< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 2 >
1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”
Akaniambia, “Mwanadamu, simama kwa miguu yako nami nitasema nawe.”
2 ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି।
Alipokuwa akiongea nami, Roho akanijia na kunisimamisha wima, nikamsikia akisema nami.
3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।
Akaniambia: “Mwanadamu, ninakutuma kwa Waisraeli, kwa taifa asi ambalo limeniasi mimi, wao na baba zao wananikosea mimi hadi leo.
4 ସେହି ସନ୍ତାନମାନେ ନିର୍ଲଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’
Watu ambao ninakutuma kwao ni wapotovu na wakaidi. Waambie, ‘Hivi ndivyo anavyosema Bwana Mwenyezi.’
5 ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
Kama watasikiliza au hawatasikiliza, kwa kuwa wao ni nyumba ya kuasi, watajua nabii amekuwa miongoni mwao.
6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।
Nawe mwanadamu, usiwaogope wao wala maneno yao, usiogope, ingawa michongoma na miiba vinakuzunguka na unaishi katikati ya nge. Usiogope yale wasemayo wala usitishwe nao, ingawa wao ni nyumba ya uasi.
7 ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।
Wewe lazima uwaambie maneno yangu, ikiwa wanasikiliza au hawasikilizi, kwa kuwa wao ni watu waasi.
8 ମାତ୍ର ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା କହୁ, ତାହା ତୁମ୍ଭେ ଶୁଣ; ତୁମ୍ଭେ ସେହି ବିଦ୍ରୋହୀ ବଂଶ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ଆପଣା ମୁଖ ଫିଟାଅ, ଆମ୍ଭେ ତୁମ୍ଭକୁ ଯାହା ଦେଉ, ତାହା ଭୋଜନ କର।”
Lakini wewe mwanadamu, sikiliza ninalokuambia. Usiwe mwenye kuasi kama hiyo nyumba ya kuasi. Fungua kinywa chako na ule nikupacho.”
9 ତହିଁରେ ମୁଁ ଅନାନ୍ତେ, ଦେଖ, ଏକ ହସ୍ତ ମୋʼ ପ୍ରତି ପ୍ରସାରିତ ହେଲା, ଆଉ ଦେଖ, ତହିଁ ମଧ୍ୟରେ ଏକ ନଳାକାର ପୁସ୍ତକ ଥିଲା;
Ndipo nikatazama, nami nikaona mkono ulionyooshwa kunielekea. Nao ulikuwa na ukurasa wa kitabu,
10 ଆଉ, ସେ ମୋʼ ସମ୍ମୁଖରେ ତାହା ପ୍ରସାର କଲେ; ପୁଣି, ତାହା ଭିତରେ ଓ ବାହାରେ ଲେଖା ହୋଇଥିଲା; ଆଉ, ତହିଁ ମଧ୍ୟରେ ବିଳାପ, ଶୋକ ଓ ସନ୍ତାପର କଥା ଲିଖିତ ଥିଲା।
ambao aliukunjua mbele yangu. Pande zote mbili ulikuwa umeandikwa maneno ya maombolezo, vilio na ole.