apanso ndikunenetsa Ine Ambuye Yehova kuti, ‘Ngakhale anthu atatu awa akanakhalamo, sakanatha kupulumutsa ana awo aamuna kapena ana aakazi. Iwo okha akanapulumuka.’
19 ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
“Kapena ndikanatumiza mliri mʼdzikomo ndi kuonetsa ukali wanga pokhetsa magazi, kuwononga anthu ake ndi nyama zomwe.
20 ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।
Apanso ndikunenetsa Ine Ambuye Yehova kuti ngakhale Nowa, Danieli ndi Yobu akanakhala mʼmenemo, sakanatha ngakhale kupulumutsa mwana wamwamuna kapena wamkazi. Akanangodzipulumutsa okha chifukwa cha chilungamo chawo.
21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?
“Pakuti Ambuye Yehova akuti: Kudzakhala zoopsa kwambiri pamene ndidzatumiza pa Yerusalemu zilango zanga zinayi izi: lupanga, njala, zirombo ndi mliri kuti ziwononge anthu ake ndi nyama zomwe!
22 ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।
Komabe padzakhala ena opulumuka, ana aamuna ndi ana aakazi amene adzatulutsidwa mʼdzikomo. Iwo adzabwera kwa inu, ndipo mukadzaona makhalidwe awo ndi zochita zawo, mitima yanu idzakhala pansi mukadzakumbukira chilango chimene ndinachita pa Yerusalemu.
23 ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Mitima yanu idzakhala pansi mukadzaona makhalidwe awo ndi zochita zawo. Tsono mudzadziwa kuti Yerusalemu sindinamuchite zimenezi popanda chifukwa, akutero Ambuye Yehova.”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 14 >