< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18 >

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା,
Then the word of the LORD came to me, saying,
2 “ପିତାମାତା ‘ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ,’ ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?
“What do you people mean by quoting this proverb about the land of Israel: ‘The fathers have eaten sour grapes, and the teeth of the children are set on edge’?
3 ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ଏହି ପ୍ରବାଦ କହିବାର କାରଣ ଆଉ ପାଇବ ନାହିଁ।
As surely as I live, declares the Lord GOD, you will no longer quote this proverb in Israel.
4 ଦେଖ, ଯାବତୀୟ ପ୍ରାଣ ଆମ୍ଭର; ପିତାର ପ୍ରାଣ ଯେପରି, ପୁତ୍ରର ପ୍ରାଣ ହିଁ ସେହିପରି ଆମ୍ଭର; ଯେଉଁ ପ୍ରାଣୀ ପାପ କରେ, ସେହି ମରିବ।
Behold, every soul belongs to Me; both father and son are Mine. The soul who sins is the one who will die.
5 ମାତ୍ର ଯଦି ମନୁଷ୍ୟ ଧାର୍ମିକ ହୁଏ, ନ୍ୟାୟ ଓ ଧର୍ମାଚରଣ କରେ,
Now suppose a man is righteous and does what is just and right:
6 ପୁଣି, ଯେ ପର୍ବତଗଣର ଉପରେ ଭୋଜନ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଅଥବା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ, କିଅବା ଋତୁମତୀ ସ୍ତ୍ରୀର ନିକଟକୁ ଆସି ନାହିଁ;
He does not eat at the mountain or look to the idols of the house of Israel. He does not defile his neighbor’s wife or approach a woman during her period.
7 ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;
He does not oppress another, but restores the pledge to the debtor. He does not commit robbery, but gives his bread to the hungry and covers the naked with clothing.
8 ଯେ ସୁଧ ପାଇଁ ଋଣ ଦେଇ ନାହିଁ, କିଅବା କିଛି ବୃଦ୍ଧି ନେଇ ନାହିଁ, ଯେ ଅଧର୍ମରୁ ଆପଣା ହସ୍ତ ଫେରାଇଅଛି, ମନୁଷ୍ୟ ମନୁଷ୍ୟର ମଧ୍ୟରେ ଯଥାର୍ଥ ବିଚାର କରିଅଛି,
He does not engage in usury or take excess interest, but he withholds his hand from iniquity and executes true justice between men.
9 ଆମ୍ଭର ବିଧିମତେ ଆଚରଣ କରିଅଛି ଓ ସତ୍ୟ ବ୍ୟବହାର କରିବା ନିମନ୍ତେ ଆମ୍ଭର ଶାସନସକଳ ପାଳନ କରିଅଛି, ସେହି ଲୋକ ଧାର୍ମିକ, ପ୍ରଭୁ, ସଦାପ୍ରଭୁ କହନ୍ତି, ସେ ଅବଶ୍ୟ ବଞ୍ଚିବ।
He follows My statutes and faithfully keeps My ordinances. That man is righteous; surely he will live,
10 ଯଦି ସେହି ଲୋକର ପୁତ୍ର ଡକାୟତ ଓ ରକ୍ତପାତକାରୀ ହୁଏ, ଆଉ ଏଥିମଧ୍ୟରୁ କୌଣସି କାର୍ଯ୍ୟ କରେ
Now suppose that man has a violent son, who sheds blood or does any of these things,
11 ଓ ସେହି ସବୁ କର୍ତ୍ତବ୍ୟ କର୍ମ ମଧ୍ୟରୁ କୌଣସି କର୍ତ୍ତବ୍ୟ କର୍ମ ନ କରେ, ମାତ୍ର ଯେ ପର୍ବତଗଣର ଉପରେ ଭୋଜନ କରିଅଛି ଓ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରିଅଛି,
though the father has done none of them: Indeed, the son eats at the mountain and defiles his neighbor’s wife.
12 ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
He oppresses the poor and needy; he commits robbery and does not restore a pledge. He lifts his eyes to idols; he commits abominations.
13 ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
He engages in usury and takes excess interest. Will this son live? He will not! Since he has committed all these abominations, he will surely die; his blood will be on his own head.
14 ଆହୁରି ଦେଖ, ଯଦି ସେହି ଲୋକର ପୁତ୍ର ଆପଣା ପିତାର କୃତ ପାପସକଳ ଦେଖେ ଓ ଭୟ କରି ସେହିପରି କାର୍ଯ୍ୟ ନ କରେ,
Now suppose this son has a son who sees all the sins his father has committed, considers them, and does not do likewise:
15 ଯେ ପର୍ବତଗଣ ଉପରେ ଭୋଜନ କରି ନାହିଁ କିଅବା ଇସ୍ରାଏଲ ବଂଶର ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରି ନାହିଁ, ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କରି ନାହିଁ,
He does not eat at the mountain or look to the idols of the house of Israel. He does not defile his neighbor’s wife.
16 କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,
He does not oppress another, or retain a pledge, or commit robbery. He gives his bread to the hungry and covers the naked with clothing.
17 ଯେ ଦରିଦ୍ର ପ୍ରତି ଉପଦ୍ରବରୁ ଆପଣା ହସ୍ତ ଫେରାଇଅଛି, ସୁଧ କି ବୃଦ୍ଧି ଗ୍ରହଣ କରି ନାହିଁ, ଆମ୍ଭର ଶାସନସକଳ ପାଳନ କରିଅଛି, ଆମ୍ଭ ବିଧି ଅନୁଯାୟୀ ଆଚରଣ କରିଅଛି; ସେ ଆପଣା ପିତାର ଅଧର୍ମ ସକାଶୁ ମରିବ ନାହିଁ, ସେ ନିଶ୍ଚୟ ବଞ୍ଚିବ।
He withholds his hand from harming the poor and takes no interest or usury. He keeps My ordinances and follows My statutes. Such a man will not die for his father’s iniquity. He will surely live.
18 ମାତ୍ର ତାହାର ପିତା ନିର୍ଦ୍ଦୟ ଭାବରେ ଉପଦ୍ରବ କଲା, ଦୌରାତ୍ମ୍ୟ ଦ୍ୱାରା ଆପଣା ଭ୍ରାତାର ଦ୍ରବ୍ୟ ଅପହରଣ କଲା ଓ ଆପଣା ଲୋକମାନଙ୍କ ମଧ୍ୟରେ ଅନୁଚିତ କାର୍ଯ୍ୟ କଲା, ଏଥିପାଇଁ ଦେଖ, ସେ ଆପଣା ଅଧର୍ମରେ ମରିବ।
As for his father, he will die for his own iniquity, because he practiced extortion, robbed his brother, and did what was wrong among his people.
19 ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।
Yet you may ask, ‘Why shouldn’t the son bear the iniquity of his father?’ Since the son has done what is just and right, carefully observing all My statutes, he will surely live.
20 ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।
The soul who sins is the one who will die. A son will not bear the iniquity of his father, and a father will not bear the iniquity of his son. The righteousness of the righteous man will fall upon him, and the wickedness of the wicked man will fall upon him.
21 ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
But if the wicked man turns from all the sins he has committed, keeps all My statutes, and does what is just and right, he will surely live; he will not die.
22 ତାହାର କୃତ କୌଣସି ଅପରାଧ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ଯେଉଁ ଧର୍ମାଚରଣ କରିଅଛି, ତଦ୍ଦ୍ୱାରା ବଞ୍ଚିବ।
None of the transgressions he has committed will be held against him. Because of the righteousness he has practiced, he will live.
23 ପ୍ରଭୁ, ସଦାପ୍ରଭୁ କହନ୍ତି, ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ?
Do I take any pleasure in the death of the wicked? declares the Lord GOD. Wouldn’t I prefer that he turn from his ways and live?
24 ମାତ୍ର ଧାର୍ମିକ ଲୋକ ଯଦି ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ-ଲଙ୍ଘନ କରିଅଛି, ସେହି ସତ୍ୟ-ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ।
But if a righteous man turns from his righteousness and practices iniquity, committing the same abominations as the wicked, will he live? None of the righteous acts he did will be remembered. Because of the unfaithfulness and sin he has committed, he will die.
25 ତଥାପି ତୁମ୍ଭେମାନେ କହୁଅଛ, ‘ପ୍ରଭୁଙ୍କର ପଥ ସରଳ ନୁହେଁ।’ ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?
Yet you say, ‘The way of the Lord is not just.’ Hear now, O house of Israel: Is it My way that is unjust? Is it not your ways that are unjust?
26 ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ।
If a righteous man turns from his righteousness and practices iniquity, he will die for this. He will die because of the iniquity he has committed.
27 ପୁନର୍ବାର ଦୁଷ୍ଟ ଲୋକ ଯେତେବେଳେ ଆପଣା କୃତ ଦୁଷ୍ଟତାରୁ ଫେରେ, ଆଉ ନ୍ୟାୟ ଓ ଧର୍ମାଚରଣ କରେ, ସେତେବେଳେ ସେ ଆପଣା ପ୍ରାଣ ଜୀବିତ ରକ୍ଷା କରିବ।
But if a wicked man turns from the wickedness he has committed and does what is just and right, he will save his life.
28 ସେ ବିବେଚନା କରେ ଓ ଆପଣା କୃତ ସମସ୍ତ ଅପରାଧରୁ ଫେରେ, ଏଥିପାଇଁ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Because he considered and turned from all the transgressions he had committed, he will surely live; he will not die.
29 ତଥାପି ଇସ୍ରାଏଲ ବଂଶ କହନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ? ହେ ଇସ୍ରାଏଲ ବଂଶ, ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?
Yet the house of Israel says, ‘The way of the Lord is not just.’ Are My ways unjust, O house of Israel? Is it not your ways that are unjust?
30 ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।
Therefore, O house of Israel, I will judge you, each according to his ways, declares the Lord GOD. Repent and turn from all your transgressions, so that your iniquity will not become your downfall.
31 ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରିଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?
Cast away from yourselves all the transgressions you have committed, and fashion for yourselves a new heart and a new spirit. Why should you die, O house of Israel?
32 ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”
For I take no pleasure in anyone’s death, declares the Lord GOD. So repent and live!

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 18 >