< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 19 >
1 “ଆହୁରି, ତୁମ୍ଭେ ଇସ୍ରାଏଲର ଅଧିପତିଗଣ ବିଷୟରେ ବିଳାପ କରି କୁହ,
A ti, sine čovječji, protuži tužaljkom za knezovima izraelskim.
2 ତୁମ୍ଭର ମାତା କଅଣ ଥିଲା? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା।
Reci: Što bijaše tvoja mati? Lavica među lavovima, ležala je među lavićima, hraneći mladunčad svoju.
3 ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
I othrani jedno mlado, koje lavom posta. Naučiv se plijen derati, stade ljude proždirati!
4 ନାନା ଦେଶୀୟମାନେ ତାହାର ବିଷୟ ଶୁଣିଲେ, ସେମାନଙ୍କର ଗର୍ତ୍ତରେ ସେ ଧରାପଡ଼ିଲା ଓ ସେମାନେ ଅଙ୍କୁଶ ଦ୍ୱାରା ତାହାକୁ ମିସର ଦେଶକୁ ଆଣିଲେ।
Narodi se protiv njega udružiše, lav upade u jamu njihovu, na lancu ga odvedoše u zemlju egipatsku.
5 ଅପେକ୍ଷା କରି ଆପଣା ଆପଣା ଆଶା ବିଫଳ ହେବାର ଦେଖି ସେ ଆପଣା ଛୁଆମାନଙ୍କ ମଧ୍ୟରୁ ଆଉ ଗୋଟିଏ ନେଇ ତାକୁ ଯୁବା ସିଂହ କଲା।
A kad mati vidje da uzalud čeka i da joj nada propade, uze drugo mlado i od njega lava učini.
6 ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
Živeć' tako među lavovima, i on lavom posta. Naučiv se plijen derati, stade ljude proždirati,
7 ଆଉ, ସେ ସେମାନଙ୍କର ଅଟ୍ଟାଳିକାସବୁ ଜାଣିଲା ଓ ସେମାନଙ୍କର ନଗରସବୁ ଉଜାଡ଼ କଲା; ଆଉ, ତାହାର ଗର୍ଜ୍ଜନର ଶବ୍ଦ ସକାଶୁ ଦେଶ ଓ ତହିଁର ପୂର୍ଣ୍ଣତାସକଳ ଶୂନ୍ୟ ହେଲା।
utvrde im rušiti, pustošiti gradove. Uzdrhta zemlja i sve na njoj od silne rike njegove.
8 ତହିଁରେ ନାନା ପ୍ରଦେଶରୁ ଗୋଷ୍ଠୀୟମାନେ ଆସି ତାହାର ବିରୁଦ୍ଧରେ ଚାରିଆଡ଼େ ଉଠିଲେ; ଆଉ, ସେମାନେ ତାହାର ଉପରେ ଆପଣାମାନଙ୍କର ଜାଲ ପ୍ରସାରିଲେ; ସେ ସେମାନଙ୍କ ଗର୍ତ୍ତରେ ଧରାପଡ଼ିଲା।
Ali se ljudi iz okolnih mjesta protiv njega podigoše i zamke mu postaviše; i lav se uhvati u jamu njihovu.
9 ଆଉ, ସେମାନେ ତାକୁ ଅଙ୍କୁଶ ଦ୍ୱାରା ପିଞ୍ଜରରେ ରଖି ବାବିଲ ରାଜା ନିକଟକୁ ନେଇଗଲେ; ଇସ୍ରାଏଲର ପର୍ବତସମୂହରେ ତାହାର ହୁଙ୍କାର ଶବ୍ଦ ଯେପରି ଆଉ ଶୁଣା ନ ଯାଏ, ଏଥିପାଇଁ ସେମାନେ ତାହାକୁ ଦୃଢ଼ ଗଡ଼ ମଧ୍ୟକୁ ନେଇଗଲେ।
Okovana u kavez ga zatvoriše, odvedoše kralju babilonskom, ondje ga u kulu zatočiše, da mu se više ne čuje rika po gorama izraelskim.
10 ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।
Mati tvoja bješe kao loza pokraj vode zasađena, rodna i granata od obilja vode!
11 ପୁଣି, କର୍ତ୍ତୃତ୍ୱକାରୀମାନଙ୍କର ରାଜଦଣ୍ଡ ହେବା ନିମନ୍ତେ ତାହାର ଶାଖାସବୁ ଦୃଢ଼ ହୋଇଥିଲା, ଗହଳ ଶାଖାମାନର ମଧ୍ୟରେ ସେହି ସବୁ ଦୀର୍ଘତାରେ ଉଚ୍ଚୀକୃତ ହୋଇଥିଲା, ଆଉ ସେହି ସବୁ ସ୍ୱ ଉଚ୍ଚତାରେ ଓ ଶାଖାର ବାହୁଲ୍ୟରେ ଦେଖାଗଲା।
Imala je jaku granu za palicu vladalačku: uzdiže se nad krošnju, naočita visinom, mnoštvom grančica.
12 ମାତ୍ର କୋପରେ ସେ ଉତ୍ପାଟିତ ହେଲା, ଭୂମିରେ ନିକ୍ଷିପ୍ତ ହେଲା ଓ ପୂର୍ବୀୟ ବାୟୁ ତାହାର ଫଳ ଶୁଷ୍କ କଲା; ତାହାର ଦୃଢ଼ ଶାଖାସବୁ ଭଗ୍ନ ଓ ଶୁଷ୍କ ହେଲା; ଅଗ୍ନି ସେହି ସବୁକୁ ଗ୍ରାସ କଲା।
Al' u gnjevu bješe iščupana i na zemlju bačena. Istočnjak joj rod sasuši: polomi se i uvenu jaka grana njezina i vatra je svu proguta.
13 ପୁଣି, ଏବେ ସେ ପ୍ରାନ୍ତର ମଧ୍ୟରେ ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହୋଇଅଛି।
U pustinju bje presađena, u zemlju suhu, bezvodnu.
14 ଆଉ, ତାହାର ଶାଖା ଦଣ୍ଡସମୂହରୁ ଅଗ୍ନି ନିର୍ଗତ ହୋଇ ତାହାର ଫଳ ଗ୍ରାସ କରିଅଛି; ଏହେତୁ ରାଜଦଣ୍ଡ ହେବା ପାଇଁ ତାହାର ଗୋଟିଏ ଦୃଢ଼ ଶାଖା ନାହିଁ।” ଏହା ବିଳାପର ବିଷୟ ଅଟେ ଓ ବିଳାପଜନକ ହେବ।
Al' liznu oganj iz pruta njezina i spali joj grane i plodove! I nema više na njoj grane jake za palicu vladalačku.” To je, evo tužaljka, i ostat će tužaljka.