< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 19 >

1 “ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,
“Imba nyimbo ya madandawulo, kuyimbira akalonga a ku Israeli.
2 ତୁମ୍ଭର ମାତା କଅଣ ଥିଲା? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା।
Uzinena kuti, “‘Amayi ako anali ndani? Anali ngati mkango waukazi! Iwo unabwatama pakati pa mikango yayimuna; unkalera ana ake pakati pa misona.
3 ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
Unalera mmodzi mwa ana ake, ndipo mwanayo anasanduka mkango wamphamvu. Unaphunzira kugwira nyama, ndipo unayamba kudya anthu.
4 ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରାପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ।
Anthu amitundu anamva za mkangowo, ndipo tsiku lina unagwa mʼmbuna mwawo. Iwo anawukoka ndi ngowe kupita nawo ku dziko la Igupto.
5 ଅପେକ୍ଷା କରି ଆପଣା ଆପଣା ଆଶା ବିଫଳ ହେବାର ଦେଖି ସେ ଆପଣା ଛୁଆମାନଙ୍କ ମଧ୍ୟରୁ ଆଉ ଗୋଟିଏ ନେଇ ତାକୁ ଯୁବା ସିଂହ କଲା।
“‘Amayi aja ataona kuti mwana ankamukhulupirira uja wagwidwa ndi kuti chiyembekezo chake chapita padera, amayiwo anatenganso mwana wina namusandutsa mkango wamphamvu.
6 ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
Unkayendayenda pakati pa mikango inzake, pakuti tsopano unali mkango wamphamvu. Unaphunzira kugwira nyama ndipo unayamba kudya anthu.
7 ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।
Unagwetsa malinga awo, ndikuwononga mizinda yawo. Onse a mʼdzikomo anachita mantha chifukwa cha kubangula kwake.
8 ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରାପଡ଼ିଲା।
Pamenepo mitundu ya anthu, makamaka ochokera madera ozungulira, inabwera kudzalimbana nawo. Anawutchera ukonde wawo, ndipo tsiku lina unagwera mʼmbuna mwawo.
9 ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।
Anawukoka ndi ngowe nawuponya mʼchitatanga. Anabwera nawo kwa mfumu ya ku Babuloni ndipo mfumuyo inawuponya mʼndende ndi cholinga choti liwu lake lisamamvekenso ku mapiri a Israeli.
10 ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।
“‘Amayi ako anali ngati mpesa mʼmunda wamphesa wodzalidwa mʼmbali mwa madzi. Unabereka bwino ndipo unali ndi nthambi zambiri chifukwa cha kuchuluka kwa madzi.
11 ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।
Nthambi zake zinali zolimba, zoyenera kupangira ndodo yaufumu. Unatalika nusomphoka pakati pa zomera zina. Unkaoneka bwino chifukwa cha kutalika kwake, ndi nthambi zake zambiri.
12 ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।
Koma unazulidwa mwaukali ndipo unagwetsedwa pansi. Unawuma ndi mphepo ya kummawa, zipatso zake zinayoyoka; nthambi zake zolimba zinafota ndipo moto unapsereza mtengo wonse.
13 ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି।
Ndipo tsopano anawuwokeranso ku chipululu, dziko lowuma ndi lopanda madzi.
14 ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ।” ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।
Moto unatulukanso mu mtengomo ndi kupsereza nthambi ndi zipatso zake. Palibe nthambi yolimba inatsala pa mtengowo yoyenera kupangira ndodo yaufumu. Imeneyi ndi nyimbo yachisoni ndipo yasanduka nyimbo ya pa maliro.’”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 19 >