< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 2 >

1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”
그가 내게 이르시되 인자야 일어서라 내가 네게 말하리라 하시며
2 ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।
말씀하실 때에 그 신이 내게 임하사 나를 일으켜 세우시기로 내가 그 말씀하시는 자의 소리를 들으니
3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
내게 이르시되 인자야 내가 너를 이스라엘 자손 곧 패역한 백성, 나를 배반하는 자에게 보내노라 그들과 그 열조가 내게 범죄하여 오늘날까지 이르렀나니
4 ସେହି ସନ୍ତାନମାନେ ନିର୍ଲଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’
이 자손은 얼굴이 뻔뻔하고 마음이 강퍅한 자니라 내가 너를 그들에게 보내노니 너는 그들에게 이르기를 주 여호와의 말씀이 이러하시다 하라
5 ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍‍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
그들은 패역한 족속이라 듣든지 아니 듣든지 그들 가운데 선지자 있은 줄은 알지니라
6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।
인자야 너는 비록 가시와 찔레와 함께 처하며 전갈 가운데 거할지라도 그들을 두려워 말고 그 말을 두려워 말지어다 그들은 패역한 족속이라도 그 말을 두려워 말며 그 얼굴을 무서워 말지어다
7 ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
그들은 심히 패역한 자라 듣든지 아니 듣든지 너는 내 말로 고할지어다
8 ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
인자야 내가 네게 이르는 말을 듣고 그 패역한 족속 같이 패역하지 말고 네 입을 벌리고 내가 네게 주는 것을 먹으라 하시기로
9 ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋʼ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
내가 보니 한 손이 나를 향하여 펴지고 그 손에 두루마리 책이 있더라
10 ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।
그가 그것을 내 앞에 펴시니 그 안팎에 글이 있는데 애가와 애곡과 재앙의 말이 기록되었더라

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 2 >