< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 14 >
1 ଏଥିଉତ୍ତାରେ ଇସ୍ରାଏଲର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ମୋʼ ନିକଟକୁ ଆସି ମୋʼ ସମ୍ମୁଖରେ ବସିଲେ।
Uto k meni dođoše neki od starješina Izraelovih i sjedoše preda me.
2 ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
I dođe mi riječ Jahvina:
3 “ହେ ମନୁଷ୍ୟ-ସନ୍ତାନ, ଏହି ଲୋକମାନେ ଆପଣା ଆପଣା ଦେବତାକୁ ଆପଣା ଆପଣା ହୃଦୟକୁ ନେଇଅଛନ୍ତି ଓ ଆପଣାମାନଙ୍କର ଅଧର୍ମଜନକ ବିଘ୍ନ ଆପଣା ଆପଣା ସମ୍ମୁଖରେ ରଖିଅଛନ୍ତି; ଆମ୍ଭେ କି କୌଣସିମତେ ସେମାନଙ୍କୁ ଆମ୍ଭ ନିକଟରେ ଅନୁସନ୍ଧାନ କରିବାକୁ ଦେବା?
“Sine čovječji! Ti ljudi nose kumire u srcu i upiru oči u ono što ih na grijeh potiče. Pa zar da trpim da u mene traže savjeta?
4 ଏହେତୁ ତୁମ୍ଭେ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ବଂଶର ଯେଉଁ ପ୍ରତ୍ୟେକ ଲୋକ ଆପଣା ଦେବତାକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ସେହି ଲୋକକୁ ଆମ୍ଭେ ସଦାପ୍ରଭୁ ତାହାର ଦେବତାଗଣର ବାହୁଲ୍ୟାନୁସାରେ ତଦ୍ବିଷୟରେ ଉତ୍ତର ଦେବା;
Zato im reci: Ovako govori Jahve Gospod: 'Tko god iz doma Izraelova nosi u srcu kumire i upire oči u ono što ga na grijeh potiče, a dolazi k proroku, ja, Jahve, odgovorit ću mu prema mnoštvu njegovih kumira,
5 ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।
da uhvatim za srce dom Izraelov koji se zbog idola svojih odmetnu od mene.'
6 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଫେର, ଆପଣା ଆପଣା ଦେବଗଣଠାରୁ ବିମୁଖ ହୁଅ, ତୁମ୍ଭମାନଙ୍କର ସମସ୍ତ ଘୃଣାଯୋଗ୍ୟ କ୍ରିୟାରୁ ଆପଣା ଆପଣା ମୁଖ ଫେରାଅ।
Zato reci domu Izraelovu: Ovako govori Jahve Gospod: 'Obratite se, odvratite se od kumira svojih! Odvratite lice od gnusoba svojih!
7 କାରଣ ଇସ୍ରାଏଲ ବଂଶର ଓ ଇସ୍ରାଏଲ ମଧ୍ୟରେ ପ୍ରବାସକାରୀଗଣର ଯେ ପ୍ରତ୍ୟେକ ଲୋକ ଆମ୍ଭଠାରୁ ଆପଣାକୁ ପୃଥକ କରେ ଓ ଆପଣା ଦେବଗଣକୁ ଆପଣା ହୃଦୟକୁ ନିଏ ଓ ଆପଣାର ଅଧର୍ମଜନକ ବିଘ୍ନ ଆପଣା ସମ୍ମୁଖରେ ରଖେ, ଆଉ ଆପଣା ବିଷୟ ଆମ୍ଭ ନିକଟରେ ଅନୁସନ୍ଧାନ କରିବା ପାଇଁ ଭବିଷ୍ୟଦ୍ବକ୍ତା ନିକଟକୁ ଆସେ; ଆମ୍ଭେ ସଦାପ୍ରଭୁ ଆପେ ତାହାକୁ ଉତ୍ତର ଦେବା।
Jer tko se god iz doma Izraelova i od došljaka koji se nastaniše u Izraelu odmetne od mene i u srcu nosi kumire i upire oči u ono što ga potiče na grijeh, pa unatoč tome dođe k proroku da preko njega u mene traži savjeta, njemu ću ja, Jahve, sam odgovoriti;
8 ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
okrenut ću se protiv njega i učinit ću od njega poslovičan primjer: iskorijenit ću ga iz svojega naroda! I znat ćete da sam ja Jahve.
9 ଆଉ, ଭବିଷ୍ୟଦ୍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।
Ako li se prorok dadne zavesti i progovori, bilo bi to kao da sam ja, Jahve, zaveo toga proroka: ruku ću podići na njega i iskorijenit ću ga iz svojega naroda izraelskoga.
10 ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବୋହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;
Obojica će podjednako snositi grijeh svoj: grijeh prorokov jednak je grijehu onoga koji je u njega tražio savjeta.
11 ତହିଁରେ ଇସ୍ରାଏଲ ବଂଶ ଆମ୍ଭଠାରୁ ଆଉ ବିପଥଗାମୀ ହେବେ ନାହିଁ, କିଅବା ଆପଣାମାନଙ୍କର ସକଳ ଆଜ୍ଞାଲଙ୍ଘନ ଦ୍ୱାରା ସେମାନେ ଆଉ ଆପଣାମାନଙ୍କୁ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
I tako se dom Izraelov više neće odmetati od mene i neće se više kaljati svojim opačinama: on će biti narod moj, a ja ću biti njegov Bog' - riječ je Jahve Gospoda.”
12 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
I dođe mi riječ Jahvina:
13 “ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
“Sine čovječji, zgriješi li koja zemlja protiv mene nevjerom i ja podignem ruku na nju te joj uništim i posljednju pričuvu kruha i pustim na nju glad da zatrem u njoj sve ljude i stoku;
14 ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥାʼନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
preostanu li u njoj samo tri čovjeka - Noa, Daniel i Job - ti će se svojom pravednošću spasiti - riječ je Jahve Gospoda.
15 ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
Također, ako na tu zemlju pustim divlje zvijeri da joj djecu unište a nju pretvore u pustinju, kojom se zbog zvijeri više nitko neće usuditi proći;
16 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କି କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ; କେବଳ ସେମାନେ ଉଦ୍ଧାର ପାଇବେ, ମାତ୍ର ଦେଶ ଧ୍ୱଂସସ୍ଥାନ ହେବ।
preostanu li u njoj samo ta tri čovjeka, života mi moga - riječ je Jahve Gospoda - oni neće spasiti ni sinova ni kćeri nego samo sebe, a zemlja će njihova postati prava pustinja.
17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ୍ଗ ଆଣୁ, ଆଉ ଆଜ୍ଞା କରୁ, ‘ହେ ଖଡ୍ଗ, ଦେଶ ମଧ୍ୟଦେଇ ଗମନ କର’ ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,
Ili, ako ja trgnem mač na tu zemlju govoreći: 'Maču, prođi ovom zemljom!' da istrijebim u njoj sve ljude i stoku,
18 ତେବେ ଏହି ତିନି ବ୍ୟକ୍ତି ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାଗଣକୁ ଉଦ୍ଧାର କରି ପାରିବେ ନାହିଁ, ମାତ୍ର କେବଳ ନିଜେ ନିଜେ ଉଦ୍ଧାର ପ୍ରାପ୍ତ ହେବେ।
a u njoj se nađu samo ona tri čovjeka, života mi moga - riječ je Jahve Gospoda - oni neće spasiti ni sinova ni kćeri nego samo sebe.
19 ଅଥବା ଆମ୍ଭେ ଯଦି ସେହି ଦେଶକୁ ମହାମାରୀ ପଠାଉ, ଆଉ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା ପାଇଁ ତହିଁ ଉପରେ ଆମ୍ଭର କୋପ ଢାଳି ରକ୍ତ ବହାଉ;
Ili, ako ja pošaljem na tu zemlju kugu te izlijem na nju gnjev i pokolj da zatrem u njoj sve ljude i stoku,
20 ତେବେ ନୋହ, ଦାନିୟେଲ ଓ ଆୟୁବ ତହିଁ ମଧ୍ୟରେ ଥିଲେ ହେଁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ସେମାନେ ପୁତ୍ର କିମ୍ବା କନ୍ୟାକୁ ଉଦ୍ଧାର କରି ପାରିବେ ନାହିଁ; ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା କେବଳ ନିଜ ନିଜ ପ୍ରାଣ ଉଦ୍ଧାର କରିବେ।
a u njoj preostanu samo ona tri čovjeka, Noa, Daniel i Job, života mi moga - riječ je Jahve Gospoda - oni neće spasiti ni sinova ni kćeri nego samo sebe svojom pravednošću.”
21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ?
Ovako govori Jahve Gospod: “Ipak, ako na Jeruzalem pustim sva svoja četiri ljuta biča - mač, glad, divlju zvjerad i kugu - da zatrem u njemu sve ljude i stoku,
22 ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।
u njemu će ipak preživjeti Ostatak koji će spasiti sinove i kćeri. I evo, oni će doći k vama da vidite njihovo vladanje i njihova djela i da se utješite, jer ćete upoznati: što god poduzeh protiv Jeruzalema, ne učinih bez razloga.
23 ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Da, kad vidite njihovo vladanje i njihova djela, utješit ćete se, jer ćete upoznati da ne učinih bez razloga što god poduzeh protiv Jeruzalema - riječ je Jahve Gospoda.”